ଶରଧାବାଲିରେ ଦଳାଚକଟାରେ ୩ ମୃତ; ଅଘଟଣ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିଛି କହିଲେ ଆଇନ ମନ୍ତ୍ରୀ
ଶରଧାବାଲିରେ ଦଳାଚକଟାରେ ୩ ମୃତ । ଅଘଟଣ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିଛି କହିଲେ ଆଇନ ମନ୍ତ୍ରୀ ।ମୁଖ୍ୟମନ୍ତ୍ରୀ ଖୁବ ଶୀଘ୍ର ଏନେଇ ପଦକ୍ଷେପ ନେବେ ।
ଆକ୍ସନ ଓ ତଦନ୍ତ ନେଇ ନିଷ୍ପତ୍ତି ଖୁବ ଶୀଘ୍ର ।

ସୂଚନା ଅନୁସାରେ ଶରଧାବାଲିରେ ୩ ରଥ ଲାଗିବା ପରେ ଠାକୁରଙ୍କୁ ଦର୍ଶନ କରିବା ଲାଗି ଶ୍ରଦ୍ଧାଳୁଙ୍କ ଭିଡ଼ ହୋଇଥିଲେ । ରାତି ସମୟରେ ଭିଡ଼ ବଢ଼ି ଚାଲିଥିଲା । ତେବେ ରାତି ପ୍ରାୟ ୧୨ଟା ୧୫ ବେଳକୁ ଠାକୁରଙ୍କ ପହୁଡ଼ ପଡ଼ିଯାଇଥିଲା, ଯାହା ପୂର୍ବ ବର୍ଷଗୁଡ଼ିକ ତୁଳନାରେ ଶୀଘ୍ର ହୋଇଥିଲା । ତେବେ ଆଜି ଭୋର ୪ ସମୟରେଦର୍ଶନ ପାଇଁ ଆସିଥିବା ହଜାର ହଜାର ଶ୍ରଦ୍ଧାଳୁଙ୍କ ଜନସମାଗମ ଯୋଗୁଁ ଦଳାଚକଟା ହୋଇଛି । ରଥ ସମ୍ମୁଖରେ ଅଘଟଣ ଘଟିଥିବା ସୂଚନା ମିଳିଛି । ଯେଉଁ ସ୍ଥାନରେ ଦଳାଚକଟା ହୋଇଛି ସେଠାରେ ପ୍ରଶାସନ ତରଫରୁ ପୂର୍ବରୁ କୌଣସି ସୁରକ୍ଷା କିମ୍ବା ପୋଲିସ ବାହନୀ ସେଠାରେ ଉପସ୍ଥିତ ନଥିଲେ । ଯେଉଁ କାରଣରୁ ହଜାର ହଜାର ଭକ୍ତଙ୍କ ସମାଗମ ହୋଇ ଠେଲାପେଲା-ଦଳାଚକଟା ହୋଇଥିଲା ।
ସେହିପରି ରଥଯାତ୍ରା ଦିନ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ 'ନନ୍ଦିଘୋଷ'ରଥ ନଗଡ଼ିବାକୁ ନେଇ ଶ୍ରଦ୍ଧାଳୁଙ୍କ ମଧ୍ୟରେ ତୀବ୍ର ଆକ୍ରୋଶ ଦେଖିବାକୁ ମିଳିଥିଲା । ଯଦିଓ ମହାପ୍ରଭୁଙ୍କ ପହଣ୍ଡିଠୁ ଆରମ୍ଭ କରି ସମସ୍ତ ପ୍ରକାରର ନୀତିକାନ୍ତି ସୁରୁଖୁରରେ ସମ୍ପନ୍ନ ହୋଇଥିଲେ ମଧ୍ୟ ଭିଡ଼ ନିୟନ୍ତ୍ରଣରେପୋଲିସ କାହିଁକି ବିଫଳ ହେଲା ତାକୁ ନେଇ ପ୍ରଶ୍ନ ଉଠିଛି । ଏହା ପର ଦିନ ମନ୍ଦିର ପ୍ରଶାସନ ପକ୍ଷରୁ ଦ୍ୱିତୀୟ ଦିନରେ ରଥଟଣା କାର୍ଯ୍ୟ ପ୍ରାୟ ସକାଳ ୯ଟା ୫୦ମିନିଟରେ ଆରମ୍ଭ ହୋଇଥିଲା । ମହାପ୍ରଭୁଙ୍କ ନନ୍ଦିଘୋଷଙ୍କ ରଥ ଦିନ ପ୍ରାୟ ୧ଟା ୧୦ମିନିଟରେ ଶରଧାବାଲିରେ ପହଂଚିଥିଲା । ଏହାପୂର୍ବରୁ ମହାପ୍ରଭୁ ବଳଭଦ୍ରଙ୍କ ତାଳଧ୍ୱଜ ଓ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଗୁଣ୍ଡିଚା ମନ୍ଦିର ସମ୍ମୁଖସ୍ଥ ଶରଧାବାଲିରେ ପହଂଚିଥିଲା ।












Click it and Unblock the Notifications