କାଲିଠୁ ବିଧାନସଭା, ଜଗିବେ ୩୦ ପ୍ଲାଟୁନ ପୋଲିସ ଫୋର୍ସ

ବିଧାନସଭାର ବଜେଟ ଅଧିବେଶନ ପ୍ରଥମ ପର୍ଯ୍ୟାୟ ଫେବ୍ରୁଆରୀ ୨୧ (ଆସନ୍ତାକାଲି) ଠାରୁ ଆରମ୍ଭ ହୋଇ ମାର୍ଚ୍ଚ ୧ ତାରିଖ ପର୍ଯ୍ୟନ୍ତ ଚାଲିବ । ସେହିପରି ଦ୍ବିତୀୟ ପର୍ଯ୍ୟାୟ ମାର୍ଚ୍ଚ ୧୦ରୁ ଏପ୍ରିଲ ୬ ତାରିଖ ଯାଏ ଚାଲିବ ।

Odisha Assembly Budget Session 2023

ଭୁବନେଶ୍ୱର: ଆସନ୍ତାକାଲି (ମଙ୍ଗଳବାର)ଠୁ ଆରମ୍ଭ ହେବାକୁ ଯାଉଛି ଷୋଡ଼ଶ ବିଧାନସଭାର ଦ୍ୱାଦଶ ଅଧିବେଶନ ତଥା ଓଡିଶା ବିଧାନସଭା ବଜେଟ ଅଧିବେଶନ । ଚଳିତ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ । ବଜେଟରେ କେଉଁ ବିଭାଗ ପାଇଁ କେତେ ଟଙ୍କା ବ୍ୟୟବରାଦ କରାଯିବ ତାହା ଉପରେ ସମସ୍ତଙ୍କର ନଜର ରହିଛି ।

ବିଧାନସଭାର ବଜେଟ ଅଧିବେଶନ ପ୍ରଥମ ପର୍ଯ୍ୟାୟ ଫେବ୍ରୁଆରୀ ୨୧ (ଆସନ୍ତାକାଲି) ଠାରୁ ଆରମ୍ଭ ହୋଇ ମାର୍ଚ୍ଚ ୧ ତାରିଖ ପର୍ଯ୍ୟନ୍ତ ଚାଲିବ । ସେହିପରି ଦ୍ବିତୀୟ ପର୍ଯ୍ୟାୟ ମାର୍ଚ୍ଚ ୧୦ରୁ ଏପ୍ରିଲ ୬ ତାରିଖ ଯାଏ ଚାଲିବ । ପ୍ରଥମ ଦିନ ରାଜ୍ୟପାଳଙ୍କ ଅଭିଭାଷଣରୁ ଗୃହ କାର୍ଯ୍ୟ ଆରମ୍ଭ ହେବ । ଫେବ୍ରୁଆରୀ ୨୪ ତାରିଖ ଦିନ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ୨୦୨୩- ୨୪ ଆର୍ଥିକ ବର୍ଷର ବଜେଟ ଉପସ୍ଥାପନ କରିବେ ।

ତେବେ ବିଧାନସଭା ବଜେଟ ଅଧିବେଶନ ପାଇଁ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ବିଧାନସଭାର ବଜେଟ ଅଧିବେଶନ ପାଇଁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ବିଧାନସଭା ଅଧିବେଶନ ପାଇଁ ୩୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯିବ । ୨ ଜଣ ଡିସିପିଙ୍କ ନେତୃତ୍ୱରେ ୧୦ ଅତିରିକ୍ତ ଡିସିପି, ୧୧ ଏସିପି, ୧୩ ଜଣ ଆଇଆଇସି, ୮୫ ଜଣ ଅଫିସର ଓ ୨୦୦ ଜଣ କନେଷ୍ଟବଳ ମୁତୟନ ହେବେ । ସୁରକ୍ଷା ବ୍ୟବସ୍ଥା ନିଜେ ଯାଞ୍ଚ କରିଛନ୍ତି ପୋଲିସ ଡିଜି । ଅନ୍ୟପଟେ ବିଧାନସଭା ଅଧିବେଶନକୁ ଦୃଷ୍ଟିରେ ରଖି ବିଧାନସଭା ଏବଂ ଆଖପାଖ ଅଞ୍ଚଳରେ ଟ୍ରାଫିକ୍‌‌ କଟକଣା ବ୍ୟବସ୍ଥା କରାଯାଇଛି। ଓଡ଼ିଶା ଅର୍ବାନ ପୁଲିସ ଆକ୍ଟ ୨୦୦୩ ଅନୁଯାୟୀ ଏହି କଟକଣା ଲାଗୁ କରାଯିବ। ଦୁଇଟି ପର୍ଯ୍ୟାୟରେ ଏହି କଟକଣା ଲଗାଯିବ। ଫେବୃଆରୀ ୨୧ରୁ ମାର୍ଚ୍ଚ ୧ ତାରିଖ ପର୍ଯ୍ୟନ୍ତ ଏବଂ ୧୦ ମାର୍ଚ୍ଚରୁ ୬ ଏପ୍ରିଲ ପର୍ଯ୍ୟନ୍ତ ଏହି କଟକଣା ବଳବତ୍ତର ରହିବ ।

ଏପଟେ ଆଜି ବିଧାନସଭା ବଜେଟ ଅଧିବେଶନ ପାଇଁ ଆଜି ବସିଥିଲା ସର୍ବ ଦଳୀୟ ବୈଠକ । ଗୃହ କାର୍ଯ୍ୟକୁ ସରୁଖୁରୁରେ ଚଳେଇବା ପାଇଁ ବାଚସ୍ପତି ବିକ୍ରମ କେଶରୀ ଆରୁଖ ଡାକିଥିଲେ ସର୍ବ ଦଳୀୟ ବୈଠକ । ମାତ୍ର ସର୍ବଦଳୀୟ ବୈଠକକୁ ବର୍ଜନ କରିଛି ବିଜେପି। ଭର୍ଚୁଆଲ ମୋଡରେ ବିଧାୟକଙ୍କ ଅଂଶଗ୍ରହଣ ପ୍ରସ୍ତାବକୁ ବିରୋଧ କରି ସର୍ବଦଳୀୟ ବୈଠକ ବର୍ଜନ କରିଛି ବିଜେପି । ସମସ୍ତେ ଗୃହକୁ ଆସି ଭାଗ ନିଅନ୍ତୁ ବୋଲି ଦାବି କରିଛନ୍ତି ବିରୋଧୀ ଦଳ ନେତା ଜୟ ନାରାୟଣ ମିଶ୍ର । ପାର୍ଲାମେଣ୍ଟ କିମ୍ବା ଅନ୍ୟ କୌଣସି ବିଧାନସଭାରେ ଭର୍ଚୁଆଲ ବ୍ୟବସ୍ଥା ନାହିଁ । ଓଡ଼ିଶା ବିଧାନସଭାରେ ଏଭଳି ବ୍ୟବସ୍ଥା କାହିଁକି ବୋଲି ଜୟ ନାରାୟଣ ପ୍ରଶ୍ନ କରିଛନ୍ତି ।

ଅନ୍ୟପଟେ ଆଜି ବସିଥିବା ସର୍ବଦଳୀୟ ବୈଠକରେ ମୋଟ ୧୫ଟି ବିଷୟ ଉପରେ ହୋଇଛି ଆଲୋଚନା । ପ୍ରଥମ ଥର ପାଇଁ ଜନସାଧାରଣଙ୍କୁ ବିଧାନସଭା ଭିତରେ ପ୍ରବେଶ ପାଇଁ ଅନୁମତି ଦିଆ ଯାଇଥିବା କହିଛନ୍ତି ବାଚସ୍ପତି । ଏହା ସହ ମୁଖ୍ୟ ବିରୋଧୀ ଦଳ ବିଜେପି ଓ କଂଗ୍ରେସ ଦଳ ପାଇଁ ସପ୍ତାହରେ କେତୋଟି ଲେଖାଏ ମୁଲତବି ଭାଗ ପଡିବ ଏନେଇ ଏହି ବୈଠକ ସ୍ଥିର ହୋଇଛି । ସେପଟେ ବିଧାନସଭାରେ କିପରି ବିରୋଧୀ ଶାସକ ଦଳକୁ ଘେରିବେ ଏବଂ ଶାସକ ଦଳ କିପରି ବିରୋଧୀଙ୍କୁ ମୁକାବିଲା କରବ ସେନେଇ ରଣନୀତି ପ୍ରସ୍ତୁତିରେ ଲାଗି ପଡିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+