ବିଜୁଳି ଓ ବଜ୍ରପାତ ସତର୍କତା ସଂପର୍କରେ ଜନସାଧାରଣଙ୍କୁ ଦିଆଯିବ ପ୍ରଶିକ୍ଷଣ
ଭୁବନେଶ୍ୱର: ଭୂକମ୍ପ, ପାଣିରେ ବୁଡିଯିବା, ସାପ କାମୁଡା ଭଳି ଆକସ୍ମିକ ବିପର୍ଯ୍ୟୟ ଓ ଦୁର୍ଦ୍ଦଟଣାକୁ ତୁରନ୍ତ ଓ ତ୍ୱରିତ ମୁକାବିଲା ପାଇଁ କରାଯିବ ସଚେତନ । ଏହା ସହ ବିଜୁଳି ଓ ବଜ୍ରପାତ ସତର୍କତା ସଂପର୍କରେ ଜନସାଧାରଣଙ୍କୁ ଦିଆଯିବ ପ୍ରଶିକ୍ଷଣ । ଏ ନେଇ ଓଡ଼ିଶା ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ(ଓସଡମା)ର ୩୬ତମ ପରିଚାଳନା କମିଟି ବୈଠକରେ ଆଲୋଚନା କରାଯାଇଛି ।

ଓଡ଼ିଶା ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ(ଓସଡମା)ର 36ତମ ପରିଚାଳନା କମିଟି ବୈଠକ ଅନୁଷ୍ଠିତ ହୋଇଛି । ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନ ଠାରେ ଅନୁଷ୍ଠିତ ବୈଠକରେ ଓସଡମାରେ 35 ତମ ପରିଚାଳନା କମିଟି ବୈଠକରେ ନିଆଯାଇଥିବା ନିଷ୍ପତ୍ତି ଓ ଏହାର କାର୍ଯ୍ୟକାରିତା ସମ୍ପର୍କରେ ସମୀକ୍ଷା କରାଯାଇଥିଲା । ଏହା ପରେ 36 ତମ ବୈଠକରେ ବିଭିନ୍ନ ପ୍ରସ୍ତାବ ଆଗତ କରାଯାଇଥିଲା ।
ବୈଠକରେ ବ୍ଲକ, ପଂଚାୟତ ଓ ଗ୍ରାମ୍ୟ ସ୍ତରରେ ବିପର୍ଯ୍ୟୟ ପରିଚାଳନା ପ୍ରସ୍ତୁତି ଯୋଜନା କାର୍ଯ୍ୟକାରିତା ସଂପର୍କରେ ଆଲୋଚନା କରାଯାଇଥିଲା । ବନ୍ୟା, ବାତ୍ୟା ଭଳି ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ସହିତ ବିଜୁଳି ଓ ବଜ୍ରପାତ ଭଳି ବିପର୍ଯ୍ୟୟର ପରିଚାଳନା ଉପରେ ବୈଠକରେ ଗୁରୁତ୍ୱ ଦିଆଯାଇଥିଲା । ପ୍ରଥମ ପର୍ଯ୍ୟାୟରେ ବିଜୁଳି ଓ ବଜ୍ରପାତରେ ଅଧିକ ମୃତାହତ ଘଟୁଥିବା ମୟୂରଭଂଜ, ଗଂଜାମ, କେନ୍ଦୁଝର, ବାଲେଶ୍ୱର, କଟକ, ସୁନ୍ଦରଗଡ଼, ନବରଙ୍ଗପୁର, ଯାଜପୁର, ବଲାଙ୍ଗିର, କୋରାପୁଟ ଆଦି 10 ଟି ଜିଲ୍ଲାରେ ସତର୍କତା ସଂପର୍କରେ ଜନସାଧାରଣଙ୍କୁ ପ୍ରଶିକ୍ଷଣ ଦିଆଯିବ ଓ ପରବର୍ତ୍ତୀ ସମୟରେ ଅନ୍ୟ ସମସ୍ତ ଜିଲ୍ଲାରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବା ନେଇ ବୈଠକରେ ନିଷ୍ପତ୍ତି ନିଆଯାଇଛି ।
ସେହିପରି ସମସ୍ତ ବଦ୍ୟାଳୟରେ ବଜ୍ରପାତ ନିରୋଧକ ବ୍ୟବସ୍ଥା( ଲାଇଟନିଂ ଆରେଷ୍ଟର) ରହିବା ଓ ଏହାର କାର୍ଯ୍ୟକାରିତା ତଦାରଖ ସଂପର୍କରେ ଆଲୋଚନା କରାଯାଇଛି । ବଜ୍ରପାତ ସମୟରେ ଛାତ୍ରଛାତ୍ରୀମାନଙ୍କୁ ସତର୍କ ରହିବା ପାଇଁ ଶିକ୍ଷକ ଶିକ୍ଷୟତ୍ରୀମାନେ ଆବଶ୍ୟକ ସଚେତନ କରିବେ । ଏଥି ପାଇଁ ଫାୟାର ଆଲାରାମ ବ୍ୟବସ୍ଥା ସହ ଅଗ୍ନିଶମ ବିଭାଗ ତରଫରୁ ମକଡ୍ରିଲ କରାଯିବା ପାଇଁ ସ୍ୱତନ୍ତ୍ର ପଦକ୍ଷେପ ନିଆଯିବା ପାଇଁ ବୈଠକରେ ଗୁରୁତ୍ୱାରୋପ କରାଯାଇଥିଲା । ସେହିଭଳି ଭୂକମ୍ପ, ପାଣିରେ ବୁଡିଯିବା, ସାପ କାମୁଡା ଭଳି ଆକସ୍ମିକ ବିପର୍ଯ୍ୟୟ ଓ ଦୁର୍ଦ୍ଦଟଣାକୁ କିପରି ତୁରନ୍ତ ଓ ତ୍ୱରିତ ମୁକାବିଲା କରାଯାଇ ପାରିବ, ସେ ଦିଗରେ ମଧ୍ୟ ସଚେତନ କରିବାକୁ ମୁଖ୍ୟ ଶାସନ ସଚିବ ଗୁରୁତ୍ୱାରୋପ କରି ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଓ ପରାମର୍ଶ ଦେଇଥିଲେ । ମରାମତି ଆବଶ୍ୟକ ଥିବା ବନ୍ୟା-ବାତ୍ୟା ଆଶ୍ରୟସ୍ଥଳୀଗୁଡିକର ରକ୍ଷଣାବେକ୍ଷଣ ଉପରେ ଆଲୋଚନା କରାଯାଇଥିଲା । ସମସ୍ତ ଆଶ୍ରୟସ୍ଥଳୀଗୁଡିକରେ ବଜ୍ରପାତ ନିରୋଧକ ବ୍ୟବସ୍ଥା କାର୍ଯ୍ୟକ୍ଷମ ରଖିବା, କାର୍ଯ୍ୟକ୍ଷମ ନଥିବା କରତ ଓ ଟାୱାର ଆଲୋକସବୁକୁ ଅପସାରଣ କରାଯାଇ ଓ ନୂଆ ସଂସ୍ଥାପନ କରାଯିବା, ବଜ୍ରପାତ ସଂପର୍କରେ ଜନସାଧାରଣଙ୍କୁ ମୋବାଇଲ ଯୋଗେ ବାର୍ତ୍ତା ପ୍ରେରଣ ଆଦି ସଂପର୍କରେ ବୈଠକରେ ଗୁରୁତ୍ୱାରୋପ କରାଯାଇଛି । ସବୁ ସରକାରୀ କର୍ମଚାରୀମାନଙ୍କୁ ବିପର୍ଯ୍ୟୟ ପରିଚାଳନା ସଂପର୍କିତ ଦକ୍ଷତା ବୃଦ୍ଧି ପ୍ରଶିକ୍ଷଣ ପ୍ରଦାନ, ବିପର୍ଯ୍ୟୟ ସଂପର୍କରେ ପୂର୍ବାନୁମାନ ଓ ଆଗୁଆ ସତର୍କ ସୂଚନା ବ୍ୟବସ୍ଥା ସଂପର୍କରେ ବୈଠକରେ ଆଲୋଚନା କରାଯାଇଛି । ପ୍ରତି ଶିଳ୍ପାନୁଷ୍ଠାନମାନଙ୍କରେ ସିଭିଲ ଡିଫେନ୍ସ ସ୍ୱେଚ୍ଛାସେବୀମାନଙ୍କୁ ପ୍ରଶିକ୍ଷଣ ଦିଆଯିବ । ସେମାନେ ପ୍ରାରମ୍ଭିକ ପର୍ଯ୍ୟାୟରେ ସମ୍ଭାବ୍ୟ ବିପର୍ଯ୍ୟୟ ମୁକାବିଲା ପାଇଁ ପ୍ରସ୍ତୁତ ରହିବେ । ବୈଠକରେ ଓସଡମାର ପୁନର୍ଗଠନ ଏବଂ ରାଜ୍ୟ ବିପର୍ଯ୍ୟୟ ପରିଚାଳନା ପ୍ରତିଷ୍ଠାନ ଗଠନ ସଂପର୍କରେ ମଧ୍ୟ ପ୍ରସ୍ତାବ ଦିଆଯାଇଛି ।
ଏହି ବୈଠକରେ ଅତିରିକ୍ତ ମୁଖ୍ୟ ଶାସନ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ତଥା ସ୍ୱତନ୍ତ୍ର ରିଲିଫ କମିଶନର ଶ୍ରୀ ସତ୍ୟବ୍ରତ ସାହୁ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ସୁଶୀଲ କୁମାର ଲୋହାନୀ, ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ବିଶାଳ କୁମାର ଦେବ, ଅଗ୍ନିଶମ ଓ ଆପାତକାଳୀନ ସେବା ମହାନିର୍ଦ୍ଦେଶକ ଡଃ. ସୁଧାଂଶୁ ଷଡଙ୍ଗୀ, ବିଦ୍ୟାଳୟ ଓ ଗଣଶିକ୍ଷା ସଚିବ ଆଶ୍ୱଥୀ ଏସ୍, ଯୋଜନା ଓ ସଂଯୋଜନ ବିଭାଗ ସ୍ୱତନ୍ତ୍ର ଶାସନ ସଚିବ ଶ୍ରୀମତୀ ଚିତ୍ରା ଆରୁମୁଗମ, ପୂର୍ବତନ ପ୍ରଶାସନିକ ଅଧିକାରୀ ଡଃ. ଅରବିନ୍ଦ ବେହେରା, ବରିଷ୍ଠ ସମାଜସେବୀ ଶ୍ରୀ ଜଗଦାନନ୍ଦ, ଓସଡମାର ପରିଚାଳନା ନିର୍ଦ୍ଦେଶକ ଶ୍ରୀ ଜ୍ଞାନ ଦାସଙ୍କ ସମେତ ପରିଚାଳନା କମିଟିର ଅନ୍ୟ ସଦସ୍ୟମାନେ ଉପସ୍ଥିତ ଥିଲେ ।
-
ପ୍ରକାଶ ପାଇଲା ଟି-୨୦ ରାଙ୍କିଙ୍ଗ୍ : ବିଶ୍ୱର ନମ୍ବର ୧ ବ୍ୟାଟ୍ସମ୍ୟା କିଏ ଜାଣନ୍ତୁ… -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ହରିଶ ରାଣାଙ୍କୁ ମିଳିଲା ଇଚ୍ଛାମୃତ୍ୟୁ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ଆମେରିକା, ଇସ୍ରାଏଲ-ଇରାନ ଯୁଦ୍ଧ ସମୟରେ ଭାରତ ଯେଉଁ ଅତ୍ୟାବଶ୍ୟକୀୟ ସାମଗ୍ରୀ ଆଇନ ଲାଗୁ କରିଛି ଜାଣନ୍ତୁ ତାହା କ’ଣ? -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ












Click it and Unblock the Notifications