ଏହି ୪ଟି ଜିଲ୍ଲାରେ ତାଣ୍ଡବ ରଚିବ ବାତ୍ୟା 'ୟଶ'

ବାତ୍ୟା ୟଶ ଦ୍ବାରା ରାଜ୍ୟର ୪ଟି ଜିଲ୍ଲା ସର୍ବାଧିକ ପ୍ରଭାବିତ ହେବାର ଆଶଙ୍କା ରହିଛି । ସେହି ଜିଲ୍ଲା ଗୁଡିକ ହେଉଛି- ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ ଓ କେନ୍ଦ୍ରାପଡ଼ା ଜିଲ୍ଲା। ଏସବୁ ଜିଲ୍ଲାରେ କିଛି ସ୍ଥାନରେ ଅତି ଭୀଷଣ ବର୍ଷା ହୋଇପାରେ।

ଭୁବନେଶ୍ୱର: ୱେଲ୍‌ ମାର୍କଡ୍ ଲୋ ପ୍ରେସରରେ ପରିଣତ ହୋଇଛି ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ। ଆସନ୍ତା 12 ଘଣ୍ଟାରେ ଏହା ଡିପ୍ରେସନ ବା ଅବପାତରେ ପରିଣତ ହେଲା ପରେ ଉତ୍ତର ଓ ଉତ୍ତର-ପଶ୍ଚିମ ଦିଗ ଦେଇ ଗତି କରିବ ଏବଂ ଆହୁରି ଘନୀଭୂତ ହୋଇ ଆସନ୍ତାକାଲି ବାତ୍ୟାରେ ପରିଣତ ହେବ। ପରବର୍ତ୍ତୀ ୨୪ ଘଣ୍ଟାରେ ଏହା ଅତିଭୀଷଣ ସାମୁଦ୍ରିକ ଝଡ଼ରେ ପରିଣତ ହୋଇ ୨୬ ତାରିଖ ସନ୍ଧ୍ୟା ସୁଦ୍ଧା ଉପକୂଳ ଛୁଇଁବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି।

Cyclone yaas

ତେବେ ବାତ୍ୟା 'ୟଶ' ଦ୍ବାରା ରାଜ୍ୟର ୪ଟି ଜିଲ୍ଲା ସର୍ବାଧିକ ପ୍ରଭାବିତ ହେବାର ଆଶଙ୍କା ରହିଛି । ସେହି ଜିଲ୍ଲା ଗୁଡିକ ହେଉଛି- ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ ଓ କେନ୍ଦ୍ରାପଡ଼ା ଜିଲ୍ଲା। ଏସବୁ ଜିଲ୍ଲାରେ କିଛି ସ୍ଥାନରେ ଅତି ଭୀଷଣ ବର୍ଷା ହୋଇପାରେ।

ଅନ୍ୟପଟେ ବର୍ତ୍ତମାନ ସୁଦ୍ଧା ଯାହା ଆକଳନ କରାଯାଉଛି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ମୟୂରଭଞ୍ଜ, ଜଗତସିଂହପୁର, କଟକ, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାର ୨୫ରୁ ୫୦ ପ୍ରତିଶତ ଅଞ୍ଚଳରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

Cyclone yaas

ଆଞ୍ଚଳିକ ପାଣିପାଗ ବିଶେଷଜ୍ଞ ଉମାଶଙ୍କର ଦାସ କହିଛନ୍ତି ଏହି ୩ଟି ଜିଲ୍ଲାରେ ୨୦ ସେଣ୍ଟିମିଟରରୁ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି । ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ୨୪ ସନ୍ଧ୍ୟା ବେଳକୁ ଓଡିଶା ଉପକୂଳରେ ପବନର ବେଗ ରହିବ ଘଣ୍ଟାପ୍ରତି ୪୦ ରୁ ୫୦ କିମି ସର୍ବାଧିକ ୬୦ କିମି । ଯାହା ୨୬ ତାରିଖ ଅପରାହ୍ନ ବେଳକୁ ସର୍ବାଧିକ ୧୧୦ କିମି ବେଗରେ ବହିବ ନେଇ ଆକଳନ କରାଯାଉଛି ।

ଆଇଏମ୍‌ଡିର ସୂଚନା ଅନୁଯାୟୀ, ଏହା ଅବପାତରେ ପରିଣତ ହେବା ପରେ କେଉଁଠି ଲ୍ୟାଣ୍ଡଫଲ କରିବ, ତା'ର ସଠିକ୍ ଆକଳନ କରାଯାଇପାରିବ। ତେବେ ବର୍ତ୍ତମାନ ସୁଦ୍ଧା ଆକଳନ ଅନୁଯାୟୀ, ଏହି ଅତି ଭୀଷଣ ବାତ୍ୟା 'ୟାସ୍‌' ଉତ୍ତର ଓଡ଼ିଶା-ପଶ୍ଚମବଙ୍ଗ ଓ ବାଂଲାଦେଶ ମଧ୍ୟରେ କୌଣସି ସ୍ଥାନରେ ସ୍ଥଳଭାଗ ଛୁଇଁବ। ଏହି ସମୟରେ ଘଣ୍ଟାପ୍ରତି ୧୨୦ରୁ ୧୬୫ କିଲୋମିଟର ବେଗରେ ପବନ ହେବ। ସ୍ଥଳ ବିଶେଷରେ ପବନର ବେଗ ଘଣ୍ଟା ପ୍ରତି ୧୮୫ କିଲୋମିଟର ମଧ୍ୟ ହୋଇପାରେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+