ବନକଲାଗି ପାଇଁ ଆଜି ୪ ଘଣ୍ଟା ଦର୍ଶନ ବନ୍ଦ
ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ବୁଧବାର ଜ୍ୟେଷ୍ଠ ମଳ ମାସ କୃଷ୍ଣ ପକ୍ଷ ତୃତୀୟା ତିଥିରେ ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ସନ୍ଧ୍ୟା ୬ରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।

ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ନୀତି ସମ୍ପାଦନ ବେଳେ ଶ୍ରୀଜୀଉଙ୍କ ସାଧାରଣ ଦର୍ଶନ ବନ୍ଦ ରହିଥାଏ। ବନକଲାଗି ନୀତିରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ହୋଇଥାଏ। ପରମ୍ପରା ଅନୁଯାୟୀ, ଦ୍ବିପ୍ରହର ଧୂପ ଶେଷ ହେବା ପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି ସମ୍ପନ୍ନ କରାଯାଇଥାଏ। ଦତ୍ତମହାପାତ୍ର ସେବକମାନେ ଠାକୁରମାନଙ୍କର ଶ୍ରୀମୁଖସିଂହାର କରିଥାନ୍ତି। ଏହି ନୀତି ସମାପନ ହେବା ପର୍ଯ୍ୟନ୍ତ ପ୍ରାୟ ୪ ଘଣ୍ଟା ଶ୍ରୀମନ୍ଦିରର ସମସ୍ତ ଦ୍ୱାର ସମ୍ପୂର୍ଣ୍ଣ ବନ୍ଦ ରହିଥାଏ। ତିନି ଦାରୁମୂର୍ତ୍ତିଙ୍କ ମୁଖମଣ୍ଡଳରେ ଶୃଙ୍ଗାରକୁ ଶ୍ରୀମନ୍ଦିର ଭାଷାରେ ବନକଲାଗି କୁହାଯାଏ। ଏହି ନୀତି ପାଇଁ ବୁଧବାର ସନ୍ଧ୍ୟା ୬ରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।












Click it and Unblock the Notifications