୪ ଲକ୍ଷ ଆୟକରଦାତା ନେଉଥିଲେ ରାସନ , ମନ୍ତ୍ରୀ ଦେଲେ ବଡ ସୂଚନା
ଆୟକରଦାତା ନେଉଥିଲେ ରାସନ କାର୍ଡ । ଏଭଳି ଚାଞ୍ଚଲ୍ୟକର ତଥ୍ୟ ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ମନ୍ତ୍ରୀ କହିଛନ୍ତି, ପ୍ରାୟ ୪ ଲକ୍ଷ ଆୟକରଦାତା ରାସନ ନେଉଥିଲେ । ଏ ନେଇ ବିଭାଗ ପାଖରେ ତଥ୍ୟ ପହଞ୍ଚିଛି । ଆୟକରଦାତାଙ୍କୁ ରାସନ କାର୍ଡରୁ ବାଦ୍ ଦେବା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି ।

ପୂର୍ବ ସରକାର ସମୟରେ ଆୟକରଦାତା ମାନେ ରାସନ କାର୍ଡ ପାଇଥିଲେ ବୋଲି ମଧ୍ୟ ମନ୍ତ୍ରୀ କହିଛନ୍ତି । ତେବେ କେତେ ଆୟକରଦାତା ରାସନ କାର୍ଡ ପାଇଛନ୍ତି ତାହାକୁ ନେଇ ଅନୁଧ୍ୟାନ ଚାଲିଛି । ପ୍ରକୃତ ସତ୍ୟାସତ୍ୟ ଜାଣିବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ରିପୋର୍ଟ ଆସିଲେ କାର୍ଯ୍ୟାନୁଷ୍ଠାନ ନିଆଯିବ । ପୁରା ତଥ୍ୟ ଆସିବା ପରେ ସେମାନଙ୍କୁ ରାସନ କାର୍ଡରୁ ବାଦ୍ ଦିଆଯିବ ବୋଲି ମନ୍ତ୍ରୀ କହିଛନ୍ତି ।












Click it and Unblock the Notifications