ଆଜି ରାଜ୍ୟରେ ଆଖି ବୁଜିଲେ ୪୫ କରୋନା ଆକ୍ରାନ୍ତ

ଆଜି ରାଜ୍ୟରେ ଆଉ ୪୫ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୦୬୩କୁ ବୃଦ୍ଧି ପାଇଛି ।

ଭୁବନେଶ୍ୱର: ରାଜ୍ୟରେ ଥମିବାର ନାଁ ନେଉନି କରୋନା ମୃତ୍ୟୁ ସଂଖ୍ୟା । ଆଜି ରାଜ୍ୟରେ ଆଉ ୪୫ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୦୬୩କୁ ବୃଦ୍ଧି ପାଇଛି । ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୯ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ସେମାନଙ୍କ ମଧ୍ୟରେ ୫ ଜଣ କେବଳ ଭୁବନେଶ୍ୱରର। ଏହା ସହିତ ଖୋର୍ଦ୍ଧା ଜିଲ୍ଲାରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୫୬କୁ ବୃଦ୍ଧି ପାଇଛି।

corona death in odisha

ନୟାଗଡ଼ ଓ ପୁରୀ ଜିଲ୍ଲାରେ ୫ ଜଣ ଲେଖାଏଁଙ୍କ ମୃତ୍ୟୁ ଘଟିଥିବା ବେଳେ ଗଞ୍ଜାମ ଓ କେନ୍ଦୁଝରରେ ୪ ଜଣ ଲେଖାଏଁ, ବରଗଡ଼ ଓ ସୁନ୍ଦରଗଡ଼ରେ ୩ ଜଣ ଲେଖାଏଁ ଏବଂ ଅନୁଗୋଳ, ସମ୍ବଲପୁର ଓ କଟକ ଜିଲ୍ଲାରେ ୨ ଜଣ ଲେଖାଏଁଙ୍କ ମୃତ୍ୟୁ ଘଟିଛି। ସେହିପରି ବାଲେଶ୍ୱର, ଢେଙ୍କାନାଳ, ଯାଜପୁର, ଝାରସୁଗୁଡ଼ା, ମୟୂରଭଞ୍ଜ ଓ ନବରଙ୍ଗପୁର ଜିଲ୍ଲାରେ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ନୂଆ ମୃତ୍ୟୁ ମାମଲା ଆସିବା ପରେ ଅନୁଗୋଳ ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୭୭କୁ ବୃଦ୍ଧି ପାଇଥିବା ବେଳେ ବାଲେଶ୍ୱରରେ ୧୩୨, ବରଗଡ଼ରେ ୧୪୧, କଟକରେ ୨୮୭, ଢେଙ୍କାନାଳରେ ୬୫, ଗଞ୍ଜାମରେ ୩୪୧, ଯାଜପୁରରେ ୪୨, ଝାରସୁଗୁଡ଼ାରେ ୧୨୩, କେନ୍ଦୁଝରରେ ୭୨, ମୟୂରଭଞ୍ଜରେ ୧୨୯, ନବରଙ୍ଗପୁରରେ ୪୫, ନୟାଗଡ଼ରେ ୯୯, ପୁରୀରେ ୨୩୪, ସମ୍ବଲପୁରରେ ୧୨୧ ଓ ସୁନ୍ଦରଗଡ଼ ଜିଲ୍ଲାରେ ୩୫୬କୁ ବୃଦ୍ଧି ପାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+