ଭୁବନେଶ୍ୱର XIMBରେ ୪୫ ଜଣ କରୋନା ପଜିଟିଭ

ଭୁବନେଶ୍ୱରସ୍ଥିତ XIMBରେ ୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସ୍ୱତନ୍ତ୍ର ରିଲିଫ୍ କମିଶନର (ଏସ୍‌ଆର୍‌ସି) ପ୍ରଦୀପ କୁମାର ଜେନା ଏହି ସୂଚନା ଦେଇଛନ୍ତି।

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ XIMBରେ ୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସ୍ୱତନ୍ତ୍ର ରିଲିଫ୍ କମିଶନର (ଏସ୍‌ଆର୍‌ସି) ପ୍ରଦୀପ କୁମାର ଜେନା ଏହି ସୂଚନା ଦେଇଛନ୍ତି। ପଜିଟିଭ ଚିହ୍ନଟ ହୋଇଥିବା ସମସ୍ତ ସଂକ୍ରମିତଙ୍କର ଟ୍ରାଭେଲ ହିଷ୍ଟ୍ରି ଜଣାପଡିଥିବା ନେଇ ସ୍ପଷ୍ଟ କରିଛନ୍ତି ଏସଆରସି ।

ଏସବୁ ଭିତରେ ଭୁବନେଶ୍ୱରର ଏକ୍ସଆଇଏମବିରେ ବହୁ ସଂଖ୍ୟାରେ କରୋନା ପଜିଟିଭ ଚିହ୍ନଟ ହେବା ପରେ ପୂରା କ୍ୟାମ୍ପସକୁ ବିଏମସି ପକ୍ଷରୁ ସିଲ୍ କରାଯାଇଛି । ଏପରିକି ଉକ୍ତ ଶିକ୍ଷାନୁଷ୍ଠାନକୁ ପ୍ରବେଶ ଉପରେ କଟକଣା ଲଗାଯାଇଛି । କ୍ୟାମ୍ପସ ଭିତରୁ କେହି ବାହାରକୁ ଆସିପାରିବେନି ଏବଂ କ୍ୟାମ୍ପସ ଭିତରକୁ ମଧ୍ୟ କେହି ବାହାର ଲୋକ ପ୍ରବେଶ କରିପାରିବେନି ବୋଲି କୁହାଯାଇଛି ।

XIMB

ବିଏମସି ଅଧିକାରୀଙ୍କ ବିନା ଅନ୍ୟ କାହାକୁ କ୍ୟାମ୍ପସ ଭିତରକୁ ପ୍ରବେଶ ଅନୁମତି ଦିଆଯାଇନାହିଁ । ଜରୁରୀ ସାମଗ୍ରୀ ଓ ଔଷଧ ବିଏମସି ପକ୍ଷରୁ ଯୋଗାଇ ଦିଆଯିବ, ଶିକ୍ଷାନୁଷ୍ଠାନରେ ଥିବା ଛାତ୍ରଛାତ୍ରୀ ଓ ଶିକ୍ଷକ ମାନଙ୍କର କରୋନା ଟେଷ୍ଟ କରାଯିବ ବୋଲି ବିଏମସି ପକ୍ଷରୁ କୁହାଯାଇଛି । ପଜିଟିଭ ଚିହ୍ନଟ ବ୍ୟକ୍ତିଙ୍କୁ ନିର୍ଦ୍ଦିଷ୍ଟ ହଷ୍ଟେଲ ରୁମରେ ସଙ୍ଗରୋଧରେ ରଖାଯିବ । କୌଣସି ଜରୁରୀକାଳୀନ ମେଡିକାଲ ସେବା ପାଇଁ ବିଏମସିର ହେଲ୍ପଲାଇନକୁ ଫୋନ୍ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୪୬ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଶୁକ୍ରବାର ଓ ଶନିବାର ଆସିଥିବା ରିପୋର୍ଟରେ ଗୋଟିଏ ଦିନରେ ଯଥାକ୍ରମେ ୧୧୦ ଓ ୧୨୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ରବିବାର ଆସିଥିବା ରିପୋର୍ଟରେ ୯୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା କୁହାଯାଇଥିଲା। କିନ୍ତୁ ଆଜି ପୁଣି ଏହି ସଂଖ୍ୟା ବଢ଼ିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+