ଆସନ୍ତା ୩ ବର୍ଷରେ ପୂରଣ ହେବ ୪୫,୦୦୦ ଶିକ୍ଷକ ପଦବୀ; ସ୍କିମାଟିକ ପ୍ରାଥମିକ ଶିକ୍ଷକମାନଙ୍କୁ ନିୟମିତ କରିବା ଉପରେ ଗୁରୁତ୍ବାରୋପ

ପ୍ରାଥମିକ ଶିକ୍ଷା କ୍ଷେତ୍ରରେ ହେବ ବ୍ୟାପକ ପରିବର୍ତ୍ତନ । ପ୍ରାଥମିକ ଶିକ୍ଷା ପାଇଁ ରାଜ୍ୟରେ ରହିବ ଗୋଟିଏ ବୋର୍ଡ । ରାଜ୍ୟ ମାଧ୍ୟମିକ ଶିକ୍ଷା ପରିଷଦ ଏବଂ ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦକୁ ମିଶାଇ ଗୋଟିଏ ବୋର୍ଡ ଗଠନ କରିବାକୁ ନିଷ୍ପତ୍ତି ନିଆଯାଇଛି । ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କାର୍ଯ୍ୟକ୍ରମ ସମୀକ୍ଷା କରି ଏହା କହିଛନ୍ତି ।

ସେହିପରି ସ୍କିମାଟିକ ପ୍ରାଥମିକ ଶିକ୍ଷକମାନଙ୍କୁ ନିୟମିତ କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବାରୋପ କରିଛନ୍ତି । ରାଜ୍ୟରେ ବର୍ତ୍ତମାନ ୧ ଲକ୍ଷ ୬୦ ହଜାର ୩୧୯ ଶିକ୍ଷକ ପଦବୀ ରହିଥିବା ବେଳେ ଆଉ ୩୯ ହଜାର ୩୬୬ ଟି ପଦବୀ ସୃଷ୍ଟି କରାଯିବ। ତେଣୁ ଏହି ସମସ୍ତ ପଦବୀକୁ ମିଶାଇ ଆସନ୍ତା ୩ ବର୍ଷରେ ୪୪ ହଜାର ୪୩୩ ପଦବୀ ପୂରଣ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ଏହିକ୍ରମରେ ବର୍ଷକୁ ପ୍ରାୟ ୧୫ ହଜାର ପଦବୀ ପୂରଣ ହେବ ବୋଲି ଜଣାପଡ଼ିଛି ।

ଲୋକସେବା ଭବନରେ ଆୟୋଜିତ ବୈଠକରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ ଶାଶ୍ୱତ ମିଶ୍ର, ଅର୍ଥ ବିଭାଗ ପ୍ରମୁଖ ସଚିବ ସଞ୍ଜୀବ ମିଶ୍ର, ବିଦ୍ୟାଳୟ ଓ ଗଣଶିକ୍ଷା ସଚିବ ଶାଳିନୀ ପଣ୍ଡିତ, ଓସେପାର ନିର୍ଦ୍ଦେଶିକା ଅନନ୍ୟା ଦାସ ଏବଂ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

45000 teaching posts to be filled in next 3 years
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+