ଜନଜାତିଙ୍କ ଉପରୁ ଛୋଟ ମାମଲା ହଟାଇବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ; ହଟିବ ୪୮ ହଜାର ଛୋଟ ମାମଲା

ଜନଜାତିଙ୍କ ଉପରେ ଲାଗିଥିବା ୪୮ ହଜାର ଛୋଟ ମାମଲା ହଟିବ । ଗୃହ, ଅବକାରୀ ଓ ଜଙ୍ଗଲ ବିଭାଗ ଅଧୀନରେ ଥିବା ମାମଲା ହଟିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜନଜାତି ଭାଇ ଭଉଣୀ ମାନଙ୍କ ଉପରେ ଥିବା ଛୋଟ ଛୋଟ ମକଦ୍ଦମା ଗୁଡିକ ପ୍ରତ୍ୟାହାର କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ୩ଟି ବିଭାଗ ଅଧୀନ ୪୮ ହଜାର ୧୬ଟି ମାମଲା ପ୍ରତ୍ୟାହାର ହେବ ।

ଜନଜାତିଙ୍କ ଉପରୁ ଛୋଟ ମାମଲା ହଟାଇବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ । ୩୬,୫୮୧ ଅବକାରୀ, ୯୮୪୬ ଗୃହ ବିଭାଗର ମାମଲା ହଟିବ । ଜଙ୍ଗଲ ଓ ପରିବେଶ ବିଭାଗର ୧୫୯୧ ମାମଲା ପ୍ରତ୍ୟାହାର ହେବ ବୋଲି ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

naveen patnaik

ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଗୃହ ବିଭାଗ, ଅବକାରୀ ବିଭାଗ ଓ ଜଙ୍ଗଲ ଓ ପରିବେଶ ବିଭାଗ ଜନଜାତି ବର୍ଗଙ୍କ ଉପରେ ଥିବା ମକଦ୍ଦମା ଗୁଡିକର ସମୀକ୍ଷା କରିଥିଲେ । ମୋକଦ୍ଦମା ଗୁଡିକର ପୁଙ୍ଖାନୁପୁଙ୍ଖ ଅନୁଧ୍ୟାନ ପରେ ଉପରୋକ୍ତ ତିନୋଟି ବିଭାଗର ସମୁଦାୟ ୪୮୦୧୮ଟି ଜଙ୍ଗଲ ଓ ଅବକାରୀ ସଂପର୍କିତ ମାମଲା ପ୍ରତ୍ୟାହୃତ କରିବା ପାଇଁ ନିଷ୍ପତ୍ତି ହୋଇଛି ।

ଏହି ମାମଲା ଗୁଡିକ ମଧ୍ୟରେ ଅବକାରୀ ବିଭାଗ ଅଧିନରେ ୩୬୫୮୧ ମାମଲା, ଗୃହ ବିଭାଗ ଅଧୀନରେ ୯୮୪୬ ମାମଲା, ଜଙ୍ଗଲ ଓ ପରିବେଶ ବିଭାଗ ଅଧୀନରେ ୧୫୯୧ ମାମଲାକୁ ପ୍ରତ୍ୟାହାର କରାଯାଇଛି । ଏହିସବୁ ମାମଲା ପ୍ରତ୍ୟାହୃତ ହେବା ଦ୍ବାରା କୋର୍ଟ ଓ ନ୍ୟାୟିକ ବ୍ୟବସ୍ଥା ଉପରୁ ମଧ୍ୟ ଚାପ ହ୍ରାସ ପାଇବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+