ରାଜ୍ୟରେ ଆଉ ୫ କରୋନା ଆକ୍ରାନ୍ତ ଚିହ୍ନଟ
Odisha Corona: ରାଜ୍ୟରେ ପୁଣି କରୋନା ବଢାଉଛି ଚିନ୍ତା । କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଆଜି ରାଜ୍ୟରେ ଆଉ ୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଯାହା ପରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୩କୁ ବୃଦ୍ଧି ପାଇଛି । ଗତକାଲି ମଧ୍ୟ ରାଜ୍ୟରେ ୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ସମସ୍ତେ ଆକ୍ରାନ୍ତଙ୍କୁ ଘରୋଇ ସଂଙ୍ଗରୋଧରେ ରଖାଯାଇଛି ।

ରାଜ୍ୟ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଜାରି କରାଯାଇଥିବା ସୂଚନା ଅନୁସାରେ, ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଜି ରାଜ୍ୟରେ ଆଉ ୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସମସ୍ତ ଆକ୍ରାନ୍ତଙ୍କ ସ୍ୱାସ୍ଥ୍ୟବସ୍ଥା ଠିକ୍ ଥିବା ନେଇ ସୂଚନା ଦେଇଛନ୍ତି ଜନସ୍ୱସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର । ବର୍ତ୍ତମାନ ରାଜ୍ୟରେ କୋରନା ସ୍ଥିତି ନିୟନ୍ତ୍ରଣ ମଧ୍ୟରେ ଅଛି କିଛି ଭୟ କରିବାର ନାହିଁ ବୋଲି ମଧ୍ୟ ସେ କହିଛନ୍ତି ।
ଦେଶରେ ମଧ୍ୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । କରୋନାର ନୂଆ ଭ୍ୟାରିଆଣ୍ଟ JN.1 ଏବେ କେରଳରେ କାୟା ବିସ୍ତାର କରିବାରେ ଲାଗିଛି । ଦେଶରେ ସଂକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୪୦୪୧ ରହିଛି । ସେହିପରି କେରଳରେ ବର୍ତ୍ତମାନ ସୁଦ୍ଧା ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ମହାରାଷ୍ଟ୍ର, ତାମିଲନାଡୁ ଜଣେ ଏବଂ ପଣ୍ତିଚେରୀରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି ।












Click it and Unblock the Notifications