Get Updates
Get notified of breaking news, exclusive insights, and must-see stories!

5T ଅଧ୍ୟକ୍ଷଙ୍କୁ ଭେଟିଲେ ଉତ୍ତରକାଶୀ ଟନେଲରେ ଫସି ରହିଥିବା ଓଡିଆ ଶ୍ରମିକଙ୍କ ପରିବାର ସଦସ୍ୟ

ଭୁବନେଶ୍ୱର: ଉତ୍ତରାଖଣ୍ଡ ଉତ୍ତରକାଶୀରେ ଟନେଲ ମଧ୍ୟରେ ଫସି ରହିଥିବା ଶ୍ରମିକଙ୍କ ପରିବାର ସଦସ୍ୟମାନେ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନଙ୍କୁ ନବୀନ ନିବାସରେ ଭେଟିଛନ୍ତି ।

ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀ ଙ୍କ ନିର୍ଦ୍ଦେଶ ରେ ଶ୍ରମିକଙ୍କ ପରିବାର ସଦସ୍ୟ ମାନଙ୍କୁ ରାଜ୍ୟ ସରକାର ଉତ୍ତରକାଶୀକୁ ନେବା ପାଇଁ ସମସ୍ତ ବ୍ୟବସ୍ଥା କରିଛନ୍ତି । ସେମାନେ ହେଲେ ନବରଙ୍ଗପୁର ଜିଲ୍ଲାର ଫୁଲଚାନ୍ଦ ଭତ୍ରା, ମୟୁରଭଂଜ ଜିଲ୍ଲାର ବିମଳା ନାୟକ, ଚିତ୍ତରଂଜନ ନାୟକ ପୂର୍ବରୁ ଅନ୍ୟ ଦୁଇ ଶ୍ରମିକଙ୍କ ପରିବାର ଉତ୍ତରକାଶୀରେ ପହଞ୍ଚି ସାରିଛନ୍ତି । ଏହାଦ୍ବାରା ଉଦ୍ଧାର ପରେ ଫସି ରହିଥିବା ଶ୍ରମିକମାନେ ସେମାନଙ୍କ ପରିବାରବର୍ଗଙ୍କୁ ଭେଟି ପାରିବେ ।

5-T chairman

ସୂଚନାଯୋଗ୍ୟ ଯେ ଦୀର୍ଘ ୧୩ ଦିନ ଧରି ଉତ୍ତରକାଶୀର ଏକ ନିର୍ମାଣାଧୀନ ଟନେଲ ମଧ୍ୟରେ ୪୧ ଜଣ ଶ୍ରମିକ ଫସି ରହିଛନ୍ତି । ଏଥିରେ ଓଡିଶାର ୫ ଜଣ ଶ୍ରମିକ ରହିଛନ୍ତି । ଏହି ଶ୍ରମିକ ମାନେ ହେଲେ - ଭଦ୍ରକ ଜିଲ୍ଲାର ତପନ ମଣ୍ଡଳ, ନବରଙ୍ଗପୁରର ଭଗବାନ ଭତ୍ରା ଏବଂ ମୟୁରଭଂଜର ବିଶେଶ୍ବର ନାୟକ, ଧୀରେନ ନାୟକ ଓ ରାଜୁ ନାୟକ।

ଏହି ଶ୍ରମିକଙ୍କ ପରିବାର ସଦସ୍ୟ 5T ଅଧ୍ୟକ୍ଷଙ୍କୁ ନବୀନ ନିବାସ ରେ ସାକ୍ଷାତ କରିଥିଲେ । 5T ଅଧ୍ୟକ୍ଷ ସେମାନଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ଓଡ଼ିଆ ଶ୍ରମିକଙ୍କ ସୁରକ୍ଷା ପାଇଁ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ସଂପର୍କରେ ଜଣାଇଥିଲେ । ରାଜ୍ୟ ସରକାରଙ୍କ ଅଫିସର ଓ ସ୍ବତନ୍ତ୍ର ଟିମ୍‌ ଉଦ୍ଧାର ସ୍ଥଳୀକୁ ଯାଇଛନ୍ତି ଏବଂ ଉଦ୍ଧାରକାରୀ ଦଳ ସହିତ ନିୟମିତ ଯୋଗାଯୋଗରେ ଅଛନ୍ତି । ଆମର ସବୁ ଶ୍ରମିକ ସୁରକ୍ଷିତ ଅଛନ୍ତି ବୋଲି ସେ କହିଥିଲେ । ମୁଖ୍ୟମନ୍ତ୍ରୀ ଘଟଣା ସଂପର୍କରେ ସଂପୂର୍ଣ୍ଣ ଅବଗତ ଅଛନ୍ତି ଏବଂ ଶ୍ରମିକ ମାନଙ୍କ ନିରାପତ୍ତା ଓ ଉଦ୍ଧାର କାର୍ଯ୍ୟ ସଂପର୍କରେ ନିୟମିତ ଖବର ନେଉଛନ୍ତି ବୋଲି ସେ ପରିବାର ସଦସ୍ୟ ମାନଙ୍କୁ କହିଥିଲେ ।

ଉଦ୍ଧାର କାର୍ଯ୍ୟ ତ୍ବରାନ୍ବିତ ହୋଇଛି ଏବଂ ଖୁବ ଶୀଘ୍ର ସେମାନେ ପରିବାରକୁ ଫେରି ଆସିବେ ବୋଲି 5T ଅଧ୍ୟକ୍ଷ ସେମାନଙ୍କୁ ଆଶ୍ବାସନା ଦେଇଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+