ସମଲେଇ ପ୍ରକଳ୍ପ ଲୋକାର୍ପଣ ପୂର୍ବରୁ 5-ଟି ଅଧ୍ୟକ୍ଷଙ୍କ ସମୀକ୍ଷା
ସମ୍ବଲପୁର: ସମ୍ବଲପୁର ଗସ୍ତରେ 5-ଟି ଅଧ୍ୟକ୍ଷ । ଦୁଇ ଦିନିଆ ସମ୍ବଲପୁର ଗସ୍ତରେ ଯାଇ ସମଲେଇ ପ୍ରକଳ୍ପର ସମୀକ୍ଷା କରିଛନ୍ତି 5-ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ୍ । ସକାଳୁ ସକାଳୁ ମା ସମଲେଶ୍ୱରୀଙ୍କୁ ଦର୍ଶନ କରିବା ସହିତ ସମଲେଇ ପ୍ରକଳ୍ପର ଶେଷ ସମୀକ୍ଷା କରିଛନ୍ତି ।

ଆସନ୍ତା 22 ତାରିଖ ସୁଦ୍ଧା ସମସ୍ତ କାର୍ଯ୍ୟଶେଷ ହେବ ସେନେଇ ଆଲୋଚନା କରିଛନ୍ତି । ଅପରପକ୍ଷରେ 27 ତାରିଖରେ ସମଲେଇ ପ୍ରକଳ୍ପ ପୂର୍ବରୁ ସମସ୍ତ କାମ ଶେଷ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଆସନ୍ତା 27 ତାରିଖରେ ସମଲେଇ ପ୍ରକଳ୍ପ ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ । ତେଣୁ ଶୀଘ୍ର କାମ ସାରିବାକୁ ଫାଇଭ୍-ଟି ଅଧ୍ୟକ୍ଷ ନିର୍ଦ୍ଦେଶ ଦେଇଛନ୍ତି । ସେହିପରି ମହାନଦୀ ଭ୍ୟୁ ପଏଣ୍ଟ ବୁଲି ଦେଖିବା ସହ ଲୋକଙ୍କ ଠାରୁ ଅଭିଯୋଗ ପତ୍ର ଗ୍ରହଣ କରିଛନ୍ତି ।
ଏହି ସମୀକ୍ଷା ବୈଠକରେ ଆରଡିସିଙ୍କଠାରୁ ଆରମ୍ଭ କରି ଜିଲ୍ଲାପାଳ, ମହାନଗର ନିଗର କମିଶନର ଉପସ୍ଥିତ ଥିଲେ ।
ସୂଚନାଯୋଗ୍ୟ ଯେ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା ସମଲେଶ୍ୱରୀଙ୍କ ମନ୍ଦିର ଷୋଡଶ ଶତାଦ୍ଦୀର ଏକ ପ୍ରସିଦ୍ଧ ପୀଠ । ଏହାର ଉନ୍ନତି ପାଇଁ 2021 ମସିହାରେ ମୁଖ୍ୟମନ୍ତ୍ରୀ ସମଲେଇ (Samaleswari Temple Area Management and Local Economy Initiatives) ପ୍ରକଳ୍ପ ଆରମ୍ଭ କରିଛନ୍ତି । ଏଥିପାଇଁ 200 କୋଟି ଟଙ୍କା ଖର୍ଚ୍ଚ କରାଯାଉଛି । ମନ୍ଦିରର ସୌନ୍ଦର୍ଯ୍ୟକରଣ ସହିତ ଭକ୍ତ ମାନଙ୍କ ପାଇଁ ଏକ ଅଧ୍ୟାତ୍ମିକ ପରିବେଶ ସୃଷ୍ଟି କରିବା ପାଇଁ ସମସ୍ତ ପ୍ରକାର ପଦକ୍ଷେପ ନିଆଯାଇଛି । ମନ୍ଦିର ସହିତ ମହାନଦୀ ଘାଟର ମଧ୍ୟ ଉନ୍ନତିକରଣ କରାଯାଉଛି । ଏହି ପ୍ରକଳ୍ପର ସଠିକ କାର୍ଯ୍ୟାନ୍ୱୟନ ପାଇଁ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି.କେ ପାଣ୍ଡିଆନ ଅନେକ ଥର ସମ୍ବଲପୁର ଯାଇ ପ୍ରକଳ୍ପ କାର୍ଯ୍ୟ ସମୀକ୍ଷା କରିଛନ୍ତି ।
-
ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ… -
ଉପ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା;କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା -
ରବିବାର ମହାମୁକାବିଲା; ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନରେ ହେବ ବଡ଼ ପରିବର୍ତ୍ତନ! -
ମମତା ବାନାର୍ଜୀଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ରାଷ୍ଟ୍ରପତି, କହିଲେ..... -
ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଆନ୍ନା ହଜାରେ, ଜାଣନ୍ତୁ କେଉଁ କାରଣ ପାଇଁ ଲେଖିଲେ ପତ୍ର? -
ରାଷ୍ଟ୍ରପତିଙ୍କୁ TMC ସରକାର ଅପମାନ କରିବା ଲଜ୍ଜାଜନକ ;ମୋଦି -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ଓଜନ ହ୍ରାସ ପାଇଁ କେଉଁ ପନିପରିବା ଖାଇବା ଉଚିତ ? -
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ନବୋଦୟ ବିଦ୍ୟାଳୟର ୩ ଦଶମ ଛାତ୍ର ପାଣିରେ ବୁଡି ମୃତ -
ପଡୋଶୀ ଦେଶଗୁଡିକୁ କ୍ଷମା ମାଗିଲେ ଇରାନ ରାଷ୍ଟ୍ରପତି, ଜାଣନ୍ତୁ ଯୁଦ୍ଧ ଭିତରେ ଏମିତି କାହିଁକି କଲା ..... -
ଇରାନର ଯୁଦ୍ଧ ଜାହାଜକୁ ଆଶ୍ରୟ ଦେଲା ଭାରତ












Click it and Unblock the Notifications