ରାଜ୍ୟରେ 4G ଦରରେ ମିଳିବ 5G ସେବା
ଓଡିଶାରେ ଆଜିଠୁ ଆରମ୍ଭ ହୋଇଛି 5G ଟେଲିକମ ସେବା । ଏହା ୨ବର୍ଷ ଭିତରେ ସାରା ରାଜ୍ୟରେ ପହଁଚିବ । କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି, ଅଗଷ୍ଟ ୧୫, ୨୦୨୪ ସୁଦ୍ଧା ରାଜ୍ୟର ସବୁ ଜାଗାରେ ଟାୱାର କନେକ୍ଟିଭିଟି ହୋଇଯିବ ।
ଭୁବନେଶ୍ବର: ଓଡିଶାରେ ଆଜିଠୁ ଆରମ୍ଭ ହୋଇଛି 5G ଟେଲିକମ ସେବା । ଏହା ୨ବର୍ଷ ଭିତରେ ସାରା ରାଜ୍ୟରେ ପହଁଚିବ । କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି, ଅଗଷ୍ଟ ୧୫, ୨୦୨୪ ସୁଦ୍ଧା ରାଜ୍ୟର ସବୁ ଜାଗାରେ ଟାୱାର କନେକ୍ଟିଭିଟି ହୋଇଯିବ । ଫାଇବର କେବୁଲ ବିଛାଇବା ପାଇଁ ପ୍ରଧାନମନ୍ତ୍ରୀ ୧୧ଶହ କୋଟି ଟଙ୍କା ଦେଇଛନ୍ତି । ଓଡ଼ିଶାର ପ୍ରତି ଗାଁ ଓ ସ୍କୁଲକୁ ହାଇସ୍ପିଡ କେବୁଲ ପହଞ୍ଚିବ ।

ତେବେ ସେବା ଆରମ୍ଭ ହେବା ପରେ 5G ଦର 4G ସହ ସମାନ ରହିବ । ଦର ସଂପର୍କରେ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି, 4G ଦର ସହ 5G ଦର ପାଖାପାଖି ସମାନ ରହିବ । ସାରା ଦେଶରେ 5G ଲାଗୁ ପାଇଁ ଅଢ଼େଇରୁ ୩ ଲକ୍ଷ କୋଟି ଟଙ୍କା ଖର୍ଚ୍ଚ ହେବ । 5G ପାଇଁ ୯୦ ହଜାର ନୂଆ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ।
ସୂଚନାଯୋଗ୍ୟ ଯେ, ଓଡିଶାରେ ଆଜିଠୁ ୫ଜି ସେବା ଆରମ୍ଭ ହୋଇଛି । ୫ଜି ସେବାର ଶୁଭାରମ୍ଭ କଲେ କେନ୍ଦ୍ର ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ପ୍ରଥମ ପର୍ଯ୍ୟାୟରେ ଟ୍ୱିନସିଟିରେ ୫ଜି ଯୋଡି ହୋଇଛି । ପରବର୍ତ୍ତୀ ପର୍ଯ୍ୟାୟରେ ୫ଟି ସହରରେ ଏହି ସେବା ଆରମ୍ଭ ହେବ । 5G ସେବା ଆରମ୍ଭ ହେଲେ ଟେଲିକମ୍ ଓ ଇଣ୍ଟରନେଟ୍ ଗ୍ରାହକମାନେ ଉନ୍ନତମାନର ସେବା ପାଇବେ ।
-
ପ୍ରକାଶ ପାଇଲା ଟି-୨୦ ରାଙ୍କିଙ୍ଗ୍ : ବିଶ୍ୱର ନମ୍ବର ୧ ବ୍ୟାଟ୍ସମ୍ୟା କିଏ ଜାଣନ୍ତୁ… -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ହରିଶ ରାଣାଙ୍କୁ ମିଳିଲା ଇଚ୍ଛାମୃତ୍ୟୁ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ଆମେରିକା, ଇସ୍ରାଏଲ-ଇରାନ ଯୁଦ୍ଧ ସମୟରେ ଭାରତ ଯେଉଁ ଅତ୍ୟାବଶ୍ୟକୀୟ ସାମଗ୍ରୀ ଆଇନ ଲାଗୁ କରିଛି ଜାଣନ୍ତୁ ତାହା କ’ଣ? -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ












Click it and Unblock the Notifications