Get Updates
Get notified of breaking news, exclusive insights, and must-see stories!

ନୂଆ ଦାୟିତ୍ଵ ଗ୍ରହଣ ପରେ 5T ଓ ନବୀନ ଓଡିଶା ଅଧ୍ୟକ୍ଷଙ୍କ ପୁରୀରୁ ପ୍ରଥମ ସମୀକ୍ଷା

ଭୁବନେଶ୍ୱର: ନୂଆ ଦାୟିତ୍ଵ ଗ୍ରହଣ ପରେ ପୁରୀ ରୁ ଆରମ୍ଭ କରିଛନ୍ତି ପ୍ରଥମ କାମ । 5T ଓ ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ପାଣ୍ଡିଆନ୍ ତାଙ୍କର ପ୍ରଥମ ସମୀକ୍ଷା ପୁରୀରୁ ଆରମ୍ଭ କରିଛନ୍ତି । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକକଙ୍କ ନିର୍ଦ୍ଦେଶ କ୍ରମେ 5T ଓ ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି କେ ପାଣ୍ଡିଆନ୍ ଆଜି ସକାଳୁ ପୁରୀ ଯାଇ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଛନ୍ତି । ଭୋର୍ 4 ରୁ 6 ପର୍ଯ୍ୟନ୍ତ ଏହି ସମୀକ୍ଷା ଚାଲିଥିଲା । ନୂଆ ଦାୟିତ୍ଵ ଗ୍ରହଣ ପରେ 5T ଓ ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ପାଣ୍ଡିଆନ୍ ଙ୍କ ଏହା ଥିଲା ପ୍ରଥମ ସମୀକ୍ଷା ।

v ka pandian

ଏହା ସହ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମ ତ୍ଵରାନ୍ଵିତ କରି ଡିସେମ୍ବର 15 ସୁଦ୍ଧା ସମ୍ପୂର୍ଣ୍ଣ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି । ନୂଆବର୍ଷରେ ଭକ୍ତ ମାନଙ୍କୁ ନୂଆ ଅନୁଭବ ଦେବ ବୋଲି ସେ ମତ ବ୍ୟକ୍ତ କରିଛନ୍ତି ।

ଶ୍ରୀକ୍ଷେତ୍ରରେ ଥିବା ବିଭିନ୍ନ ମଠ ଗୁଡିକର ପୁନରୁଦ୍ଧାର କାମ ତ୍ୱରାନ୍ୱିତ କରିବା ପାଇଁ ଶ୍ରୀ ପାଣ୍ଡିଆନ୍ ନିର୍ଦ୍ଦେଶ ଦେଇଛନ୍ତି । ପରିକ୍ରମା ପ୍ରକଳ୍ପ landscaping କାମରେ ଜଗନ୍ନାଥ ସଂସ୍କୃତି ସହ ଜଡିତ ବିଭିନ୍ନ ଦେଶୀୟ ବୃକ୍ଷ ଓ ଗୁଳ୍ମ ଲଗାଇବାକୁ ଶ୍ରୀ ପାଣ୍ଡିଆନ୍ ପରାମର୍ଶ ଦେଇଥିଲେ । ସେ ଶ୍ରୀମନ୍ଦିର ଚାରି ଦ୍ଵାର କାମ ମଧ୍ୟ ବୁଲି ଦେଖିଥିଲେ ।

ସ୍ଥାନୀୟ ଲୋକଙ୍କ ସୁବିଧା ପାଇଁ ଦୁଇ ଚକିଆ ଗାଡି ର ପାର୍କିଂ ପାଇଁ ପର୍ଯ୍ୟାପ୍ତ ବ୍ୟବସ୍ଥା କରିବାକୁ ଶ୍ରୀ ପାଣ୍ଡିଆନ୍ ନିର୍ଦ୍ଦେଶ ଦେଇଥିଲେ . ଏତଦବ୍ୟତୀତ ମେଘନାଦ ପାଚେରୀ ପାଖରୁ ବିଭିନ୍ନ utilities ଗୁଡିକ ର ସ୍ଥାନାନ୍ତର ,ପରିକ୍ରମା ପ୍ରକଳ୍ପ ର ବିଦ୍ୟୁତ୍ ବ୍ୟବସ୍ଥା କାମ ନିର୍ଦ୍ଧାରିତ ସମୟରେ ଶେଷ କରିବା ଉପରେ ସେ ଗୁରୁତ୍ଵ ଆରୋପ କରିଥିଲେ ।

ଜଗନ୍ନାଥ ବଲ୍ଳଭ ପାର୍କିଂ କାମ ସହ ଯାତ୍ରୀ ମାନଙ୍କ ପାଇଁ ସେଠାରେ କରାଯାଉଥିବା ବିଭିନ୍ନ ସୁବିଧା ର ବିକାଶ , ପ୍ରମୋଦ ଉଦ୍ୟାନ, ଓ ଶ୍ରୀ ସେତୁ କାମ ର ଅଗ୍ରଗତି ଶ୍ରୀ ପାଣ୍ଡିଆନ୍ ସମୀକ୍ଷା କରିଥିଲେ ଓ ନିର୍ଦ୍ଧାରିତ ସମୟ ରେ କାମ ଶେଷ କରିବାକୁ ନିର୍ଦେଶ ଦେଇଥିଲେ . ଏଥି ପାଇଁ ଅଧିକ ଲୋକ ନିୟୋଜିତ କରିବା ପାଇଁ 5T ଓ ନବୀନ ଓଡିଶା ଅଧ୍ୟକ୍ଷ ପରାମର୍ଶ ଦେଇଥିଲେ

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+