କଳାମଣ୍ଡଳ ସମ୍ମିଳନୀ କେନ୍ଦ୍ର ନିର୍ମାଣ କାମର ଅଗ୍ରଗତି ସମୀକ୍ଷା କଲେ ୫ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନ
ଭୁବନେଶ୍ୱର:ଆସନ୍ତା ଫେବୃୟାରୀ ୩ ରୁ ୫ ତାରିଖ ପର୍ଯ୍ୟନ୍ତ ୩ ଦିନ ଧରି ରାଜ୍ୟରେ ପ୍ରଥମ ଥର ପାଇଁ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି । ଏହି ସମ୍ମିଳନୀକୁ ଆହୁରି ସ୍ମରଣୀୟ କରିବା ନିମନ୍ତେ ଭୁବନେଶ୍ୱର ର କଳାମଣ୍ଡଳ ପରିସରରେ ନିର୍ମିତରେ ହେଉଛି ଅକ୍ଷରଭୂମି । ମୁଖ୍ୟମନ୍ତ୍ରୀ ନବୀନ ପଟନାୟକଙ୍କ ନିର୍ଦ୍ଦେଶ କ୍ରମେ କାର୍ଯ୍ୟକୁ ୫-ଟି ତଥା ଆମ ଓଡିଶା ଓ ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଆଜି ସକାଳେ କଳାମଣ୍ଡଲ ଯାଇ ଏହାର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଛନ୍ତି ।
ଦୁଇ ହଜାର ସ୍ଥାନ ବିଶିଷ୍ଟ କଳାମଣ୍ଡଳ ସମ୍ମିଳନୀ କେନ୍ଦ୍ର ହେବ ରାଜ୍ୟର ସବୁଠାରୁ ବଡ ସମ୍ମିଳନୀ କେନ୍ଦ୍ର । ଆଗାମୀ ଚାରି ମାସ ମଧ୍ୟରେ ଏହାର ନିର୍ମାଣ କାମ ଶେଷ କରିବାକୁ ଶ୍ରୀ ପାଣ୍ଡିଆନ୍ ନିର୍ଦ୍ଦେଶ ଦେଇଥିଲେ । କଳାମଣ୍ଡଳର ଆଭ୍ୟନ୍ତରୀଣ ସାଜସଜା ଓଡ଼ିଆ ସଂସ୍କୃତି ଓ ଐତିହ୍ୟର ପୃଷ୍ଠଭୂମି ଢାଞ୍ଚାରେ କରିବାକୁ ଶ୍ରୀ ପାଣ୍ଡିଆନ୍ ପରାମର୍ଶ ଦେଇଥିଲେ ।
ସୂଚନାଯୋଗ୍ୟ ଯେ, ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ର ଏହି ସମ୍ମିଳନୀ କେନ୍ଦ୍ର ର ନିର୍ମାଣ ଦାୟିତ୍ୱ ଡ଼ିସିଓ ନେଇଛି । ପ୍ରଥମ ବିଶ୍ୱ ଓଡିଆ ଭାଷା ସମ୍ମିଳନୀକୁ ଚିର ସ୍ମରଣୀୟ କରିବା ପାଇଁ କଳାମଣ୍ଡଳ ପରିସରରେ ପୂର୍ତ୍ତ ବିଭାଗ ପକ୍ଷରୁ ନିର୍ମାଣ କରାଯାଉଥିବା ଅକ୍ଷର ଭୂମି କାମ ମଧ୍ୟ ଶ୍ରୀ ପାଣ୍ଡିଆନ୍ ବୁଲି ଦେଖିଥିଲେ . ଖାଣ୍ଡେଲାଇଟ ପଥର ରେ କଳିଙ୍ଗ ଶୈଳୀରେ ଓଡ଼ିଶାର କଳା ଓ ଭାସ୍କର୍ଯ୍ଯ ର ଅପୂର୍ବ ନିଦର୍ଶନ ହେବ . ଏହା .ଆମର ମହାନ୍ ଐତିହ୍ୟ ଓ
ଶାସ୍ତ୍ରୀୟ ଓଡ଼ିଆ ଭାଷାର ଗୌରବ ବିଷୟ ରେ ଅକ୍ଷର ଭୂମି ଭବିଷ୍ୟତ ପୀଢି କୁ ପ୍ରେରଣା ଦେଇଚାଲିବ ଏବଂ ଓଡିଆ ଭାଷା ର ଅସ୍ମିତା ର ପରିଚୟ ହେବ ବୋଲି ଶ୍ରୀ ପାଣ୍ଡିଆନ୍ ଆଶା ବ୍ୟକ୍ତ କରିଥିଲେ ।

ଏହି ଅକ୍ଷର ଭୂମି କାର୍ଯ୍ୟକୁ ତ୍ୱରାନ୍ୱିତ କରିବାକୁ ଶ୍ରୀ କାର୍ତ୍ତିକ ପାଣ୍ଡିଆନ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇ ଥିଲେ । ଏହାର ନିର୍ମାଣ କାର୍ଯ୍ୟ ଉଭୟ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ ଓ ପୂର୍ତ୍ତ ବିଭାଗ ସହଯୋଗରେ କରାଯାଉଛି । ଭବିଷ୍ୟତ ସମ୍ପ୍ରସାରଣ କୁ ଦୃଷ୍ଟିରେ ରଖି ଅଧିକ ଖୋଲା ସ୍ଥାନ ରଖିବା ଏବଂ ଜନସାଧାରଣଙ୍କ ସୁବିଧାକୁ ଦୃଷ୍ଟିରେ ରଖି ପାର୍କିଂ ବ୍ୟବସ୍ଥାର ବିକାଶ ପାଇଁ ସ୍ଥିର କରାଯାଇଥିଲା କ୍ୟାମ୍ପସରେ ଅଧିକ ଗଚ୍ଛ ଲଗାଇ ଏହାକୁ ସବୁଜ ସୁନ୍ଦର କରିବା ତଥା ବିଭିନ୍ନ ପରିବେଶ ଅନୁକୂଳ ଜିନିଷ ବ୍ୟବହାର କରିବା ପାଇଁ କାର୍ତ୍ତିକ ପାଣ୍ଡିଆନ୍ ପରାମର୍ଶ ଦେଇଥିଲେ ।
୫-ଟି ଅଧ୍ୟକ୍ଷଙ୍କ ଏହି ଗସ୍ତ ସମୟରେ , ବିଡିଏ ଉପାଧ୍ୟାକ୍ଷ ବଲୱନ୍ତ ସିଂ, ଗଊ ଓଊଉଙ ଭୂପିନ୍ଦର ସିଂ ପୁନିଆ , ବିଭାଗୀୟ ସ୍ୱତନ୍ତ୍ର ଶାସନ ସଚିବ ମଧୁସୂଦନ ଦାଶ ନିର୍ଦେଶକ ଦିଲୀପ ରାଉତରାୟ ଏବଂ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।












Click it and Unblock the Notifications