୫ଟି ଅଧ୍ୟକ୍ଷଙ୍କ ମୟୁରଭଞ୍ଜ ଗସ୍ତ; ବିଭିନ୍ନ ପ୍ରକଳ୍ପର କଲେ ସମୀକ୍ଷା, ଛାତ୍ରଛାତ୍ରୀଙ୍କୁ ଦେଲେ ପ୍ରେରଣା
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନ ଆଜି ମୟୁରଭଂଜ ଗସ୍ତରେ ଯାଇ ବିଭିନ୍ନ ଉନ୍ନୟନମୂଳକ କାମର ସମୀକ୍ଷା କରିବା ସହିତ ସ୍ଥାନୀୟ ଲୋକ ଏବଂ ଛାତ୍ରଛାତ୍ରୀ ମାନଙ୍କ ସହିତ ମତବିନିମୟ କରିଛନ୍ତି ।
ବାରିପଦାଠାରେ ବିଶ୍ବବିଦ୍ୟାଳୟ ପଡିଆରେ ଜିଲ୍ଲାର ସମସ୍ତ ଛାତ୍ରଛାତ୍ରୀ ମାନଙ୍କ ସହିତ ଆଲୋଚନା କରି ନୂଆ ଓଡିଶା ଗଠନରେ ଯୁବଶକ୍ତିର ଯୋଗଦାନ ପାଇଁ ପ୍ରେରଣା ଦେଇଥିଲେ। ନୂଆ-ଓ କାର୍ଯ୍ୟକ୍ରମରେ ଯୋଗ ଦେଇ ସେ କହିଥିଲେ ଯେ ଏହା ଯୁବକଯୁବତୀ ମାନଙ୍କ ପାଇଁ ବିପୁଳ ସୁଯୋଗ ସୃଷ୍ଟି କରିଛି । ଏହି କାର୍ଯ୍ୟକ୍ରମ ଦ୍ବାରା ସେମାନେ ନିଜର ପ୍ରତିଭା ପ୍ରଦର୍ଶନ କରିବା ସହିତ ସେମାନଙ୍କର ସାମଗ୍ରିକ ବ୍ୟକ୍ତିତ୍ବର ବିକାଶରେ ମଧ୍ୟ ଏହା ସହାୟକ ହେବ। ଏହାସହିତ ପାଠପଢାରେ ମଧ୍ୟ ସେମାନେ ଉଲ୍ଲେଖନୀୟ ସଫଳତା ହାସଲ କରିପାରିବେ ବୋଲି ଶ୍ରୀ ପାଣ୍ଡିଆନ କହିଥିଲେ ।
ଶିକ୍ଷକଙ୍କ ମାର୍ଗ ଦର୍ଶନ ହିଁ ଜୀବନରେ ସଫଳତା ଆଣିଥାଏ ବୋଲି ଶ୍ରୀ ପାଣ୍ଡିଆନ୍ ମତ ଦେଇ ପ୍ରାଚୀନ ଗୁରୁ ଶିଷ୍ୟ ପରମ୍ପରା ର ଉଦାହରଣ ଦେଇଥିଲେ.।

ଏହାପରେ ସେ ମୟୁରଭଞ୍ଜ ଜିଲ୍ଲାରେ ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପର ସମୀକ୍ଷା କରିଥିଲେ । ୧୦,୨୧୦ କୋଟି ଟଙ୍କା ବ୍ୟୟରେ କାର୍ଯ୍ୟକାରୀ ହେଉଥିବା ଏହି ପ୍ରକଳ୍ପ ଦ୍ବାରା ୨,୭୦,୯୦୦ ଏକର ଚାଷଜମି ଜଳସେଚିତ ହୋଇପାରିବ। ସମୀକ୍ଷାରୁ ଜଣାଯାଇଥିଲା ଯେ ୨୦୨୪ ମଇ ସୁଦ୍ଧା ପ୍ରକଳ୍ପର ପ୍ରଥମ ପର୍ଯ୍ୟାୟ ଶେଷ ହେବ ଏବଂ ଦ୍ବିତୀୟ ପର୍ଯ୍ୟାୟ ଜୁନ ୨୦୨୮ ସୁଦ୍ଧା ସଂପୂର୍ଣ୍ଣ ହେବ ।
ଏହି ଅବସରରେ ଶ୍ରୀ ପାଣ୍ଡିଆନ ଦେଓ, ଉଦଳାର ସୋନ ପ୍ରକଳ୍ପ, ଖଇରୀ ବନ୍ଧନ ପ୍ରକଳ୍ପ ଓ କ୍ଲଷ୍ଟର ବୃହତ ଉଠାଜଳସେଚନ ପ୍ରକଳ୍ପ ଆଦି ପ୍ରମୁଖ ଜଳସେଚନ ପ୍ରକଳ୍ପର ସମୀକ୍ଷା କରିଥିଲେ । ଏହିସବୁ ପ୍ରକଳ୍ପ ଗୁଡିକ ପାଇଁ ୩୨୮୨ କୋଟି ଟଙ୍କା ବିନିଯୋଗ ହେଉଥିବା ବେଳେ, ଏହାଦ୍ବାରା ୧,୧୬,୫୦୦ ଏକର ଜମି ଜଳସେଚିତ ହୋଇପାରିବ। ଏହିସବୁ ପ୍ରକଳ୍ପ ଗୁଡିକୁ ତ୍ବରାନ୍ବିତ କରିବା ପାଇଁ ଶ୍ରୀ ପାଣ୍ଡିଆନ ନିର୍ଦ୍ଦେଶ ଦେଇଥିଲେ ।
ଏହାପରେ ସେ ବାରିପଦାରେ ବୁଢାବଳଙ୍ଗ ଉପରେ ନିର୍ମାଣାଧୀନ ନଦୀ ବନ୍ଧ ଏବଂ ରିଂଗ ରୋଡ ନିର୍ମାଣ କାର୍ଯ୍ୟର ସମୀକ୍ଷା କରିଥିଲେ । ଏଥିପାଇଁ ୧୫୪ କୋଟି ଟଙ୍କା ବିନିଯୋଗ କରାଯାଉଛି। ଏହାସହିତ ୭୨.୬୩ କୋଟି ଟଙ୍କାରେ ନିର୍ମିତ ହେବାକୁ ଥିବା ଘାଟି ରାସ୍ତା, ବାରିପଦାରେ ୪୮ କୋଟି ଟଙ୍କା ବ୍ୟୟରେ ବୁଢାବଳଙ୍ଗ ନଦୀ ଉପରେ ବୃହତ ସେତୁର ନିର୍ମାଣ, ୩୦୬ କୋଟି ଟଙ୍କା ବ୍ୟୟରେ ନିର୍ମାଣାଧୀନ ୬୫୦ ଶଯ୍ୟା ବିଶିଷ୍ଟ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ଓ ହସ୍ପିଟାଲ ଏବଂ ବାରିପଦା ଠାରେ ୪୭.୩୫ କୋଟି ଟଙ୍କା ବ୍ୟୟରେ ଏକ କ୍ୟାନସର ହସ୍ପିଟାଲ ନିର୍ମାଣ ଆଦି ବିଭିନ୍ନ ପ୍ରକଳ୍ପର ସମୀକ୍ଷା କରି ସମସ୍ତ ପ୍ରକଳ୍ପକୁ ତ୍ବରାନ୍ବିତ କରି ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ଶେଷ କରିବାକୁ ଶ୍ରୀ ପାଣ୍ଡିଆନ ନିର୍ଦ୍ଦେଶ ଦେଇଥିଲେ ।
ଏହି ଅବସରରେ ଶ୍ରୀ ପାଣ୍ଡିଆନଙ୍କ ମୟୁରଭଂଜକୁ ପୂର୍ବରୁ କରିଥିବା ଗସ୍ତ ପରେ ଆରମ୍ଭ ହୋଇଥିବା କେତେକ ପ୍ରକଳ୍ପର ମଧ୍ୟ ସେ ସମୀକ୍ଷା କରିଥିଲେ ।
-
ଅଲୀ ଲାରିଜାନୀ ନିହତ, ଆମେରିକା-ଇସ୍ରାଏଲର ବଡ ଦାବି -
ରିଲ୍ସ ନିଶା, ବୃଦ୍ଧ ବାପାଙ୍କୁ ବସ୍ତାରେ ବାନ୍ଧି କୋରିଅର୍ରେ ପାର୍ସଲ କଲା ଝିଅ -
ଯଦି ଶାସନ ପରିବର୍ତ୍ତନ ଲକ୍ଷ୍ୟ ନୁହେଁ, ତେବେ ଉତ୍ତର କୋରିଆରେ କାହିଁକି ହୁଏ ନିର୍ବାଚନ ? ଜାଣନ୍ତୁ... -
ବିଧାନସଭାରେ ଆମ ସଂଖ୍ୟା ୯୩;ସନ୍ତୋଷ ଖଟୁଆ -
ଆଜିଠୁ ମାଟ୍ରିକ୍ ଖାତାଦେଖା, ମେରେ ରେଜଲ୍ଟ -
୧୮ ଦିନରେ ଇରାନ ଇସ୍ରାଏଲ ଓ ଆମେରିକା ଯୁଦ୍ଧ, ବନ୍ଦ ହେବାରେ ଆଶା କ୍ଷଣ -
ଡମଣା ଓ ଭିଏସ୍ଏସ୍ ନଗର ହାଟ ହେବ ପ୍ଲାଷ୍ଟିକ ଫ୍ରି ମାର୍କେଟ, ଆରମ୍ଭ ହେଲେ ପ୍ରକ୍ରିୟା -
ରେଢ଼ାଖୋଲରେରେ ଦୁର୍ଦ୍ଦାନ୍ତ ଅପରାଧୀକୁ ଏନକାଉଣ୍ଟର, ମେଡିକାଲରେ ଭର୍ତ୍ତି -
ପୁଣି SCB ମେଡିକାଲରେ ଅଘଟଣ -
ସଂସଦୀୟ କମିଟି କଲା ସୁପାରିଶ , ଇପିଏଫଓ ପେନସନ ପରିମାଣ ତିନି ଗୁଣ ବୃଦ୍ଧି କରିବାକୁ ଯାଉଛନ୍ତି ସରକାର -
ବିଧାନସଭାରେ ଅଚଳାବସ୍ଥା ଜାରି; ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବି -
ଆମେରିକାକୁ ସାହାର୍ଯ୍ୟ କରିବ ଫ୍ରାନ୍ସ, ଯୋଜନା କହିଲେ ମାକ୍ରନ












Click it and Unblock the Notifications