ଚତୁର୍ଥ ପର୍ଯ୍ୟାୟ 5T ସ୍କୁଲ ରୂପାନ୍ତର ନକ୍ସା ପ୍ରସ୍ତୁତ, ଛାତ୍ରଛାତ୍ରୀ ତଥା ଅଭିଭାବକମାନଙ୍କ ସହ ଆଲୋଚନା କଲେ 5ଟି ସଚିବ
ଭୁବନେଶ୍ୱର : 5T ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ, ଛାତ୍ରଛାତ୍ରୀ ତଥା ଅଭିଭାବକମାନଙ୍କ ମଧ୍ୟରେ ବିପୁଳ ଉତ୍ସାହ ସୃଷ୍ଟି କରିଛି । ସ୍କୁଲ ଭିତ୍ତିଭୂମିର ରୂପାନ୍ତର ସହିତ ପାଠ ପଢିବା ପାଇଁ ନୂତନ ସୁବିଧା ସୁଯୋଗର ବିକାଶ ଯଥା e ଲାଇବ୍ରେରୀ, ଅଧୁନିକ ବିଜ୍ଞାନାଗାର, ସ୍ମାର୍ଟ କ୍ଲାସ୍ ରୁମ୍ ଇତ୍ୟାଦି ପିଲାମାନଙ୍କ ଭିତରେ ପାଠ ପଢିବା ପାଇଁ ଆଗ୍ରହ ସୃଷ୍ଟି କରିଥିବା ପରିଲକ୍ଷିତ ହେଉଛି ।

ଏ ପର୍ଯ୍ୟନ୍ତ ରାଜ୍ୟରେ ତିନୋଟି ପର୍ଯ୍ୟାୟରେ 6883 ହାଇସ୍କୁଲ ରୂପାନ୍ତର କାମ ସମ୍ପୂର୍ଣ୍ଣ ହୋଇଛି । ଡିସେମ୍ବର 2023 ସୁଦ୍ଧା ରାଜ୍ୟର ସମସ୍ତ 8654 ସରକାରୀ ହାଇସ୍କୁଲଗୁଡିକରେ ରୂପାନ୍ତର କାମ ଶେଷ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି ।
ଏ ପରିପେକ୍ଷୀରେ 5T ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ଗତକାଲି ଓ ଆଜି ଦୁଇଦିନ ଧରି ଗଂଜାମ, ବରଗଡ, କେନ୍ଦୁଝର, କଟକ, ମୟୁରଭଞ୍ଜ, ମାଲକାନଗିର, ପୁରୀ, ଗଜପତି, ଢେଙ୍କାନାଳ ଆଦି 9 ଜିଲ୍ଲାର 101 ଟି ବ୍ଲକର ଓ 2 ଟି ମୁନିସିପାଲିଟି କର୍ପୋରେସନର 752 ହାଇସ୍କୁଲର ପ୍ରଧାନଶିକ୍ଷକ, ଛାତ୍ରଛାତ୍ରୀ, ପୁରାତନ ଛାତ୍ରଛାତ୍ରୀ, ସରପଞ୍ଚ ଓ ସ୍କୁଲ ପରିଚାଳନା କମିଟିର ସଦସ୍ୟମାନଙ୍କ ସହିତ ମାରାଥନ ବୈଠକ କରି ସେମାନଙ୍କ ସ୍କୁଲରେ 5T ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ କିଭଳି କାର୍ଯ୍ୟକାରୀ କରାଯିବ ସେ ସମ୍ପର୍କରେ ବିସ୍ତୃତ ଆଲୋଚନା କରିଛନ୍ତି । ଆଲୋଚନା ସମୟରେ ଛାତ୍ରଛାତ୍ରୀମାନେ ବିଶେଷ ଭାବରେ ଅଂଶ ଗ୍ରହଣ କରିଥିଲେ । ସେମାନଙ୍କ ଆବଶ୍ୟକତା ସମ୍ପର୍କରେ ଖୋଲା ମତ ପୋଷଣ କରିଥିଲେ ।
ସୂଚନାଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ ମଣ୍ଡଳୀ ହିଞ୍ଜଳି ଶେରଗଡରୁ 2021 ମସିହାରୁ ଆରମ୍ଭ ହୋଇଥିଲା 5T ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ । ତିନୋଟି ପର୍ଯ୍ୟାୟରେ ସାରା ରାଜ୍ୟରେ 6883 ଟି ହାଇସ୍କୁଲର ରୂପାନ୍ତର ପ୍ରକ୍ରିୟା ସମ୍ପୂର୍ଣ୍ଣ ହୋଇଛି । ଚତୁର୍ଥ ପର୍ଯ୍ୟାୟରେ 1771 ହାଇସ୍କୁଲ ରୂପାନ୍ତର ଏହି ପ୍ରକ୍ରିୟାକୁ ଚୁଡାନ୍ତ ରୂପ ଦେବ । ରାଜ୍ୟର ସମସ୍ତ 8654 ଟି ହାଇସ୍କୁଲ୍ ର ଭିତ୍ତିଭୂମି ରୂପାନ୍ତର ସମ୍ପୂର୍ଣ୍ଣ ହେବ । 5T ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ଆଜି ଅନ୍ୟ ରାଜ୍ୟମାନଙ୍କ ପାଇଁ ଏକ ମଡେଲ ହେବା ସଙ୍ଗେ ସଙ୍ଗେ ସରକାରୀ ଶିକ୍ଷାନୁଷ୍ଠାନ ପ୍ରତି ଛାତ୍ରଛାତ୍ରୀ ତଥା ଅଭିବାବକଙ୍କ ଆଗ୍ରହ ବୃଦ୍ଧିରେ ସହାୟକ ହୋଇପାରିଛି ।
-
ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ… -
ଉପ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା;କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା -
ରବିବାର ମହାମୁକାବିଲା; ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନରେ ହେବ ବଡ଼ ପରିବର୍ତ୍ତନ! -
ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଆନ୍ନା ହଜାରେ, ଜାଣନ୍ତୁ କେଉଁ କାରଣ ପାଇଁ ଲେଖିଲେ ପତ୍ର? -
ମମତା ବାନାର୍ଜୀଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ରାଷ୍ଟ୍ରପତି, କହିଲେ..... -
ରାଷ୍ଟ୍ରପତିଙ୍କୁ TMC ସରକାର ଅପମାନ କରିବା ଲଜ୍ଜାଜନକ ;ମୋଦି -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ଓଜନ ହ୍ରାସ ପାଇଁ କେଉଁ ପନିପରିବା ଖାଇବା ଉଚିତ ? -
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ନବୋଦୟ ବିଦ୍ୟାଳୟର ୩ ଦଶମ ଛାତ୍ର ପାଣିରେ ବୁଡି ମୃତ -
ପଡୋଶୀ ଦେଶଗୁଡିକୁ କ୍ଷମା ମାଗିଲେ ଇରାନ ରାଷ୍ଟ୍ରପତି, ଜାଣନ୍ତୁ ଯୁଦ୍ଧ ଭିତରେ ଏମିତି କାହିଁକି କଲା ..... -
ଇରାନର ଯୁଦ୍ଧ ଜାହାଜକୁ ଆଶ୍ରୟ ଦେଲା ଭାରତ












Click it and Unblock the Notifications