କଟକ ବଡ ମେଡିକାଲ ଓ ତାଳଦଣ୍ଡା କେନାଲ ରୂପାନ୍ତରଣ କାମ ସମୀକ୍ଷା କଲେ 5T ସଚିବ
କଟକ ଶ୍ରୀରାମଚନ୍ଦ୍ରଭଞ୍ଜ ମେଡିକାଲ କଲେଜକୁ ଶିକ୍ଷା, ଚିକିତ୍ସା ସେବା ଓ ଗବେଷଣା କ୍ଷେତ୍ରରେ ଏକ ବିଶ୍ବସ୍ତରୀୟ ଅନୁଷ୍ଠାନ ଭାବରେ ବିକଶିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କର ଦୂରଦର୍ଶୀ ଯୋଜନା ବାସ୍ତବରୂପ ନେବାକୁ ଯାଉଛି । ଏହି ରୂପାନ୍ତରଣ କାର୍ଯ୍ୟର
ଭୁବନେଶ୍ବର: କଟକ ଶ୍ରୀରାମଚନ୍ଦ୍ର ମେଡିକାଲ କଲେଜ କେବଳ ଓଡିଶା ନୁହେଁ । ଆଖପାଖ ରାଜ୍ୟର ଲୋକମାନଙ୍କ ପାଇଁ ଭରସା ଯୋଗ୍ୟ ଚିକିତ୍ସା କେନ୍ଦ୍ରର ସୁନାମ ଲାଭ କରିଛି । ତେଣୁ ୭୫ ବର୍ଷ ତଳେ ନିର୍ମିତ ହୋଇଥିବା ଏହି ବିରାଟ ଅନୁଷ୍ଠାନର ରୂପାନ୍ତରଣ ସହିତ ଏଠାରେ ଅତ୍ୟାଧୁନିକ ଚିକିତ୍ସା ସୁବିଧା ସୁଯୋଗ ବିକଶିତ କରିବାର ଆବଶ୍ୟକତା ଅନୁଭୂତ ହୋଇଥିଲା । ୧୭୫ ଏକର ଜମିରେ ୩୫୦୦ କୋଟି ଟଙ୍କାରେ ଏହି ମର୍ଯ୍ୟଦାଜନକ ଶ୍ରୀରାମଚନ୍ଦ୍ର ମେଡିକାଲ କଲେଜର 5T ଉପକ୍ରମରେ ରୂପାନ୍ତରଣ କରି AIIMS Plus ସୁବିଧା ରୋଗୀଙ୍କୁ ଯୋଗାଇ ଦେବାପାଇଁ ରାଜ୍ୟ ସରକାର କାମ କରୁଛନ୍ତି ।

କଟକ ଶ୍ରୀରାମଚନ୍ଦ୍ରଭଞ୍ଜ ମେଡିକାଲ କଲେଜକୁ ଶିକ୍ଷା, ଚିକିତ୍ସା ସେବା ଓ ଗବେଷଣା କ୍ଷେତ୍ରରେ ଏକ ବିଶ୍ବସ୍ତରୀୟ ଅନୁଷ୍ଠାନ ଭାବରେ ବିକଶିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କର ଦୂରଦର୍ଶୀ ଯୋଜନା ବାସ୍ତବରୂପ ନେବାକୁ ଯାଉଛି । ଏହି ରୂପାନ୍ତରଣ କାର୍ଯ୍ୟର ଅଗ୍ରଗତି ସଂପର୍କରେ ସମୀକ୍ଷା କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ 5Tସଚିବ ଭି.କେ. ପାଣ୍ଡିଆନ ଆଜି ସକାଳେ କଟକ ବଡ ଡାକ୍ତରଖାନା ପରିଦର୍ଶନ କରି ନିର୍ମାଣ କାର୍ଯ୍ୟର ଅଗ୍ରଗତି ସଂପର୍କରେ ସମୀକ୍ଷା କରିଥିଲେ । ନିର୍ମାଣ କାର୍ଯ୍ୟର ଗୁଣାତ୍ମକ ମାନସହିତ ନିର୍ଦ୍ଦିଷ୍ଟ ସମୟ ସୀମା ମଧ୍ୟରେ ପ୍ରକଳ୍ପ ଶେଷ କରାଯିବା ଉପରେ ପାଣ୍ଡିଆନ ଗୁରୁତ୍ବାରୋପ କରିଥିଲେ ।
ନୂଆକରି ନିର୍ମାଣ ହେଉଥିବା କ୍ଲିନିକାଲ ବ୍ଲକ ୧ ଓ ୪ ର ନିର୍ମାଣ କାର୍ଯ୍ୟ ଡିସେମ୍ବର ୨୦୨୩ ସୁଦ୍ଧା ଶେଷ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ। ତାସହିତ ଅନ୍ୟ ବ୍ଲକ ଗୁଡିକର ନିର୍ମାଣ ଗୁଡିକ ଜାରି ରଖିବାକୁ ପରାମର୍ଶ ଦେଇଥିଲେ । ରୋଗୀଙ୍କ ସଂପର୍କୀୟ ମାନଙ୍କ ରହିବା ନିମନ୍ତେ ଧର୍ମଶାଳା ଓ ବଜେଟ ହୋଟେଲ କାର୍ଯ୍ୟ ଶୀଘ୍ର ଆରମ୍ଭ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ଏହାସହିତ ରାଣୀହାଟ ଛକ ନିକଟରେ କମରସିଆଲ କମ୍ପ୍ଲେକ୍ସ କାର୍ଯ୍ୟ ଶୀଘ୍ର ଆରମ୍ଭ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ ।
ବଡ ଡାକ୍ତରଖାନାର ଅଧ୍ୟାପକ, ଚିକିତ୍ସକ ଓ ଅନ୍ୟ କର୍ମଚାରୀମାନଙ୍କ ରହଣୀ ନିମନ୍ତେ ୧୩ଟି ରେସିଡେନ୍ସିଆଲ ବ୍ଲକ୍ ନିର୍ମାଣ କରାଯିବ । ବର୍ତ୍ତମାନ ସୁଦ୍ଧା ମାତ୍ର ୫ଟି କାମ ଆରମ୍ଭ ହୋଇଛି। ତେଣୁ ତୁରନ୍ତ ସମସ୍ତ ଆବାସିକ ବ୍ଲକର କାମ ଆରମ୍ଭ କରି ଡିସେମ୍ବର ୨୦୨୩ ସୁଦ୍ଧା ସଂପୂର୍ଣ୍ଣ କରିବାକୁ ୫-ଟି ସଚିବ ନିର୍ଦ୍ଦେଶ ଦେଇଥିଲେ । ଏହାସହିତ ଏସସିବି ପବ୍ଲିକ୍ ସ୍କୁଲର କାମ ମଧ୍ୟ ମାର୍ଚ୍ଚ ୨୦୨୩ ସୁଦ୍ଧା ଶେଷ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ ।
ପରେ 5T ସଚିବ ତାଳଦଣ୍ଡା କେନାଲ ପରିଦର୍ଶନ କରି ଏହାର ରୂପାନ୍ତର କାର୍ଯ୍ୟ ବୁଲି ଦେଇଥିଲେ । ଏହି ତାଳଦଣ୍ଡା କେନାଲ କୂଳରେ ବୁଲା ବିକାଳୀ ମାନେ ଯେଭଳି ନ ବସିବେ, ସେମାନଙ୍କ ପାଇଁ କଟକ ମ୍ୟୁନିସିପାଲଟି କର୍ପୋରେସନ ପକ୍ଷରୁ ଅର୍ବାନ ହାଟ ନିର୍ମାଣ କରାଯାଉଛି। ଏହି କାମ ଡିସେମ୍ବର ୨୦୨୨ ସୁଦ୍ଧା ଶେଷ କରିବାକୁ ଶ୍ରୀ ପାଣ୍ଡିଆନ ନିର୍ଦ୍ଦେଶ ଦେଇଥିଲେ।
ଭବିଷ୍ୟତର ପାର୍କିଂ ଆବଶ୍ୟକତାକୁ ଦୃଷ୍ଟିରେ ରଖି Buffer Zone ରଖିବା ପାଇଁ ସେ ନିର୍ଦ୍ଦେଶ ଦେଇଥିଲେ । ମାଲପରିବହନ କରୁଥିବା ବଡ ବଡ ଯାନ ଗୁଡିକର ପାର୍କିଂ ପାଇଁ ରେଲୱେ ଠାରୁ ଅଧିକ ଜମି ନେବା ପାଇଁ ସେ ପରାମର୍ଶ ଦେଇଥିଲେ । ସ୍ଥାନୀୟ ଲୋକ ତଥା ବୁଲା ବିକାଳୀ ମାନେ ଯେପରି ତାଳଦଣ୍ଡା କେନାଲରେ ଅଳିଆ ଆବର୍ଜନା ନ ପକାଇବେ, ସେଥିପାଇଁ ସେମାନଙ୍କୁ ସଚେତନ କରିବା ସହିତ କେନାଲ ରାସ୍ତାରେ ଥିବା ସମସ୍ତ ଇଲେକ୍ଟ୍ରି ସବ୍ଷ୍ଟେସନ, ପାଣି ପାଇପ ତଥା ନର୍ଦ୍ଦମାଜଳ ପାଇପ ସଂପୂର୍ଣ୍ଣ ଭାବରେ ତୁରନ୍ତ ସ୍ଥାନାନ୍ତକରଣ କରିବା ପାଇଁ ସେ ନିର୍ଦ୍ଦେଶ ଦେଇଥିଲେ ।
୩.୫ କିଲୋମିଟର ପରିବ୍ୟାପ୍ତ ତାଳଦଣ୍ଡା କେନାଲ ରାସ୍ତାର ବିକାଶ କାମକୁ ଜାତୀୟ ରାଜପଥ ୧୬ ଅତିକ୍ରମ କରି କଟକ ସହର ଶେଷ ସୀମା ପର୍ଯ୍ୟନ୍ତ ବିକଶିତ କରିବା ପାଇଁ ୫-ଟି ସଚିବ ପରାମର୍ଶ ଦେଇଥିଲେ । ସେହିପରି ବିଭିନ୍ନ ଜାଗାରେ ଥିବା ସେତୁ ନିକଟସ୍ଥ ସଂଯୋଗକାରୀ ରାସ୍ତା ପ୍ରଶସ୍ତ କରିବା ପାଇଁ ମଧ୍ୟ ସେ ପରାମର୍ଶ ଦେଇଥିଲେ। ରେଲୱେ ଜମି ନିକଟରେ ଥିବା ଜଳାଶୟର ସଂରକ୍ଷଣ ଓ ବିକାଶ ଉପରେ ସେ ଗୁରୁତ୍ବାରୋପ କରିଥିଲେ । ଏତଦ୍ବ୍ୟତୀତ କେନାଲ ରୋଡର ଲ୍ୟାଣ୍ଡସ୍ପେପିଂ, ତାର ରକ୍ଷଣାବେକ୍ଷଣ ଓ ପରିଚ୍ଛନ୍ନତା ସର୍ବାଧିକ ଗୁରୁତ୍ବପୂର୍ଣ୍ଣ ବୋଲି ଶ୍ରୀ ପାଣ୍ଡିଆନ ମତବ୍ୟକ୍ତ କରିଥିଲେ । ସୂଚନାଯୋଗ୍ୟ ଯେ ଜୋବ୍ରାରୁ ରାଣୀହାଟ ପର୍ଯ୍ୟନ୍ତ ଦେଢ କିଲୋମିଟର ରାସ୍ତାର ଲ୍ୟାଣ୍ଡସ୍ପେପିଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୦୨୦ ଅକ୍ଟୋବରରେ ଉଦ୍ଘାଟିତ କରିଥିଲେ ।
ତାଳଦଣ୍ଡା କେନାଲ ଅତୀତରେ ଆମର ଜଳସେଚନ, ଜଳ ପରିବହନ ତଥା ଅର୍ଥନୈତିକ ବିକାଶରେ ଏକ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲା । ୧୮୬୨ ଖ୍ରୀଷ୍ଟାଦ୍ଦରେ ଏହା ଇଷ୍ଟ ଇଣ୍ଡିଆ ଦ୍ବାରା ଖନନ ହୋଇଥିଲା । ତେଣୁ ତାଳଦଣ୍ଡା କେନାଲର ଐତିହାସିକ ଗୁରୁତ୍ବ ସଂପର୍କରେ ଭବିଷ୍ୟତ ପୀଢିକୁ ଅବଗତ କରିବା ପାଇଁ ଏକ ସଂଗ୍ରହାଳୟ ଓ ପ୍ରଦର୍ଶନୀ ସ୍ଥଳ ବିକଶିତ କରିବାପାଇଁ ନିଷ୍ପତ୍ତି ହୋଇଥିଲା । ଏଥିରେ ତାଳଦଣ୍ଡା କେନାଲର ଇତିହାସ ଓ ବର୍ତ୍ତମାନର ବିକାଶ କାମ ସଂପର୍କିତ ଫଟୋଚିତ୍ର ଏଥିରେ ସ୍ଥାନୀତ ହେବ।
5T ସଚିବଙ୍କ ସହିତ ପୂର୍ତ୍ତ ବିଭାଗ ପ୍ରମୁଖ ସଚିବ ଦାୟିତ୍ବରେ ଥିବା ବିଶାଲ ଦେବ, କେନ୍ଦ୍ରାଞ୍ଚଳ ରାଜସ୍ବ କମିଶନର ଶ୍ରୀ ସୁରେଶ ଚନ୍ଦ୍ର ଦଳାଇ, କଟକ ଜିଲ୍ଲାପାଳ, ସିଡିଏର ଅଧ୍ୟକ୍ଷ ଏବଂ କଟକ ମ୍ୟୁନିସିପାଲଟି କମିଶନର, ଏସିବି ମେଡିକାଲର ଅଧ୍ୟକ୍ଷ, ଅଧୀକ୍ଷକ ଓ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ ।
-
ବର୍ଷା ପାଇଁ ୪ ଜିଲ୍ଲାକୁ ଆଲର୍ଟ ଜାରି, ଆସନ୍ତା ୨୪ ଘଣ୍ଟାରେ... -
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ପଶ୍ଚିମ ଏସିଆ ଅସ୍ଥିରତା ମଧ୍ୟରେ ସରକାର ରାଜ୍ୟଗୁଡ଼ିକୁ ଦିଆଯାଇଛି 40,000 କିଲୋଲିଟର ଅତିରିକ୍ତ କିରୋସିନି -
ରାଷ୍ଟ୍ରପତିଙ୍କୁ ଅପମାନ: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ମୋହନ ମାଝୀଙ୍କ ଚିଠି -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
ବୋମାମାଡ଼ରେ ଥରୁଛି ମଧ୍ୟପ୍ରାଚ୍ୟ, ଇରାନର ୧୬ ଯୁଦ୍ଧ ଜାହାଜ ଧ୍ବଂସ କଲା ଆମେରିକା -
ସଞ୍ଜୁ ସାମସନ ହୋଇପାରନ୍ତି ପରବର୍ତ୍ତୀ ଟି୨୦ ଅଧିନାୟକ -
ଦିଲ୍ଲୀ ଏମ୍ସରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅସ୍ତ୍ରୋପଚାର ସଫଳ, ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ଏମ୍ସ ପକ୍ଷରୁ ସୂଚନା -
ରାଜ୍ୟର ଏହି ୪ ଜିଲ୍ଲାରେ ଖୋଲିବ ଚାଉଳ ATM, ସୂଚନା ଦେଲେ ମନ୍ତ୍ରୀ -
ଓଡ଼ିଶା ବାସୀଙ୍କ ଭାରି ପ୍ରିୟ ମାଂସ, ଗୃହରେ ସୂଚନା ଦେଲେ ମନ୍ତ୍ରୀ -
ଇରାନକୁ ଗୋଟିଏ ଘଣ୍ଟା ମଧ୍ୟରେ ଧ୍ୱଂସ କରିଦେବୁ... ଡୋନାଲ୍ଡ ଟ୍ରମ୍ପ !












Click it and Unblock the Notifications