ବରମୁଣ୍ଡା ବସ ଟର୍ମିନାଲ ନିର୍ମାଣ କାର୍ଯ୍ୟର ଅଗ୍ରଗତି ନେଇ ସମୀକ୍ଷା କଲେ 5T ସଚିବ, ଜୁଲାଇ ସୁଦ୍ଧା ସମ୍ପୂର୍ଣ୍ଣ କରିବାକୁ ନିର୍ଦ୍ଦ

ଭୁବନେଶ୍ବର: ଭୁବନେଶ୍ବର ବରମୁଣ୍ଡା ସ୍ଥିତ ନିର୍ମାଣଧୀନ ଆନ୍ତଃରାଜ୍ୟ ବସ୍‌ ଟର୍ମିନାଲ ନିର୍ମାଣ କାର୍ଯ୍ୟ ଅଗ୍ରଗତିର ସମୀକ୍ଷା କରିଛନ୍ତି ୫ଟି ସଚିବ ଭିକେ ପାଣ୍ଡିଆନ୍ । ନିର୍ମାଣସ୍ଥଳ ପରିଦର୍ଶନ କରି ପାଣ୍ଡିଆନ ପୁରା ନିର୍ମାଣ କାମର ଏକ ଭିଡିଓ ପ୍ରେଜେଣ୍ଟେସନ ଦେଖି ଆଲୋଚନା କରିଥିଲେ ।

ସମୀକ୍ଷାରୁ ଜଣାଯାଇଛି, ଯେ ପ୍ରକଳ୍ପର ୮୫ ପ୍ରତିଶତ କାମ ଶେଷ ହୋଇ ସାରିଛି । ଜୁନ୍ ମାସ ଶେଷ ସୁଦ୍ଧା ସିଭିଲ୍‌ କାମ ସରିବ ବୋଲି ଜଣାଯାଇଛି । ଜୁଲାଇ ମାସ ସୁଦ୍ଧା ପୁରା ନିର୍ମାଣ କାମ ସମ୍ପୂର୍ଣ୍ଣ କରିବାକୁ ପାଣ୍ଡିଆନ ନିର୍ଦ୍ଦେଶ ଦେଇଥିଲେ । ୧୮୦ କୋଟି ଟଙ୍କା ବ୍ୟୟରେ ଏହି ଟର୍ମିନାଲ ନିର୍ମାଣ କାମ ଚାଲିଛି। ୧୧ ଏକର ଜମିରେ ହେଉଛି ବିଶ୍ବସ୍ତରୀୟ ବସ ଟର୍ମିନାଲ। ଭବିଷ୍ୟତ ସମ୍ପ୍ରସାରଣ ପାଇଁ ସାଢେ ୪ ଏକର ଜମି ରହିଛି। ଟର୍ମିନାଲରେ ଦୈନିକ ୨ ହଜାର ବସ ଚଳାଚଳ କରିବ । ସୌରଶକ୍ତିରେ ଚାଲିବ ପୂରା ଟର୍ମିନାଲ । ବର୍ତ୍ତମାନ ସୁଦ୍ଧା ୮୦ ପର୍ତିଶତ କାମ ସରିଥିବା ସୂଚନା ।

5T Secretary

ଏଥିରେ ଫୁଡକୋର୍ଟ, ବହୁତଳୀୟ କାର୍‌ ପାର୍କିଂ ବ୍ୟବସ୍ଥା, ଯାତ୍ରୀମାନଙ୍କୁ ନେବା ଆଣିବା ପାଇଁ ପିକଅପ୍ ଓ ଡ୍ରପ୍ ଅପ୍ ବ୍ୟବସ୍ଥା ରହିବ । ଏହାସହିତ ପ୍ରିପେଡ ଅଟୋରିକ୍ସା, ଟାକ୍ସି, ଓଲା, ଉବର ଆଦି ଟାକ୍ସି ଏଗ୍ରିଗେଟର ସୁବିଧା ମଧ୍ୟ ରହିବ । ସମ୍ପୂର୍ଣ୍ଣ ଟର୍ମିନାଲକୁ ସୌରଶକ୍ତି ଦ୍ୱାରା ପରିଚାଳିତ କରାଯିବ । ଏଥିରେ ଓ୍ୱାଇ-ଫାଇ ସହିତ ବର୍ଜ୍ୟଜଳ ବିଶୋଧନ ବ୍ୟବସ୍ଥା ମଧ୍ୟ କରାଯାଉଛି । ଏତଦବ୍ୟତୀତ ଯାତ୍ରୀମାନଙ୍କ ସୁବିଧା ପାଇଁ ସେଠାରେ ଆହାର ପ୍ଲସ କେନ୍ଦ୍ର ମଧ୍ୟ ସ୍ଥାପନ କରାଯିବ । ବସ୍‌ ଟର୍ମିନାଲର ରୂପାନ୍ତର ପାଇଁ ସ୍ଥାନାନ୍ତରିତ ହୋଇଥିବା ଭେଣ୍ଡରମାନଙ୍କ ଥଇଥାନ ପାଇଁ ମଧ୍ୟ ପଦକ୍ଷେପ ନିଆଯିବ ।

ଏଠାରୁ ଦେଶର ବିଭିନ୍ନ ସ୍ଥାନ ଯଥା, ବିଶାଖାପାଟନା, ହାଇଦ୍ରାବାଦ,ରାୟପୁର, ରାଞ୍ଚି, କୋଲକତା ଓ ବେଙ୍ଗାଲୁର ସମେତ ଦେଶର ଅନେକ ଗୁରୁତ୍ୱପୂର୍ଣ୍ଣ ସ୍ଥାନକୁ ବସ୍‌ ଚଳାଚଳ କରାଯିବ। ଏହି ସମୀକ୍ଷା ସମୟରେ ପରିବହନ କମିଶନର ଅମିତାଭ ଠାକୁର, ବିଡିଏ ଉପାଧ୍ୟକ୍ଷ ବଲବନ୍ତ ସିଂ, ବିଏମସି କମିଶନର ବିଜୟ ଅମୃତରାଜ କୁଲାଙ୍ଗେ, ଭୁବନେଶ୍ୱର ଡିସିପି ପ୍ରତୀକ ସିଂ ପ୍ରମୁଖ ଉପସ୍ଥିତ ଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+