ବରମୁଣ୍ଡା ଆନ୍ତରାଜ୍ୟ ବସ ଟର୍ମିନାଲ ନିର୍ମାଣ ଅଗ୍ରଗତି ସମୀକ୍ଷା କଲେ 5T ସଚିବ
ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ 5T ସଚିବ ଭିକେ ପାଣ୍ଡିଆନ ଆଜି ଅପରାହ୍ନରେ BDA ଉପାଧ୍ୟାକ୍ଷ ସଞ୍ଜୟ ସିଂହଙ୍କ ସହ ବରମୁଣ୍ଡା ଯାଇ ବସ ଟର୍ମିନାଲ ନିର୍ମାଣ ଅଗ୍ରଗତି ସମୀକ୍ଷା କରିଛନ୍ତି ।
ଭୁବନେଶ୍ୱର: ସ୍ଥାନୀୟ ବରମୁଣ୍ଡା ଆନ୍ତରାଜ୍ୟ ବସ ଟର୍ମିନାଲ ରାଜ୍ୟର ବ୍ୟସ୍ତ ବସ୍ ଟର୍ମିନାଲ । ପ୍ରତିଦିନ ଏଠାରୁ ରାଜ୍ୟର ବିଭିନ୍ନ ଅଞ୍ଚଳକୁ ଶହଶହ ବସ ଚଳାଚଳ କରିଥାଏ । ଯାତ୍ରୀଙ୍କ ସୁବିଧା, ନିରାପତ୍ତା ତଥା ଆବଶ୍ୟକତା କୁ ଦୃଷ୍ଟିରେ ରଖି 5T ଉପକ୍ରମରେ ଏହି ବସ ଟର୍ମିନାଲର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଅନୁଯାୟୀ କାମ ଚାଲିଛି ।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ 5T ସଚିବ ଭିକେ ପାଣ୍ଡିଆନ ଆଜି ଅପରାହ୍ନରେ BDA ଉପାଧ୍ୟାକ୍ଷ ସଞ୍ଜୟ ସିଂହଙ୍କ ସହ ବରମୁଣ୍ଡା ଯାଇ ବସ ଟର୍ମିନାଲ ନିର୍ମାଣ ଅଗ୍ରଗତି ସମୀକ୍ଷା କରିଛନ୍ତି । ଆସନ୍ତା ମାର୍ଚ୍ଚ 2023 ସୁଦ୍ଧା ISBT କାମ ଶେଷ କରିବାକୁ ସେ ନିର୍ଦେଶ ଦେଇଛନ୍ତି । ବସ ଡିପୋ କାମ ସମ୍ପୂର୍ଣ୍ଣ ହୋଇଥିବା ବେଳେ ISBT କାମର ଅଗ୍ରଗତି ସନ୍ତୋଷ ଜନକ ରହିଛି ।
ଯାତ୍ରୀଙ୍କ ସୁବିଧା କୁ ଦୃଷ୍ଟିରେ ରଖି 180 କୋଟି ଟଙ୍କା ବ୍ୟୟରେ 11.48 ଏକର ଜମି ଉପରେ ନିର୍ମିତ ISBT ବରମୁଣ୍ଡାରେ ପାର୍କିଙ୍ଗ ଏଟିଏମ, ଫୁଡ କୋର୍ଟ ଭଳି ଅତ୍ୟାଧୁନିକ ବ୍ୟବସ୍ଥା କରାଯାଉଛି । ସେଠାରୁ ଶହେରୁ ଅଧିକ ବସ ଚଳାଚଳର ବ୍ୟବସ୍ଥା କରାଯାଇଛି ।












Click it and Unblock the Notifications