Get Updates
Get notified of breaking news, exclusive insights, and must-see stories!

ଖୁବ ଶୀଘ୍ର ଆରମ୍ଭ ହେବ ଛେଳିଗଡ଼ ଜଳସେଚନ ପ୍ରକଳ୍ପ, ପାହାଡରେ ସୁଡ଼ଙ୍ଗ କରି ଦିଆଯିବ ପାଣି

ଗଞ୍ଜାମ:୫-ଟି ସଚିବଙ୍କ ଗଜପତି ଗସ୍ତର ଆଜିର ଦ୍ୱିତୀୟ ଦିନ । ଗତପତି ଜିଲ୍ଲା ଛେଳିଗଡ଼ ଜଳସେଚନ ପ୍ରକଳ୍ପ ପରିଦର୍ଶନ କଲେ 5T ସଚିବ ଭି.କେ ପାଣ୍ତିଆନ । ପାହାଡ ଖୋଳି ଟନେଲ ତିଆରି କରି ଗଞ୍ଜାମ ଓ ଗଜପତିକୁ ପାଣି ଯୋଗାଇ ଦିଆଯିବ ।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ୫-ଟି ସଚିବ ଭି.କେ. ପାଣ୍ଡିଆନ ଆଜି ଛେଳିଗଡ ପ୍ରକଳ୍ପ ଅଞ୍ଚଳ ଗସ୍ତ କରି ତୁରନ୍ତ କାମ ଆରମ୍ଭ କରିବାକୁ ପରାମର୍ଶ ଦେଇଛନ୍ତି । ପାଣ୍ଡିଆନ ଆଜି ଗଜପତି ଗସ୍ତର ଦ୍ବିତୀୟ ଦିନରେ ଛେଳିଗଡ ଜଳସେଚନ ପ୍ରକଳ୍ପ ଅଞ୍ଚଳ ଗସ୍ତ କରି ଅଧିକାରୀ ମାନଙ୍କ ସହିତ ଆଲୋଚନା କରିବା ସହ ଟନେଲ କାର୍ଯ୍ୟ ପରିଦର୍ଶନ କରିଥିଲେ।

 vk pandian

ପ୍ରକଳ୍ପ କାର୍ଯ୍ୟ ତୁରନ୍ତ ଆରମ୍ଭ କରିବାକୁ ପାଣ୍ଡିଆନ ଅଧିକାରୀମାନଙ୍କୁ ପରାମର୍ଶ ଦେଇଛନ୍ତି । ପ୍ରକଳ୍ପ ଦ୍ବାରା କ୍ଷତିଗ୍ରସ୍ତ ହୋଇଥିବା ଜନସାଧାରଣଙ୍କ ଅଭିଯୋଗ ଶୁଣି ତୁରନ୍ତ ପଦକ୍ଷେପ ନେବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଛେଳିଗଡ ଜଳସେଚନ ପ୍ରକଳ୍ପ ଗଜପତି ଜଲ୍ଲାର ଆର. ଉଦୟଗିରି ବ୍ଲକ୍‌ସ୍ଥିତ ଛେଳିଗଡ ଗ୍ରାମରେ କାର୍ଯ୍ୟକାରୀ କରାଯାଉଛି। ଏଥିପାଇଁ ୯୩୬.୬୩ କୋଟି ଟଙ୍କା ଖର୍ଚ୍ଚ କରାଯିବ। ଏଥିପାଇଁ ୧୨୮୦ ମିଟର ଦୀର୍ଘ ଏକ ଲମ୍ବା ଟନେଲ ଖୋଳାଯାଇଛି ।

ଏହାଦ୍ବାରା ଗଞ୍ଜାମ ଜିଲ୍ଲାକୁ ପାଣି ଯାଇପାରିବ। ଏହି ପ୍ରକଳ୍ପ ସଂପୂର୍ଣ୍ଣ ହେବାପରେ ଏଥିରେ ୫୨୦୧ ହେକ୍ଟର ମିଟର ପାଣି ସଂରକ୍ଷିତ କରି ରଖାଯାଇପାରିବ ଏବଂ ଗଞ୍ଜାମ ଜିଲ୍ଲାର ୫୭୬୦ ହେକ୍ଟର ଓ ଗଜପତିର ୫୦୦ ହେକ୍ଟର ଜମିକୁ ଜଳସେଚନର ସୁବିଧା ମିଳିପାରିବ। ବ୍ରହ୍ମପୁର ସହରକୁ ପିଇବା ପାଣି ମଧ୍ୟ ଯୋଗାଇ ଦିଆଯିବ। ବ୍ରହ୍ମପୁର ସହରକୁ ପ୍ରତି ସେକେଣ୍ଡରେ ଏକ କ୍ୟୁବିକ୍‌ ମିଟର ପାଣି ମିଳିପାରିବ। ଏହାସହିତ ଗଜପତି ଜିଲ୍ଲାର ଶିଆଳି ଲଟି, କନକତା ଓ ଡେକିଲି ଆଦି ୩ଟି ସ୍ଥାନରେ ମିନି ହାଇଡେଲ ପ୍ରକଳ୍ପ ଜରିଆରେ ୩୬ ମେଗାୱାଟ ବିଦ୍ୟୁତ ମଧ୍ୟ ଉତ୍ପାଦନ କରାଯାଇପାରିବ।

 vk pandian
୭ଟି ପୁନର୍ବାସ ଓ ଥଇଥାନ କଲୋନୀ କରାଯିବ
ଏଥିରେ ୧୫ଟି ଗାଁର କ୍ଷତିଗ୍ରସ୍ତ ଲୋକମାନଙ୍କ ପାଇଁ ୭ଟି ପୁନର୍ବାସ ଓ ଥଇଥାନ କଲୋନୀ କରାଯିବ ଏବଂ ୩ଟି ଥଇଥାନ କଲୋନୀର କାର୍ଯ୍ୟ ସଂପୂର୍ଣ୍ଣ ହେବା ସହିତ ଏଠାରେ ଲୋକମାନେ ରହିବା ଆରମ୍ଭ କଲେଣି। ବାକି ୪ଟିର ନିର୍ମାଣ କାର୍ଯ୍ୟ ଚାଲିଛି। ଏହାକୁ ଖୁବଶୀଘ୍ର ସଂପୂର୍ଣ୍ଣ କରିବାକୁ ପାଣ୍ଡିଆନ ପରାମର୍ଶ ଦେଇଥିଲେ। ୨୦୨୫-୨୬ ସୁଦ୍ଧା ଏହା ପ୍ରକଳ୍ପ ସଂପୂର୍ଣ୍ଣ ହେବ।

ମିଶନ ଶକ୍ତି ମହିଳା ମାନଙ୍କ ଉଚ୍ଚପ୍ରଶଂସା କଲେ ୫-ଟି ସଚିବ
ସୂଚନାଥାଉ ଯେ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ଦୁଇଦିନିଆ ଗଜପତି ଜିଲ୍ଲା ଗସ୍ତ କରିଥିବା ୫-ଟି ସଚିବ ଭିକେ ପାଣ୍ଡିଆନ ଆଜି ଗସ୍ତର ୨ୟ ଦିନରେ ଆର୍ ଉଦୟଗିରି, ଗୁମ୍ମା ଓ ପାରଳାଖେମୁଣ୍ଡିର ବିଭିନ୍ନ ପ୍ରକଳ୍ପ ପରିଦର୍ଶନ କରିଛନ୍ତି। ପାଣ୍ଡିଆନ ଗୁମ୍ମାରେ ନିର୍ମାଣାଧୀନ ଏକ ବସଷ୍ଟାଣ୍ଡର କାର୍ଯ୍ୟ ଦେଖିଥିଲେ। ସେଠାରେ ଉପସ୍ଥିତ ମିଶନ ଶକ୍ତି ମହିଳା ମାନଙ୍କ ରୁପାନ୍ତରିତ ଆଲୋଚନା କରି ସେମାନଙ୍କ କାର୍ଯ୍ୟର ଉଚ୍ଚପ୍ରଶଂସା କରିଥିଲେ।

ଗୁମ୍ମାରେ ଏକ ରୂପାନ୍ତରିତ ହାଇସ୍କୁଲକୁ ପରିଦର୍ଶନ କରି ଛାତ୍ରଛାତ୍ରୀ ଓ ଶିକ୍ଷକ ମାନଙ୍କ ସହିତ ଆଲୋଚନା କରିଥିଲେ ପ୍ରସ୍ତାବିତ ପାରଳାଖେମୁଣ୍ଡି ବାଇପାସ୍‌ ରୋଡ ଅଞ୍ଚଳକୁ ଯାଇଥିଲେ ଏବଂ ଏହାର କାମ ଯେପରି ଶୀଘ୍ର ଆରମ୍ଭ ହେବ, ସେଥିପାଇଁ ପ୍ରକ୍ରିୟା ସଂପୂର୍ଣ୍ଣ କରିବାକୁ ପରାମର୍ଶ ଦେଇଥିଲେ। ଏହି ବାଇପାସ୍ ପାଇଁ ଚାଳିଶ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।

 vk pandian
୫କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସଂସ୍କୃତି ଭବନ
ଗଜପତି ଜିଲ୍ଲା କଳା ଓ ସଂସ୍କୃତିର ଭୂମି। ତେଣୁ ପାରଳାଖେମୁଣ୍ଡିରେ ୫କୋଟି ଟଙ୍କା ବ୍ୟୟରେ ଏକ ସୁଦୃଶ୍ୟ ସଂସ୍କୃତି ଭବନ ନିର୍ମାଣ କରିବାକୁ ମୁଖ୍ୟମନ୍ତ୍ରୀ ସମ୍ମତି ପ୍ରଦାନ କରିଛନ୍ତି ବୋଲି ସେ କହିଥିଲେ। ମଧ୍ୟାହ୍ନରେ ରାମସାଗର ଓ କୃଷ୍ଣସାଗର କ୍ଷୁଦ୍ର ଜଳସେଚନ ପ୍ରକଳ୍ପର ଅଧିକାରୀ ମାନଙ୍କ ସହ ଆଲୋଚନା କରିଥିଲେ। ଜଳସେଚିତ ଅଞ୍ଚଳର ଚାଷୀ ମାନଙ୍କୁ ସହିତ ଆଲୋଚନା କରି ସେମାନଙ୍କ ପାଇଁ ଅଧିକ ସୁବିଧା କରିବାକୁ ପଦକ୍ଷେପ ନିଆଯିବ ବୋଲି ସେ କହିଥିଲେ ।

ରାମ ସାଗରର ହେବ ପୁନରୁଦ୍ଧାର
ରାମ ସାଗରର ପୁନରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ ପାଇଁ ୧୦ କୋଟି ଟଙ୍କା ଖର୍ଚ୍ଚ ହେବ। ଏଥିପାଇଁ ୧୫ ଦିନ ଭିତରେ ଡିପିଆର୍ ପ୍ରସ୍ତୁତ କରିବା ପାଇଁ ପାଣ୍ଡିଆନ ପରାମର୍ଶ ଦେଇଥିଲେ। ସେହିପରି ଗୋସାଣୀ ବ୍ଲକର କୃଷ୍ନ ସାଗର ପୁନରୁଦ୍ଧାର ୧୫ କୋଟି ଟଙ୍କାରେ କରାଯିବ। ଏହାଦ୍ୱାରା ୨ହଜାର ହେକ୍ଟର ଜମି ପାଣି ପାଇପାରିବ। ଏଥିପାଇଃ ୧୫ ଦିନ ମଧ୍ଯରେ ଡିପିଆର୍ ପ୍ରସ୍ତୁତ କରିବାକୁ ପାଣ୍ଡିଆନ ପରାମର୍ଶ ଦେଇଥିଲେ ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+