ସୁପ୍ରିମକୋର୍ଟଙ୍କ ରାୟ ପରେ ପୁରୀରେ 5T ସଚିବ
ପୁରୀରେ 5T ସଚିବ । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ସୁପ୍ରିମକୋର୍ଟଙ୍କ ରାୟ ପରେ ପୁରୀରେ ପହଞ୍ଚିଲେ 5T ସଚିବ ଭି.କେ ପାଣ୍ଡିଆନ । 5T ସଚିବଙ୍କ ସହ ପୁରୀ ଗସ୍ତରେ ଅଛନ୍ତି ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ।
ପୁରୀ: ପୁରୀରେ 5T ସଚିବ । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ସୁପ୍ରିମକୋର୍ଟଙ୍କ ରାୟ ପରେ ପୁରୀରେ ପହଞ୍ଚିଲେ 5T ସଚିବ ଭି.କେ ପାଣ୍ଡିଆନ । 5T ସଚିବଙ୍କ ସହ ପୁରୀ ଗସ୍ତରେ ଅଛନ୍ତି ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ । ଉଭୟ ପୁରୀରେ ପହଞ୍ଚି ଶ୍ରୀଜିଉଙ୍କ ଦର୍ଶନ କରିବା ପରେ ବିକାଶମୂଳକ କାର୍ଯ୍ୟର ସମୀକ୍ଷା କରିବେ ।

ତେବେ ଶ୍ରୀଜିଉଙ୍କୁ ଦର୍ଶନ କରିବା ପରେ ପ୍ରତିକ୍ରିୟା ରଖିଛନ୍ତି ପ୍ରଣବ ପ୍ରକାଶ ଦାସ । ବିଶ୍ୱନିୟନ୍ତା ନିଜ କାମ ନିଜେ କରୁଛନ୍ତି । ସେ ସତ୍ୟ, ସେ ପୂର୍ଣ୍ଣ । ପ୍ରଭୁ ଯାହା ଚାହିଁଛନ୍ତି ସେହିଭଳି କାମ ହେଉଛି ବୋଲି କହିଛନ୍ତି ପ୍ରଣବ ।
କହିରଖୁ କି, ଆଜି ଆସିଛି ବହୁ ପ୍ରତୀକ୍ଷିତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ସୁପ୍ରିମକୋର୍ଟଙ୍କ ରାୟ । ରାଜ୍ୟ ସରକାରଙ୍କ ସପକ୍ଷରେ ରାୟ ସୁଣାଇଛନ୍ତି ମାନ୍ୟବର ସୁପ୍ରିମକୋର୍ଟ । ପରିକ୍ରମ ପ୍ରକଳ୍ପ ଲଢେଇରେ ରାଜ୍ୟ ସରକାରଙ୍କ ବିଜୟ ହୋଇଛି । ପ୍ରକଳ୍ପ ବିରୋଧରେ ହୋଇଥିବା ଦୁଇଟି ପିଟିସନକୁ ଖାର କରିଛନ୍ତି ସୁପ୍ରିମକୋର୍ଟ । ଭକ୍ତଙ୍କ ସୁରକ୍ଷା ଦୃଷ୍ଟିରୁ ମାମଲାକୁ ଖାରଜ କରିଦେବା ସହ ଦୁଇ ଆବେଦନକାରୀଙ୍କୁ ଜରିମାନା ଦେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ । କୋର୍ଟଙ୍କ ସମୟ ନଷ୍ଟ କରିଥିବାରୁ ଲକ୍ଷେ ଟଙ୍କା ଲେଖାଏଁ ଜରିମାନା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ ।
5T ସଚିବଙ୍କ ଗସ୍ତ ସମୟରେ ପୁରୀ କଲେକ୍ଟର ସମରଥ ଭର୍ମା, ଏସପି କାନୱାର ବିଶାଲ ସିଂ ଏବଂ ଅନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ।
-
ବ୍ରିଟେନକୁ ସିଧାସଳଖ ଚେତାବନୀ ଦେଲା ଇରାନ, କହିଲା ଆମେରିକାକୁ ସାହାଯ୍ୟ କରିବା ପଡ଼ିବ ମହଙ୍ଗା -
ମାର୍ଚ୍ଚ ଶେଷ ସପ୍ତାହରେ ପ୍ରଳୟ କରିବ କାଳବୈଶାଖୀ -
ଘରୋଇ ବସ୍ରେ ଅଗ୍ନିକାଣ୍ଡ, ବିଧାୟକ ମଙ୍ଗୁ ଖିଲଙ୍କ ସମେତ ସମସ୍ତ ଯାତ୍ରୀ ସୁରକ୍ଷିତ ଉଦ୍ଧାର -
ନାଟୋ'କୁ ଭୀରୁ କହି ବର୍ଷିଲେ ଆମେରିକା ରାଷ୍ଟ୍ରପତି ଟ୍ରମ୍ପ୍ -
ଓଡ଼ିଆ ଖାଦ୍ୟ ପଖାଳକୁ ମିଳିଲା ଅନ୍ତର୍ଜାତୀୟ ପରିଚୟ -
Zomatoରୁ ଖାଇବା ଅର୍ଡର କରିବା ହେଲା ମହଙ୍ଗା, ବଢ଼ିଲା ପ୍ଲାଟଫର୍ମ ଫିସ୍ -
ଆଜି ପବିତ୍ର ଇଦ୍-ଉଲ୍-ଫିତର୍, ଆଲିଙ୍ଗନ କରି ଜଣାଉଛନ୍ତି ଶୁଭେଚ୍ଛା





Click it and Unblock the Notifications