ବିଦ୍ୟୁତ ଆଘାତରେ ୬ ଗାଈ ମୃତ, କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ତହସିଲ ତୁଳସୀଡ଼ିଆ ଗାଁରେ ବିଦ୍ୟୁତ ଆଘାତରେ ୬ଟି ଗୃହ ପାଳିତ ଗାଈ, ବଳଦ ଓ ବାଛୁରୀଙ୍କ ମୃତ୍ୟୁ ହୋଇଛି। ଏହି ଘଟଣାରେ ଗୋସମ୍ପଦର ମାଲିକମାନଙ୍କୁ କ୍ଷତିପୂରଣ ସହାୟତା ଦେବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ଜିଲାପାଳ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ଟିପିସିଓଡିଏଲକୁ ସହାୟତା ଦେବାକୁ ଆଦେଶ ଦେଇଛନ୍ତି। ଓଇଆର୍ସିର ନିୟମ ଅନୁଯାୟୀ, ଏହି ମାମଲାରେ ମାଲିକମାନଙ୍କୁ କ୍ଷତିପୂରଣ ମିଳିବା ଆବଶ୍ୟକ। ଏହି ନିୟମ ଅନୁଯାୟୀ, ଗାଈ ମାଲିକଙ୍କୁ ୩୦ ହଜାର, ବଳଦ ମାଲିକଙ୍କୁ ୨୫ ହଜାର ଓ ବାଛୁରୀ ମାଲିକଙ୍କୁ ୧୬ ହଜାର ଟଙ୍କା ସହାୟତା ମିଳିବ। ଫଳରେ ୬ଟି ପ୍ରାଣୀଙ୍କ ୬ ଜଣ ମାଲିକ ସମୁଦାୟ ୧,୪୭,୦୦୦ ଟଙ୍କା ସହାୟତା ପାଇବେ।












Click it and Unblock the Notifications