ବଜ୍ରପାତରେ ୬ ମୃତ୍ୟୁ: ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁଣି ଆକାଶରୁ ଖସିଛି ମୃତ୍ୟୁ। ପ୍ରବଳ ବର୍ଷା ବେଳେ ବିଜୁଳି ମାରିବାରୁ ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ୬ ଜଣଙ୍କ ଜୀବନ ଯାଇଛି। ସେହିପରି ଆଉ ୫ ଜଣ ଗୁରୁତର ଆହତ ହୋଇଛି। ଭଦ୍ରକ ଜିଲ୍ଲାରା ୩ ଜଣ, କେନ୍ଦ୍ରାପଡ଼ା ଢେଙ୍କାନାଳ ଓ ବାଲେଶ୍ୱର ଜିଲ୍ଲାରେ ଜଣେ ଲେଖାଏ ବ୍ୟକ୍ତି ବଜ୍ରପାତ ଯୋଗୁ ପ୍ରାଣ ହରାଇଛନ୍ତି। ସେହିପରି ଭଦ୍ରକରେ ୨ ଜଣ ଓ ସମ୍ବଲପୁରରେ ବିଜୁଳି ମାଡ଼ରେ ୩ ଜଣ ଚାଷୀ ଗୁରୁତର ହୋଇଛନ୍ତି ।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଘଟଣାରେ ଗଭୀର ଦୁଃଖପ୍ରକାଶ କରିବା ସହିତ ସେମାନଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି । ବର୍ତ୍ତମାନ ସୁଦ୍ଧା ପ୍ରାପ୍ତ ସୂଚନା ଅନୁଯାୟୀ ବାଲେଶ୍ଵର ଓ ଭଦ୍ରକ ଜିଲାରେ ୨ ଜଣ ଲେଖାଏଁ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିବା ବେଳେ ଢେଙ୍କାନାଳ ଓ କେନ୍ଦ୍ରାପଡା ଜିଲ୍ଲା ରେ ଜଣେ ଲେଖାଏଁ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି।

cm mohan majhi

ବଜ୍ରପାତ ଯୋଗୁଁ ମୃତ୍ୟୁବରଣ କରିଥିବା ପ୍ରତ୍ୟେକ ମୃତ ବ୍ୟକ୍ତିଙ୍କ ନିକଟତମ ଆତ୍ମୀୟଙ୍କୁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏଥିସହିତ ମୁଖ୍ୟମନ୍ତ୍ରୀ ଆହତ ମାନଙ୍କ ଆଶୁଆରୋଗ୍ୟ କାମନା କରିବା ସହିତ ସେମାନଙ୍କ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ ବୋଲି କହିଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+