ବଜ୍ରପାତରେ ୬ ଜଣଙ୍କ ମୃତ୍ୟୁ ଘଟଣା; ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆଜି ରାଜ୍ୟର ୫ଟି ଜିଲାରେ ବଜ୍ରପାତ ଘଟି ୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ କିଛି ଲୋକ ଆହତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଘଟଣାରେ ଗଭୀର ଦୁଃଖପ୍ରକାଶ କରିବା ସହିତ ସେମାନଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି। ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ରାଶି ମିଳିବ। ଆହତମାନଙ୍କ ଚିକିତ୍ସା ରାଜ୍ୟ ସରକାର କରିବେ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

ବର୍ତ୍ତମାନ ସୁଦ୍ଧା ପ୍ରାପ୍ତ ସୂଚନା ଅନୁଯାୟୀ କେନ୍ଦ୍ରାପଡ଼ା ଜିଲ୍ଲାରେ ୨ ଜଣ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିବା ବେଳେ ବାଲେଶ୍ବର, ଭଦ୍ରକ, ଯାଜପୁର ଓ ସୁବର୍ଣ୍ଣପୁର ଜିଲ୍ଲାରେ ଜଣେ ଲେଖାଏଁ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି।

mohan majhi

ସୂଚନାଯୋଗ୍ୟ, ଗତକାଲି ରାଜ୍ୟର ବିଭିନ୍ନ ସ୍ଥାନରେ ୯ ଜଣଙ୍କର ମୃତ୍ୟୁ ହୋଇଥିଲା। ମୟୂରଭଂଜ ଜିଲ୍ଲା ବେତନଟୀ ବ୍ଲକ ଅଧୀନ ମେର୍ଦ୍ଦା ପଞ୍ଚାୟତର ସିଙ୍ଗାରପୁର ଗ୍ରାମରେ ସ୍ବାମୀ-ସ୍ତ୍ରୀ, କେନ୍ଦ୍ରାପଡ଼ା ଜିଲ୍ଲାର ରାଜକନିକା, ଗଂଜାମ ଜିଲ୍ଲା ତାରାସିଂ, କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର, ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର, ଯାଜପୁର ଜିଲ୍ଲାର କୋରେଇ, ଭଦ୍ରକ ଜିଲ୍ଲା ଆଗରପଡ଼ା ଓ ବରଗଡ଼ ଜିଲ୍ଲା ବରପାଲି ଅଞ୍ଚଳରେ ଜଣଙ୍କର ମୃତ୍ୟୁ ହୋଇଥିଲା।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+