୫ଟା ସୁଦ୍ଧା ରାଜ୍ୟରେ ୬୦.୫୪ ପ୍ରତିଶତ ମତଦାନ ରେକର୍ଡ
ଭୁବନେଶ୍ୱର: ଦେଶରେ ପଞ୍ଚମ ଓ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ମତଦାନ ହୋଇଛି । ରାଜ୍ୟର ୫ଟି ଲୋକସଭା ଓ ୩୫ଟି ବିଧାନସଭା ପାଇଁ ଆଜି ମତଦାନ ହୋଇଛି । ମତଦାନ ବାବଦରେ ସୂଚନା ଦେଇ ରାଜ୍ୟ ନିର୍ବାଚନ କମିଶନର ସୂଚନା ଦେଇଛନ୍ତି । ତାଙ୍କ ସୂଚନା ମୁତାବକ ସନ୍ଧ୍ୟା ୫ଟା ସୁଦ୍ଧା ୬୦.୫୪ ପ୍ରତିଶତ ମତଦାନ ହୋଇଛି ।

ଏହି କ୍ରମରେ ବରଗଡରେ ସର୍ବାଧିକ ୬୬.୧୪ ପ୍ରତିଶତ ମତଦାନ ହୋଇଥିବା ବେଳେ ୫୫.୬୫ ପ୍ରତିଶତ ସହ ଆସ୍କାରେ ସବୁଠୁ କମ ଭୋଟିଂ ହୋଇଛି । ସୁନ୍ଦରଗଡରେ ୬୧.୫୩ ପ୍ରତିଶତ, କନ୍ଧମାଳ ୫୭.୪୬ ପ୍ରତିଶତ, ବଲାଙ୍ଗୀରରେ ୬୧.୩୫ ପ୍ରତିଶତ ମତଦାନ ହୋଇଛି ।












Click it and Unblock the Notifications