କଂଗ୍ରେସ, ବାମଦଳ ସମେତ ୭ ରାଜନୈତିକ ଦଳର ଓଡ଼ିଶା ବନ୍ଦ ଡାକରା

ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି କଂଗ୍ରେସ ଓ ବାମପନ୍ଥୀ ଦଳ। ଏନେଇ ପିସିସ ସଭାପତି ଭକ୍ତ ଚରଣ ଦାସ ସୂଚନା ଦେଇଛନ୍ତି। ବାଲେଶ୍ଵର ଫକୀରମୋହନ କଲେଜ ଛାତ୍ରୀ ଆତ୍ମହତ୍ୟା ଘଟଣାରେ ମିଳିତ ବିରୋଧୀ ଦଳ ପକ୍ଷରୁ ସାମ୍ବାଦିକ ସମ୍ମିଳନୀରେ ଏନେଇ ଘୋଷଣା କରାଯାଇଛି।

congress

ସେ କହିଛନ୍ତି, ଆଜି ସବୁ ସହରରେ କ୍ୟାଣ୍ଡଲ ଲାଇଟ୍ ଜାଳି ଆମର ଆତ୍ମାର ସଦ୍ଗତି କାମନା କରିବେ। ଏଥିରେ ବାମପନ୍ଥୀ ଦଳ ଓ ଏନସିପି ସାମିଲ ହୋଇଛନ୍ତି। ୮ଟି ଦଳ ଏକାଠି ହୋଇଛନ୍ତି। ଶେଷରେ ନିଜ ଦଳ ଏବିଭିପିର ଝିଅ ବି ବାଦ୍ ପଡ଼ିଲାନି। ସେ ଝିଅ ପେଟ୍ରୋଲ ଆଣିଲା , ସମସ୍ତେ ଦେଖୁଥିଲେ। କେହି ପ୍ରତିବାଦ କଲେଣି। ବିଜେପି ଦଳ ଶାସନକୁ ଆସିବାପରେ କାହାରି କଥା ଶୁଣିଲେନି। ଏସରକାର ନୈତିକ ଦୃଷ୍ଟିରୁ ଶାସନରୁ ଓହରିଯିବା ଦରକାର। ଯାହାକୁ ଘୋର ବିରୋଧ କରିବୁ। ତାଙ୍କ ଦଳ ଏବିଭିପିର ଝିଅକୁ ହତ୍ୟା କରିଛନ୍ତି। ଏହାର ପ୍ରତିବାଦରେ ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦିଆଯାଉଛି। ଏହି ଦିନ ସ୍କୁଲ୍, କଲେଜ, ଦୋକାନ ବଜାର ବନ୍ଦ ରହିବ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+