୭ ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ, ଏଣିକି ଦୁଗ୍ଧଚାଷୀଙ୍କୁ ସରକାର ଦେବେ...
ଭୁବନେଶ୍ୱର: ଲୋକସେବା ଭବନରେ ଆଜି ଅନୁଷ୍ଠିତ ହୋଇଯାଇଛି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ। ଏହି ବୈଠକରେ ୬ଟି ବିଭାଗରେ ୭ଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଏନେଇ ସୂଚନା ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନାରେ ଗୋପାଳନ, ଦୁଗ୍ଧ ଉତ୍ପାଦନକୁ ଗୁରୁତ୍ୱ ଦେଇଛନ୍ତି ମୋହନ ସରକାର ।

ଏହା ସହ ଗୋସମ୍ପଦ ବୀମା ୮୫% ସରକାର ଦେବେ, ୧୫% ଚାଷୀ ଦେବେ । ଓମଫେଡକୁ ସଶକ୍ତ କରିବାକୁ ରାଜ୍ୟ ସରକାର ଯୋଜନା ପ୍ରସ୍ତୁତ କରିଛନ୍ତି। ଏଥିପାଇଁ ରାଜ୍ୟ ସରକାର ଆଗାମୀ ୫ ବର୍ଷ ମଧ୍ୟରେ ୧୪୨୩ କୋଟି ଟଙ୍କା ଖର୍ଚ୍ଚ କରିବାକୁ ଲକ୍ଷ୍ୟ ରଖିଛନ୍ତି। ହାଇକୋର୍ଟ କର୍ମଚାରୀଙ୍କ ପାଇଁ ୫୫୦ ଷ୍ଟାଫ୍ କ୍ୱାର୍ଟର୍ସ ନିର୍ମାଣ ହେବ ବୋଲି ସୂଚନା ଦେଇଛନ୍ତି ପୃଥ୍ୱୀରାଜ ହରିଚନ୍ଦନ ।












Click it and Unblock the Notifications