Get Updates
Get notified of breaking news, exclusive insights, and must-see stories!

କନ୍ଧମାଳ ଓ ଗଞ୍ଜାମ ଜିଲ୍ଲା ଦେଇ ଯାଇଥିବା ୫୯ନଂ ଜାତୀୟ ରାଜପଥ ପ୍ରଶସ୍ତିକରଣକୁ କେନ୍ଦ୍ର ସରକାରଙ୍କ ମଞ୍ଜୁରି

ଓଡ଼ିଶାର କନ୍ଧମାଳ ଓ ଗଞ୍ଜାମ ଜିଲ୍ଲା ଦେଇ ଯାଇଥିବା ୫୯ ନମ୍ବର ଜାତୀୟ ରାଜପଥ ଦାରିଙ୍ଗିବାଡ଼ି ଘାଟ ସେକ୍ସନ୍‌ର ପ୍ରଶସ୍ତିକରଣ ଓ ସୁଦୃଢ଼ିକରଣ ପ୍ରସ୍ତାବକୁ କେନ୍ଦ୍ର ସରକାର ମଞ୍ଜୁର କରିଛନ୍ତି । ୨୬.୯୬ କିଲୋମିଟର ଲମ୍ବା ଏହି ରାଜପଥର ପ୍ରଶସ୍ତିକରଣ ପାଇଁ ୨୦୨୩-୨୪ ବାର୍ଷିକ ଯୋଜନାରେ ୭୧୮.୨୬ କୋଟି ଟଙ୍କା ମଞ୍ଜୁର କରାଯାଇଥିବା ନେଇ ଏକ୍ସ ପୋଷ୍ଟ ମାଧ୍ୟମରେ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ଶ୍ରୀ ନୀତୀନ ଗଡ଼କରୀ ସୂଚନା ଦେଇଛନ୍ତି ।

ଶ୍ରୀ ଗଡ଼କରୀ କହିଛନ୍ତି, ଦାରିଙ୍ଗିବାଡ଼ି ଘାଟ ସେକ୍ସନ ବର୍ତ୍ତମାନ ଏକ ସଂକୀର୍ଣ୍ଣ ଚଳାଚଳ ମାର୍ଗ ଏବଂ ଖରାପ ମାନର ଜ୍ୟାମିତିକ ଆକାର ଯୋଗୁ ଗାଡ଼ି ଚଳାଚଳରେ ବିଭିନ୍ନ ବାଧା ସୃଷ୍ଟି କରୁଛି । ଏହି କାରଣରୁ ପଶ୍ଚିମ ଓଡ଼ିଶାରୁ ଆସୁଥିବା ଲମ୍ବା ଦୂରଗାମୀ ବାହନଗୁଡ଼ିକୁ ୫୯ ନମ୍ବର ଜାତୀୟ ରାଜପଥକୁ ଏଡ଼ାଇବାକୁ ହେଉଛି ।

highway

ବିଶେଷ କରି ଶୀତଦିନେ ଏକ ପ୍ରମୁଖ ପର୍ଯ୍ୟଟନସ୍ଥଳୀକୁ ଦୃଷ୍ଟିରେ ରଖି ଏହି ରାସ୍ତାକୁ ବଢ଼ାଇବା ଦ୍ୱାରା ରାଜପଥର ମାନ ବୃଦ୍ଧି ପାଇବ, ନିରାପତ୍ତା ସୁଦୃଢ଼ ହେବ ଏବଂ ୫୯ ନମ୍ବର ଜାତୀୟ ରାଜପଥରେ ସମସ୍ତ ପାଣିପାଗରେ ଯୋଗାଯୋଗ ସୁନିଶ୍ଚିତ ହେବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+