ଓଡ଼ିଶା ରେଳ ବିକାଶ ପାଇଁ ୭୩,୭୨୩ କୋଟି ଟଙ୍କା ମଞ୍ଜୁର
Odisha Railway Development: ଓଡ଼ିଶା ରେଳ ବିକାଶ ପାଇଁ ୭୩,୭୨୩ କୋଟି ଟଙ୍କା ମଞ୍ଜୁର କଲା କେନ୍ଦ୍ର । ଏନେଇ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସୋସିଆଲ ମିଡିଆରେ ଏକ ପୋଷ୍ଟ ସେୟାର କରି ସୂଚନା ଦେଇଛନ୍ତି । ରେଳମନ୍ତ୍ରୀ ଲେଖିଛନ୍ତି, ଓଡ଼ିଶାରେ ରେଳ ବିକାଶ ପାଇଁ ୭୩,୭୨୩ କୋଟି ଟଙ୍କା ମଞ୍ଜୁର କରିଥିବାରୁ ପ୍ରଧାନମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଉଛି । ଓଡ଼ିଶାର ଅର୍ଥନୈତିକ ହିତକୁ ବଜାୟ ରଖାଯିବ ।
ରେଳମନ୍ତ୍ରୀ ଅଶ୍ୱନୀ ବୈଷ୍ଣବ ଆହୁରି ଲେଖିଛନ୍ତି, ପ୍ରସ୍ତାବିତ ରାୟଗଡା ରେଳ ମଣ୍ଡଳକୁ ମଞ୍ଜୁର କରାଯାଇଛି । ରେଳ ମଣ୍ଡଳ କାର୍ଯ୍ୟାଳୟ ନିର୍ମାଣ ପାଇଁ 107 କୋଟି ଟଙ୍କାର ଟେଣ୍ଡର ଆହ୍ୱାନ କରାଯାଇଛି । ପୂର୍ବତଟ ରେଳପଥ ମଧ୍ୟରେ ପୂର୍ବପରି ତିନିଟି ରେଳ ମଣ୍ଡଳ ରହିବ । ଅମୃତ ଷ୍ଟେସନ ଯୋଜନାରେ ଓଡ଼ିଶାର 59 ଟି ଷ୍ଟେସନକୁ ପୁନର୍ବିକାଶ କରାଯାଉଅଛି । ମୋଦୀ 3.0 ସମୟରେ ₹19,289 କୋଟି ବ୍ୟୟ ଅଟକଳରେ 8 ଟି ନୂତନ ରେଳ ପ୍ରକଳ୍ପକୁ କ୍ୟାବିନେଟ ଅନୁମୋଦନ କରାଯାଇଛି ।

କ୍ୟାବିନେଟ୍ ଅନୁମୋଦନ କରାଯାଇଥିବା ପ୍ରକଳ୍ପ ଗୁଡିକ ହେଲା
ଗୁଣୁପୁର-ଥେରୁବାଲି ନୂତନ ରେଳ ଲାଇନ
ଜୁନାଗଡ଼ ରୋଡ଼-ନବରଙ୍ଗପୁର ନୂତନ ରେଳ ଲାଇନ
ମାଲକାନଗିରି-ପଣ୍ଡୁରଙ୍ଗାପୁରମ ଭାୟା ଭଦ୍ରାଚଳମ ନୂତନ ରେଳ ଲାଇନ
ବାଦାମପାହାଡ଼-କେନ୍ଦୁଝରଗଡ଼ ନୂତନ ରେଳ ଲାଇନ
ବାଙ୍ଗିରିପୋଷି-ଗୋରୁମହିଷାଣୀ ନୂତନ ରେଳ ଲାଇନ
ବୁଡ଼ାମରା-ଚାକୁଳିଆ ନୂତନ ରେଳ ଲାଇନ
ସରଡ଼େଗା-ଭାଲୁମୁଡା ନୂତନ ଦୋହରୀକରଣ ରେଳ ଲାଇନ
ବରଗଡ଼ ରୋଡ଼-ନୂଆପଡା ରୋଡ଼ ନୂତନ ରେଳ ଲାଇନ












Click it and Unblock the Notifications