'ଗୋଟଏ ବର୍ଷରେ ଆମେ ଉଭୟ ୭୩,୩୪୬ ଜଣଙ୍କୁ ନିଯୁକ୍ତି ଦେଇଛୁ'

ଯୁବ ଶକ୍ତି ହେଉଛନ୍ତି ଆମ ରାଜ୍ୟର ବିକାଶ ରଥର ସାରଥୀ। ଯୁବ ଶକ୍ତିଙ୍କ ଭିତରେ ଥିବା ଶକ୍ତି, ସାମର୍ଥ୍ୟ ଓ ଉତ୍ସାହକୁ ରାଜ୍ୟର ବିକାଶ ସହିତ ସମାଜ କଲ୍ୟାଣରେ ଉପଯୋଗ କରିବା ପାଇଁ ଆମେ ପ୍ରାଧାନ୍ୟ ଦେଉଛୁ ବୋଲି ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଭିନ୍ନ ବିଭାଗରେ ନିଯୁକ୍ତି ପାଇଥିବା ଅଧିକାରୀ ଓ କର୍ମଚାରୀ ମାନଙ୍କୁ ଉଦବୋଧନ ଦେଇ କହିଛନ୍ତି।

ସୂଚନା ଯୋଗ୍ୟ ଯେ, ଆଜି ଭୁବନେଶ୍ୱର ଓୟୁଏଟି ସ୍ଥିତ କୃଷି ଶିକ୍ଷା ସଦନଠାରେ ୫ଟି ବିଭାଗର ୯୬୪ଟି ପଦବୀ ପୂରଣ ପାଇଁ ନିଯୁକ୍ତି ମେଳାର ଆୟୋଜନ କରାଯାଇଥିଲା। ଏଥିରେ ପୂର୍ତ୍ତ ବିଭାଗର ୫୬୩ଟି, ଜଳ ସମ୍ପଦ ବିଭାଗର ୬୨ଟି, ପଞ୍ଚାୟିତ ରାଜ ଓ ପାନୀୟ ଜଳ ବିଭାଗର ୧୧୭ଟି, ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ୨୦୪ଟି ଏବଂ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ୧୮ଟି ପଦବୀରେ ନିଯୁକ୍ତି ଦିଆଯାଇଛି। ଏହି ସବୁ ପଦବୀ ଗୁଡିକ ମଧ୍ୟରେ କନିଷ୍ଠ ଯନ୍ତ୍ରୀ, କନିଷ୍ଠ ପ୍ରବର୍ତ୍ତନ ଅଧିକାରୀ, ଟ୍ରେସର, ବୈଧ ମାପ ବିଜ୍ଞାନ ନିରୀକ୍ଷକ, ଜୁନିଅର ଆକାଉଣ୍ଟାଣ୍ଟ ପଦବୀ ରହିଛି।

ମୁଖ୍ୟ ଅତିଥିଭାବେ ମୁଖ୍ୟମନ୍ତ୍ରୀ ନବନିଯୁକ୍ତଙ୍କୁ ରଜ ଶୁଭେଚ୍ଛା ଜଣାଇ ଉଦବୋଧନ ଦେଇ କହିଥିଲେ ଯେ, ସରକାରୀ ଚାକିରୀ ସର୍ବଦା ଜନସେବା ପାଇଁ ଉତ୍ସର୍ଗୀକୃତ। ତେଣୁ, ନିଜକୁ ଜନସାଧାରଣଙ୍କ ସେବକ ଭାବି ସାଧାରଣ ଲୋକଙ୍କ ଆଶା, ଆକାଂକ୍ଷା ପୂରଣ କରିବା ଏବଂ ସେମାନଙ୍କ ସମସ୍ୟାର ସମାଧାନ ଦିଗରେ ପ୍ରତିଶ୍ରୁତିବଦ୍ଧ ହୋଇ ଆପଣ ମାନେ କାମ କରିବେ ବୋଲି ମୋର ଆଶା ଓ ବିଶ୍ୱାସ । ସରକାରୀ ସ୍ତରରେ ଆପଣଙ୍କ ଦ୍ୱାରା ନିଆଯାଉଥିବା ପ୍ରତ୍ୟେକ ନିଷ୍ପତ୍ତି ଓ କାର୍ଯ୍ୟ ଜନ ମଙ୍ଗଳ ଉପରେ ଯେପରି ଆଧାରିତ ହେବ ସେଥପ୍ରତି ଆପଣ ମାନେ ଯତ୍ନବାନ ହେବେ।

ସେ ପୁଣି କହିଥିଲେ, ବିଗତ କିଛି ବର୍ଷ ଧରି ସରକାରୀ କ୍ଷେତ୍ରରେ ନିଯୁକ୍ତି ପ୍ରକ୍ରିୟା ମନ୍ଥର ଗତିରେ ଚାଲିଥିଲା। ଆମ ସରକାର ଆସିବା ପରେ ଉଭୟ ସରକାରୀ ଓ ବେସରକାରୀ କ୍ଷେତ୍ରରେ ଯୁବ ଶକ୍ତିଙ୍କ ନିୟୋଜନକୁ ଗୁରୁତ୍ୱଦେଇ ଅପାର ନିଯୁକ୍ତି ସୁଯୋଗ ସୃଷ୍ଟି କରୁଛୁ। ଆମ ସରକାର ୫ ବର୍ଷରେ ଦେଢ ଲକ୍ଷ ସରକାରୀ ପଦବୀ ପୂରଣ କରିବା ପାଇଁ ନିଷ୍ପତ୍ତି ନେଇଛି। ପ୍ରଥମ ଦୁଇ ବର୍ଷରେ ୬୫ ହଜାର ପଦବୀ ପୂରଣ ହେବ। ଆଜି ସୁଦ୍ଧା ୨୮,୩୪୬ ସରକାରୀ ନିଯୁକ୍ତି ଦିଆଗଲାଣି।

Odisha CM Majhi

ଏହା ଆମ ପାଇଁ ଏକ ଐତିହାସିକ ଉପଲବ୍ଧି। ୨୦୨୬ ଜୁନ ସୁଦ୍ଧା ଆମେ ଆମର ଧାର୍ଯ୍ୟ ଲକ୍ଷ୍ୟ ୬୫ ହଜାର ଅତିକ୍ରମ କରିଯାଇଥିବୁ। କେବଳ ସରକାରୀ ସ୍ତରରେ ନୁହେଁ, ବେସରକାରୀ ସ୍ତରରେ ପ୍ରଥମ ବର୍ଷରେ ଆମେ ୪୫ ହଜାର ଯୁବକ ଯୁବତୀଙ୍କୁ ନିଯୁକ୍ତି ଦେଇଛୁ। ଗୋଟଏ ବର୍ଷ ମଧ୍ୟରେ ଆମେ ଉଭୟ ସରକାରୀ ଓ ବେସରକାରୀ କ୍ଷେତ୍ରରେ ୭୩,୩୪୬ ଜଣଙ୍କୁ ନିଯୁକ୍ତି ଦେଇଛୁ। ମୁଖ୍ୟମନ୍ତ୍ରୀ ଏହି ଅବସରରେ ବିଭିନ୍ନ ବିଭାଗର ନବ ନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+