Get Updates
Get notified of breaking news, exclusive insights, and must-see stories!

73 ତମ ସାଧାରଣତନ୍ତ୍ର ଦିବସ: ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ସାରା ଦେଶ ୭୩ତମ ସାଧାରଣତନ୍ତ୍ର ଦିବସ ପାଳନ କରୁଛି । ସାଧାରଣତନ୍ତ୍ର ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।

ଭୁବନେଶ୍ୱର: ସାରା ଦେଶ ୭୩ତମ ସାଧାରଣତନ୍ତ୍ର ଦିବସ ପାଳନ କରୁଛି । ସାଧାରଣତନ୍ତ୍ର ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।

CM Naveen Patnaik

ଏହି ଅବସରରେ ଜାତିର ଜନକ ମହାତ୍ମାଗାନ୍ଧୀ, ପଣ୍ଡିତ ନେହେରୁ, ନେତାଜୀ ସୁଭାଷ ଚନ୍ଦ୍ର ବୋଷ, ମୌଲନା ଆଜାଦ, ଡଃ ଆମ୍ବେଦକର, ବୀର ସୁରେନ୍ଦ୍ର ସାଏ, ବକ୍‌ସି ଜଗବନ୍ଧୁ, ଡଃ ରାଜେନ୍ଦ୍ର ପ୍ରସାଦ, ଉତ୍କଳମଣି ଗୋପବନ୍ଧୁ ଦାସ, ଉତ୍କଳ ଗୌରବ ମଧୁସୁଦନ ଦାସ, ଗୋପବନ୍ଧୁ ଚୌଧୁରୀ, ନବକୃଷ୍ଣ ଚୌଧୁରୀ, ସହିଦ ଲକ୍ଷ୍ମଣ ନାୟକ, ମା ରମାଦେବୀ, ସହିଦ ବାଜି ରାଉତ, ମାଳତୀ ଚୌଧୁରୀ, ପାର୍ବତୀ ଗିରି, ଡଃ ହରେକୃଷ୍ଣ ମହତାବ ଓ ବିଜୁ ପଟ୍ଟନାୟକଙ୍କ ପରି ମହାନ ସଂଗ୍ରାମୀ ମାନଙ୍କ ପ୍ରତି ମୋର ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଚଳିତ ବର୍ଷ ସାରା ଦେଶ ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ପାଳନ କରୁଛି । ମହାନ ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୫ ତମ ଜୟନ୍ତୀ ମଧ୍ୟ ଚଳିତ ବର୍ଷର ଏକ ଗୁରୁତ୍ୱପୂର୍ଣ୍ଣ ଘଟଣା । ଆମର ସ୍ୱାଧିନତା ସଂଗ୍ରାମ କେବଳ ଏକ ରାଜନୈତିକ ସଂଗ୍ରାମ ନ ଥିଲା । ଏହା ଥିଲା ସମତା ଓ ନ୍ୟାୟ ପାଇଁ ସଂଗ୍ରାମ । ହିଂସା ଓ ଶୋଷଣ ବିରୁଦ୍ଧରେ ସଂଗ୍ରାମ । ଆମର ସଂଗ୍ରାମ କେବଳ ଆମ ପାଇଁ ସ୍ବାଧୀନତା ଆଣି ନଥିଲା । ଏହା ଥିଲା ସାରା ବିଶ୍ବ ପାଇଁ ମାନବତାର ସବୁଠାରୁ ବଡ ବିଜୟ । ଆମର ସ୍ବାଧୀନ ମୂଲ୍ୟବୋଧ ହିଁ ସମସ୍ତ ବିବିଧତା ସତ୍ତ୍ବେ ଭାରତକୁ ମଜବୁତ କରି ରଖିଛି । ବିବିଧତା ହିଁ ଆମର ଶକ୍ତି । ଆମ ଜୀବନଧାରାର ଗୁରୁତ୍ବପୂର୍ଣ୍ଣ ଦିଗ । ଏହାକୁ ଆମେ କେବେ ବି ନଷ୍ଟ ହେବାକୁ ଦେବା ନାହିଁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ସେହିପରି ଆମ ସମ୍ବିଧାନ ଏକ ଆଦର୍ଶ ସମ୍ବିଧାନ । ଆମ ଗଣତନ୍ତ୍ରର ଆତ୍ମା । ଏକ ମହାନ ଦେଶର ନାଗରିକ ଭାବରେ ଆମର ସକଳ ଶକ୍ତିର ଆଧାର ହେଉଛି ଆମର ସମ୍ବିଧାନ । ଏକ ସମୃଦ୍ଧ ତଥା ନ୍ୟାୟପୂର୍ଣ୍ଣ ସମାଜ ଗଠନ ପାଇଁ ଏହା ଆମକୁ ସବୁବେଳେ ପ୍ରେରଣା ଦେଇଆସିଛି । ଆମ କଥା ଓ କାର୍ଯ୍ୟରେ ସମ୍ବିଧାନର ମୂଲ୍ୟବୋଧ ପ୍ରତିଫଳିତ ହୋଇପାରିଲେ, ଭାରତ ବିଶ୍ବର ଶ୍ରେଷ୍ଠ ଗଣତାନ୍ତ୍ରିକ ରାଷ୍ଟ୍ର ହୋଇପାରିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, କରୋନାର ତୃତୀୟ ଲହରୀ ଏବେ ସାରା ବିଶ୍ବରେ ବ୍ୟାପିଛି । ଆମେ ମଧ୍ୟ ଏହାର ମୁକାବିଲା କରୁଛୁ । ମୋର ଅନୁରୋଧ ଆମେ ଭୟଭୀତ ହେବା ନାହିଁ । କରୋନାର ସବୁ ଗାଇଡଲାଇନସକୁ ଠିକ୍‌ ଭାବରେ ପାଳନ କରିବା ଏବଂ କରୋନାକୁ ହରାଇବା । ମୋର ବିଶ୍ବାସ, ସମସ୍ତଙ୍କ ସହଯୋଗରେ କରୋନା ଶୀଘ୍ର ଦୂର ହେବ ଏବଂ ଜୀବନ ଜୀବିକା ଆଗଭଳି ପୁଣି ସ୍ବାଭାବିକ ହେବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+