ରାଜ୍ୟର ୭୫୭୯ଟି ମିନି ଅଙ୍ଗନବାଡି କେନ୍ଦ୍ର ନିୟମିତ ଅଙ୍ଗନବାଡି କେନ୍ଦ୍ର ଭାବେ ଉନ୍ନୀତ

ରାଜ୍ୟର ୭୫୭୯ଟି ମିନି ଅଙ୍ଗନବାଡି କେନ୍ଦ୍ର ନିୟମିତ ଅଙ୍ଗନବାଡି କେନ୍ଦ୍ର ଭାବେ ଉନ୍ନୀତ । ଆଜି ରାଜ୍ୟରେ ଥିବା ସମସ୍ତ ୭୫୭୯ଟି ମିନି ଅଙ୍ଗନବାଡି କେନ୍ଦ୍ରକୁ ନିୟମିତ ଅଙ୍ଗନବାଡି କେନ୍ଦ୍ର ଭାବେ ଉନ୍ନୀତ କରିବା ପ୍ରସ୍ତାବକୁ ଅନୁମୋଦନ ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାଦ୍ବାରା ରାଜ୍ୟରେ ଶିଶୁ ଯତ୍ନ କାର୍ଯ୍ୟକ୍ରମ ଆହୁରି ବ୍ୟାପକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ରାଜ୍ୟର ଏହି ୭୫୭୯ଟି ମିନି ଅଙ୍ଗନବାଡି କେନ୍ଦ୍ରର ଉନ୍ନୀତକରଣ ପାଇଁ ୫୫ କୋଟି ୨୧ ଲକ୍ଷ ୩୦ ହଜାର ୧୫୦ ଟଙ୍କା ଖର୍ଚ୍ଚ ହେବ । ଏଥିରୁ ରାଜ୍ୟ ସରକାର ୩୬ କୋଟି ୪୦ ଲକ୍ଷ ୯୫ ହଜାର ୧୬୦ ଟଙ୍କା ବହନ କରୁଥିବା ବେଳେ କେନ୍ଦ୍ର ସରକାର ୧୮ କୋଟି ୮୦ ଲକ୍ଷ ୩୪ ହଜାର ୯୯୦ ଟଙ୍କା ବହନ କରୁଛନ୍ତି ।

ସୂଚନାଯୋଗ୍ୟ ଯେ ଅଙ୍ଗନବାଡି କେନ୍ଦ୍ର ଗୁଡିକ ରାଜ୍ୟରେ କୋମଳମତି ଶିଶୁ ମାନଙ୍କର ଯତ୍ନ ଓ ପ୍ରାରମ୍ଭିକ ଶିକ୍ଷା ଲାଭ ନିମନ୍ତେ କାର୍ଯ୍ୟ କରୁଛି ।

ANGANWADI_CENTER
ଅନୁଦାନ ଅର୍ଥରେ ମେଡିସିନ୍‌ କିଟ୍‌, ଆସବାବପତ୍ର ଓ ଅନ୍ୟାନ୍ୟ ଉପକରଣ ତଥା ପ୍ରଶାସନିକ ଖର୍ଚ୍ଚ ମଧ୍ୟ ଅନ୍ତର୍ଭୁକ୍ତ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+