୭୬ତମ ଭୁବନେଶ୍ୱର ପ୍ରତିଷ୍ଠା ଦିବସ ପାଳନ; ଜୟଦେବ ଭବନରେ ସ୍ଵତନ୍ତ୍ର ଫଟୋ ଚିତ୍ର ପ୍ରଦର୍ଶନୀ
୭୬ତମ ଭୁବନେଶ୍ୱର ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ ଅବସରରେ ଆଜି ସକାଳେ ଓଡିଶା ବିଧାନସଭା ସମ୍ମୁଖସ୍ଥ ରାଜଧାନୀ ଶିଳାନ୍ୟାସ ଫଳକରେ ପୁଷ୍ପଗୁଚ୍ଛ ଅର୍ପଣ ପୂର୍ବକ ପ୍ରତିଷ୍ଠା ଦିବସ ପତାକା ଉତ୍ତୋଳନ କରାଯାଇଛି । ଉତ୍ସବରେ ରାଜ୍ୟ ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନା ମୁଖ୍ୟ ଅତିଥି ଭାବେ ଯୋଗଦାନ କରିଥିଲେ।
କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଶ୍ରୀ ଅରୁଣ କୁମାର ଷଡ଼ଙ୍ଗୀ, ପୋଲିସ କମିଶନର, ଶ୍ରୀ ସଂଜୀବ ପଣ୍ଡା, ବିଏମସି କମିଶନର ଶ୍ରୀ ରାଜେଶ ପ୍ରଭାକର ପାଟିଲ, ସୂଚନା ଓ ଲୋସଂପର୍କ ବିଭାଗର ନିର୍ଦ୍ଦେଶକ ଶ୍ରୀ ସରୋଜ କୁମାର ସାମଲଙ୍କ ସମେତ ଅନ୍ୟ ନିମନ୍ତ୍ରିତ ବରିଷ୍ଠ ପଦାଧିକାରୀ ଓ ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ କମିଟିର କର୍ମକର୍ତ୍ତାମାନେ ଉପସ୍ଥିତ ଥିଲେ ।

୭୬ ତମ ରାଜଧାନୀ ପ୍ରତିଷ୍ଠା ଦିବସ ଉପଲକ୍ଷେ ଆଜି ସୂଚନା ଓ ଲୋକ ସମ୍ପର୍କ ବିଭାଗ ଏବଂ ଭୁବନେଶ୍ୱର ମହାନଗର ନିଗମ ମିଳିତ ଆନୁକୂଲ୍ୟରେ ଜୟଦେବ ଭବନରେ ଆୟୋଜିତ ଏକ ସ୍ଵତନ୍ତ୍ର ଫଟୋ ଚିତ୍ର ପ୍ରଦର୍ଶନୀକୁ ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନା ଉଦଘାଟନ କରିଛନ୍ତି। ଭୁବନେଶ୍ୱରର ଐତିହ୍ୟ, ସଂସ୍କୃତି, କୀର୍ତ୍ତିରାଜି ଏବଂ ଭୁବନେଶ୍ୱର ରାଜଧାନୀ ପ୍ରତିଷ୍ଠାର ପୁରାତନ ସ୍ମୃତି ବହନ କରୁଥିବା ବହୁ ଫଟୋ ଚିତ୍ର ଏହି ପ୍ରଦର୍ଶନୀରେ ସ୍ଥାନିତ ହୋଇଛି।












Click it and Unblock the Notifications