ଭୁବନେଶ୍ୱର ପ୍ରତିଷ୍ଠା ଦିବସ: ୭୬ ବର୍ଷରେ ପାଦ ଥାପିଲା ରାଜ୍ୟ ରାଜଧାନୀ
76th Bhubaneswar Foundation Day: ମନ୍ଦିର ମାଳିନୀରୁ ସ୍ମାର୍ଟ ସିଟି । ଏକାମ୍ର କ୍ଷେତ୍ରରୁ ରାଜ୍ୟର ରାଜଧାନୀ । ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିବା ଏହି ମାୟାନଗରୀକୁ ଆଜି ୭୬ ବର୍ଷ ପୂରିଛି । ଯାତ୍ରା ଭିତରେ ବଢିଛି ସହରର କାୟା, ବଦଳିଛି ପରିବେଶ । ସବୁଜ ବଳୟରୁ କଂକ୍ରିଟ ଜଙ୍ଗଲରେ ପରିଣତ ହୋଇଛି ରାଜଧାନୀ । ରାସ୍ତାଘାଟଠୁ ନେଇ ଆଲୋକୀକରଣ, ଲୋକଙ୍କ ଜୀବନଶୈଳୀ ସବୁକିଛି ବଦଳିଛି ଏହି ୭୬ ବର୍ଷ ମଧ୍ୟରେ ।
ଓଡ଼ିଶାର ରାଜଧାନୀ ଭୁବନେଶ୍ୱର
ଭୁବନେଶ୍ୱର ଓଡ଼ିଶାର ରାଜଧାନୀ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ଏହି ନଗର ପାଖାପାଖି ତିନିହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି । ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ୱର ଦେଉଳ ଆଦି ଦେଶ ବିଦେଶରେ ପରିଚିତ । ମନ୍ଦିରଗୁଡିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଅଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ୱର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କଦ୍ୱାରା ବିଶେଷ ଆଦୃତ ହୋଇଅଛି ।

ଭୁବନେଶ୍ୱରର ପ୍ରତିଷ୍ଠା
୧୯୪୬ ମସିହାରେ, ଭୁବନେଶ୍ୱରକୁ ଏକ ମନହୋର ନଗରୀରେ ଗଢ଼ି ତୋଳିବାର ନକ୍ସା ପ୍ରସ୍ତୁତ କରିଥିଲେ ଜର୍ମାନୀର ସ୍ଥପତି ଓ ପ୍ଲାନର "ଅଟୋ କଏନ୍ସବର୍ଗର" । ୧୯୪୮ ମସିହା ଅପ୍ରେଲ ୧୩ତାରିଖ ଦିନ ଭୁବନେଶ୍ୱରରେ ନୂଆ ରାଜଧାନୀର ପ୍ରତିଷ୍ଠା ଫଳକ ତତ୍କାଳିନ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁଙ୍କ କରକମଳରେ ସ୍ଥାପିତ ହୋଇଥିଲା । ସେହି ପ୍ରତିଷ୍ଠା ଫଳକଟି ବର୍ତ୍ତମାନ ବିଧାନ ସଭା ସନ୍ନିକଟ ପାଚେରୀ ନିକଟରେ ଲାଗିଛି । ୧୯୪୮ରୁ ପ୍ରତିବର୍ଷ ଅପ୍ରେଲ ୧୩ ତାରିଖ ଦିନ, "ଭୁବନେଶ୍ୱର ପ୍ରତିଷ୍ଠା ଦିବସ" ଭାବରେ ପାଳନ କରାଯାଏ ।ସେତେବେଳେ ପ୍ରସ୍ତୁତ କରାଯାଇଥିବା ନକ୍ସା ଅନୁଯାୟୀ, ପ୍ରଥମ ଦଶ ବର୍ଷ ମଧ୍ୟରେ ଭୁବନେଶ୍ୱର ଜନସଂଖ୍ୟା ପନ୍ଦର ହଜାରରୁ ବଢ଼ି ଚାଳିଶ ହଜାର ଓ ସହରର କ୍ଷେତ୍ରଫଳ ଶହେ ବତିଶ ବର୍ଗ କିଲୋମିଟର ହେବ ବୋଲି ଆକଳନ କରାଯାଇଥିଲା ।
ଭୁବନେଶ୍ୱରରେ ଛଅଟି ୟୁନିଟ ଓ ପୁରୁଣା ଭୁବନେଶ୍ୱର ଅଞ୍ଚଳରେ ଏକ ବିଜ୍ଞାପିତ ଅଞ୍ଚଳ ହେବା ମଧ୍ୟ ସେହି ନକ୍ସାରେ ଥିଲା । ଏହି ଯୋଜନାକୁ "ଓଡ଼ିଶା ସହର ଯୋଜନା ଆଇନ" ୧୯୫୬ ଅନୁସାରେ କାର୍ଯ୍ୟକାରି କରାଗଲା । ଭୁବନେଶ୍ୱର ପାଇଁ ଜଣେ "ବିଶେଷ ଯୋଜନା ଅଧିକାରୀ"ଙ୍କୁ ନିଯୁକ୍ତ କରାଗଲା । ଜନସଂଖ୍ୟା ବୃଦ୍ଧି ସହ ପରବର୍ତ୍ତୀ ସମୟରେ, ଭୁବନେଶ୍ୱରରେ ମୁନିସିପାଲିଟି ଗଠନ କରାଗଲା । ପରେ ଭୁବନେଶ୍ୱର ମୁନିସିପାଲିଟି ସହ ଖୋର୍ଦ୍ଧା, ଜଟଣୀ ବିଜ୍ଞାପିତ ଅଞ୍ଚଳକୁ ନେଇ "ଭୁବନେଶ୍ୱର ଆଞ୍ଚଳିକ ଉନ୍ନୟନ ସଂସ୍ଥା(ବ୍ରିଟ)" ଗଠନ କରାଗଲା । ପରବର୍ତ୍ତୀ ସମୟରେ, ଭୁବନେଶ୍ୱରରେ ମୁନିସିପାଲ କର୍ପୋରେସନ ଓ ସନ୍ନିକଟ ଗାଁଗୁଡିକୁ ନେଇ ଭୁବନେଶ୍ୱର ଉନ୍ନୟନ ସଂସ୍ଥା (ବିଡିଏ) ଗଠନ କରାଗଲା ।
ଐତିହ୍ୟ ସହର ଭାବେ ପରିଚିତ ଭୁବନେଶ୍ୱର ଏବେ ଅତ୍ୟାଧୁନିକ । ସ୍ୱାସ୍ଥ୍ୟସେବା, ଶିକ୍ଷା ଏବଂ ସ୍ପୋଟର୍ସର ହବ୍ ଭାବେ ବି ବେଶ ପରିଚିତ । ରୋଜଗାର ପାଇଁ ବି ଅନେକ ଲୋକଙ୍କ ପ୍ରଥମ ଚଏସ ପାଲଟିଛି ଭୁବନେଶ୍ୱର। ବହୁ ଲୋକଙ୍କୁ କର୍ମ ସଂସ୍ଥାନ ଯୋଗାଇଛି ରାଜଧାନୀ। ଜର୍ମାନ ଆର୍କିଟେକ ଓଟୋ କନିଙ୍ଗ୍ସବର୍ଜରଙ୍କ ପରିକଳ୍ପିତ ଏହି ସହର ହେଉଛି ଭାରତର ପ୍ରଥମ ପରିକଳ୍ପିତ ସହର । ଜାମସେଦପୁର ଏବଂ ଚଣ୍ଡୀଗଡ଼ ସହର ମଧ୍ୟ ଏହି ଢାଞ୍ଚାରେ ନିର୍ମିତ ହୋଇଛି । ଆଜି ରାଜଧାନୀ ପ୍ରତିଷ୍ଠା ଦିବସ ଥିବାରୁ ପ୍ରଶାସନ ଓ ବିଭିନ୍ନ ସଂସ୍ଥା ପକ୍ଷରୁ ବ୍ୟାପକ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି ।
୧୯୯୦ ମସିହା ପରେ ରାଜଧାନୀ ଭାବେ ସମ୍ପୂର୍ଣ୍ଣ ରୂପରେ କାର୍ଯ୍ୟକ୍ଷମ ହୋଇଥିଲା ଭୁବନେଶ୍ୱର। ଏବେ ସହରରେ ରୂପରେଖ ବଦଳି ଯାଇଛି। ଦେଶର କୋଣ ଅନୁକୋଣରୁ ଭୁବନେଶ୍ୱର ସହର ସଡ଼କ, ରେଳ, ଆକାଶ ପଥ ଯୋଗ ଯୋଡ଼ିହୋଇଛି। ଗତ ୨୦୧୪ ବର୍ଷରେ ସ୍ମାର୍ଟ ସିଟି ମାନ୍ୟତା ପାଇଥିଲା ଭୁବନେଶ୍ୱର। ଏବେ ଏହି ସହରରେ ମେଟ୍ରୋ ସେବା ଆରମ୍ଭ କରିବା ନେଇ ଆବଶ୍ୟକୀୟ ପ୍ରସ୍ତୁତ କରାଯାଇଛି।
ପ୍ରାୟ ୪୨୨ ବର୍ଗ କିଲୋମିଟର ପରିମିତ ସହରରେ ବିଧାନସଭା, ସଚିବାଳୟ ଠାରୁ ଆରମ୍ଭ କରି ଉଭୟ କେନ୍ଦ୍ର-ରାଜ୍ୟ ସରକାରଙ୍କ ବିଭିନ୍ନ ସରକାରୀ କାର୍ଯ୍ୟାଳୟ ରହିଛି। ରାଜ୍ୟା ମୁଖ୍ୟାଳୟ ହୋଇଥିଲା ଅନେତ ବେସରକାରୀ କାର୍ଯ୍ୟାଳୟ ମଧ୍ୟ ଭୁବନେଶ୍ୱରରେ ରହିଛି। ପ୍ରାଚୀନ ମନ୍ଦିର ବ୍ୟତୀତ, ଅନ୍ୟାନ୍ୟ ଐତିହାସିକ ସ୍ଥାନ, ବିଭିନ୍ନ ଶିକ୍ଷାନୁଷ୍ଠାନ, ସଂଗ୍ରହାଳୟ, କଳାକେନ୍ଦ୍ର, ପ୍ରମୋଦ ଉଦ୍ୟାନ, ପ୍ରାଣୀ ଉଦ୍ୟାନ (ନନ୍ଦନକାନନ), ଉଦ୍ଭିଦ ଉଦ୍ୟାନ ହେଉଛି ରାଜଧାନୀର ଗୋଟିଏ ଗୋଟିଏ ବୈଶିଷ୍ଟ୍ୟ।
-
ପ୍ରକାଶ ପାଇଲା ଟି-୨୦ ରାଙ୍କିଙ୍ଗ୍ : ବିଶ୍ୱର ନମ୍ବର ୧ ବ୍ୟାଟ୍ସମ୍ୟା କିଏ ଜାଣନ୍ତୁ… -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ହରିଶ ରାଣାଙ୍କୁ ମିଳିଲା ଇଚ୍ଛାମୃତ୍ୟୁ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ଆମେରିକା, ଇସ୍ରାଏଲ-ଇରାନ ଯୁଦ୍ଧ ସମୟରେ ଭାରତ ଯେଉଁ ଅତ୍ୟାବଶ୍ୟକୀୟ ସାମଗ୍ରୀ ଆଇନ ଲାଗୁ କରିଛି ଜାଣନ୍ତୁ ତାହା କ’ଣ? -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ












Click it and Unblock the Notifications