ଅସହ୍ୟ ତାତିରୁ ମିଳୁନି ନିସ୍ତାର , ୪୩ ଡିଗ୍ରୀ ଉପରେ ୮ ସହର
ଭୁବନେଶ୍ୱର: ଅସହ୍ୟ ତାତିରୁ ମିଳୁନି ନିସ୍ତାର । ଆଜି ବି ସାରା ରାଜ୍ୟରେ ବର୍ଷଛି ନିଆଁ । ପୁଣି ତାପମାତ୍ରା ୪୩ ଡିଗ୍ରୀ ଟପିଛି । ୪୩.୮ ଡିଗ୍ରୀ ସହ ଝାରସୁଗୁଡା ସବୁଠୁ ଉତ୍ତପ୍ତ ସହର ହୋଇଛି । ୮ ସହରରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହିଛି । ୪୩.୮ ଡିଗ୍ରୀ ସେଲସିୟସ ସହ ସବୁଠୁ ଉତ୍ତପ୍ତ ଝାରସୁଗୁଡ଼ା । ସେହିପରି ବାରିପଦାରେ ୪୩.୬, ନୂଆପଡ଼ା ୪୩.୫, ତାଳଚେର ୪୩.୪, ବୌଦ୍ଧ ୪୩.୨, କେନ୍ଦ୍ରାପଡ଼ା, କଟକ ଓ ବଲାଙ୍ଗିରରେ ୪୩ ଡିଗ୍ରୀ ସେଲସିୟସ୍ ରହିଥିଲା ସର୍ବୋଚ୍ଚ ତାପମାତ୍ରା ।
ଅନ୍ୟପଟେ ୨୨ଟି ସହରରେ ଦିନ ତାପମାତ୍ରା ୪୨ ଡିଗ୍ରି କିମ୍ବା ଅଧିକ ତାପମାତ୍ରା ରେକର୍ଡ ହୋଇଥିବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ, ଆଗାମୀ ୨ ଦିନ ମଧ୍ୟରେ ରାଜ୍ୟର କିଛିକିଛି ସ୍ଥାନରେ ଦିନ ତାପମାତ୍ରାରେ ଆହୁରି ୨ରୁ ୩ ଡ଼ିଗ୍ରି ବୃଦ୍ଧି ସହ ପରବର୍ତ୍ତୀ ସମୟରେ ଏଥିରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ ।

ଅନ୍ୟପଟେ କାଲିଠୁ ଆହୁରି ପ୍ରଚଣ୍ଡ ହେବ ଗ୍ରୀଷ୍ମଲହରି । ସୂର୍ଯ୍ୟକୋପରେ ଜଳିବ ଉପକୂଳରୁ ଉପାନ୍ତ । କାଲିଠୁ ଦୁଇ ଦିନ ହିଟୱେଭ୍ ନେଇ ରେଡ୍ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଆସନ୍ତାକାଲି ପାଇଁ ୯ ଜିଲ୍ଲା ଗଜପତି, ଗଞ୍ଜାମ, ବାଲେଶ୍ୱର, ମୟୂରଭଞ୍ଜ, ଝାରସୁଗୁଡ଼ା, ଢେଙ୍କାନାଳ, ବଲାଙ୍ଗିର, ନୂଆପଡ଼ା ଓ କଳାହାଣ୍ଡିକୁ ହିଟୱେଭରୁ ସିଭିୟର ହିଟୱେଭ୍ ନେଇ ରେଡ୍ ଆଲର୍ଟ ଦିଆଯାଇଛି । ୧୮ ଜିଲ୍ଲାକୁ ଦିଆଯାଇଛି ଅରେଞ୍ଜ ସତର୍କତା ।
-
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ଆସିଲା ଗ୍ରୀଷ୍ମ ଋତୁ, ଏହି ସବୁ ସମସ୍ୟା ଥିଲେ ଭୁଲରେ ବି ଖାଆନ୍ତୁ ନାହିଁ ତରଭୁଜ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
ମାର୍ଚ୍ଚ ୨୮ରୁ ଆଇପିଏଲ ଆରମ୍ଭ -
କେଜରିୱାଲଙ୍କ ସହ ଅନ୍ୟ ୨୩ ଜଣଙ୍କୁ ନୋଟିସ୍ ଜାରି କଲେ ହାଇକୋର୍ଟ










Click it and Unblock the Notifications