ଓଡ଼ିଶାର ଏହି ୯ଟି ଷ୍ଟେସନ ଦେଇ ଚାଲିବ ଅମୃତ ଭାରତ ଟ୍ରେନ୍
ଓଡ଼ିଶାର ୯ଟି ଷ୍ଟେସନ ଦେଇ ଚାଲିବ ଅମୃତ ଭାରତ ଟ୍ରେନ୍ । ଓଡ଼ିଶାରେ ରେଳ ସଂଯୋଗୀକରଣକୁ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରୋତ୍ସାହନ ଦେଇ କେନ୍ଦ୍ର ସରକାର ପୋତ୍ତନୁର ଏବଂ ଧାନବାଦକୁ ସଂଯୋଗ କରିବା ପାଇଁ ନୂତନ ଅମୃତ ଭାରତ ଟ୍ରେନ୍ ସେବା ଆରମ୍ଭ କରିବାକୁ ଅନୁମୋଦନ କରିଛନ୍ତି । ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଚିଠି ମାଧ୍ୟମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଏହି ସୂଚନା ଦେଇଛନ୍ତି ।
ଓଡ଼ିଶା-ତାମିଲନାଡୁ-ଝାଡ଼ଖଣ୍ଡ ମଧ୍ୟରେ ରେଳ ସେବାକୁ ସୁଦୃଢ଼ କରିବ ବୋଲି ଏହି ପତ୍ର ମାଧ୍ୟମରେ ଜଣାଇଛନ୍ତି ରେଳମନ୍ତ୍ରୀ । ରାଜ୍ୟରେ ରେଳ ସଂଯୋଗକୁ ଉଲ୍ଲେଖନୀୟ ଭାବରେ ବୃଦ୍ଧି କରିବା ପାଇଁ ଏହି ନୂତନ ଅମୃତ ଭାରତ ଟ୍ରେନ ସେବାକୁ ଅନୁମୋଦନ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ କେନ୍ଦ୍ର ରେଳ ମନ୍ତ୍ରୀ ବୈଷ୍ଣବଙ୍କୁ ନିଜ X ହ୍ୟାଣ୍ଡେଲ ମାଧ୍ୟମରେ ଧନ୍ୟବାଦ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

ଏଥିସହ ଦକ୍ଷିଣ ଭାରତ ଏବଂ ଦେଶର ଅନ୍ୟାନ୍ୟ ସ୍ଥାନକୁ ସହଜ ଯାତ୍ରାର ବିକଳ୍ପ ପ୍ରଦାନ କରିବ। ଏହି ଅଞ୍ଚଳଗୁଡ଼ିକ ମଧ୍ୟରେ ପ୍ରାୟତଃ ଯାତାୟାତ କରୁଥିବା ଛାତ୍ର, ଶ୍ରମିକ, ବ୍ୟବସାୟୀ ଏବଂ ଯାତ୍ରୀମାନଙ୍କୁ ମଧ୍ୟ ସାହାଯ୍ୟ କରିବ । ନୂତନ ଅମୃତ ଭାରତ ଟ୍ରେନ୍ ଆଞ୍ଚଳିକ ସଂଯୋଗୀକରଣକୁ ସୁଦୃଢ଼ କରିବ ଏବଂ ଓଡ଼ିଶାର ସାମଗ୍ରିକ ବିକାଶରେ ଯୋଗଦାନ ଦେବ ବୋଲି ଆଶା କରାଯାଉଛି ।
-
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ଯୁଦ୍ଧ ଭିତରେ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ କଥା ହେଲେ ଟ୍ରମ୍ପ, କହିଲେ ଆଲୋଚନା... -
T20 ବିଶ୍ୱକପ: କେତେ ମିଳିଲା ପୁରସ୍କାର ରାଶି ? -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ












Click it and Unblock the Notifications