ଯୁକ୍ତ ତିନିରେ ୯୦ ହଜାର ଆସନ ଖାଲି

ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ଶିକ୍ଷାନୁଷ୍ଠାନରେ ସ୍ନାତକ(+୩) ନାମଲେଖା ଶନିବାର ଶେଷ ହୋଇଛି। +୨ ଇନ୍‌ଷ୍ଟାଣ୍ଟ ପରୀକ୍ଷା ଫଳ ପ୍ରକାଶ ପାଇଥିବାବେଳେ ଖୁବ୍‌ଶୀଘ୍ର +୩ ଦ୍ବିତୀୟ ପର୍ଯ୍ୟାୟ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବ। ଫଳରେ ଇନ୍‌ଷ୍ଟାଣ୍ଟ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ଛାତ୍ରଛାତ୍ରୀ ନାମଲେଖା ସୁଯୋଗ ପାଇବେ। ସ୍ନାତକ(+୩)ରେ ମୋଟ ୨,୭୪, ୧୫୩ ଆସନ ଥିଲା।

90 thousand seats vacant in plus three all over odisha

ପ୍ରଥମ ପର୍ଯ୍ୟାୟରେ ମୋଟ ୧ ଲକ୍ଷ ୮୦ ହଜାରରୁ ଅଧିକ ଛାତ୍ରଛାତ୍ରୀ ନାମ ଲେଖାଇଛନ୍ତି। ୧୦୫୩ ମହାବିଦ୍ୟାଳୟ ଓ ବିଶ୍ବବିଦ୍ୟାଳୟରେ ମୋଟ ୯୦ ହଜାରରୁ ଅଧିକ ଆସନ ଖାଲି ରହିଛି। ଆଜି ଥିଲା ତତ୍କାଳ ନାମଲେଖାର ଅନ୍ତିମ ଅବଧି। କଳାରେ ସର୍ବାଧିକ ୧ ଲକ୍ଷ ୧୩ ହଜାର ୯୬୮ ଛାତ୍ରଛାତ୍ରୀ ନାମଲେଖାଇଥିବାବେଳେ ସଂସ୍କୃତରେ ସର୍ବନିମ୍ନ ୩ ହଜାର ୧୯୮ ଛାତ୍ରଛାତ୍ରୀ ନାମ ଲେଖାଇଛନ୍ତି। ଦ୍ବିତୀୟ ପର୍ଯ୍ୟାୟ ନାମଲେଖା‌ର ଛାତ୍ରଛାତ୍ରୀଙ୍କୁ କୌଣସି ସଂରକ୍ଷଣ ମିଳିବ ନାହିଁ। ଦ୍ବିତୀୟ ପର୍ଯ୍ୟାୟରେ ଖାଲି ଆସନରେ ଗୋଟିଏ ଥର ତତ୍କାଳ ନାମଲେଖା ଅନୁଷ୍ଠିତ ହେବ। +୨ ମାର୍କ ଆଧାରରେ ମେଧା ତାଲିକା ପ୍ରକାଶ ପାଇବ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+