ବିଜେଡିକୁ ଶକ୍ତ ଝଟ୍କା; ବିଜେପିରେ ମିଶିଲେ ଅମର ପଟ୍ଟନାୟକ
ବିଜେଡିକୁ ଶକ୍ତ ଝଟ୍କା । ବିଜେପିରେ ମିଶିଲେ ଅମର ପଟ୍ଟନାୟକ । ରାଜ୍ୟ କାର୍ଯ୍ୟାଳୟକୁ ଆସି ବିଧିବଦ୍ଧ ଭାବେ ସାମିଲ୍ ହେଲେ ଅମର ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଓ ବିଜେପି ରାଜ୍ୟ ପ୍ରଭାରୀ ବିଜୟପାଲ୍ ସିଂ ତୋମର ପ୍ରମୁଖଙ୍କ ଉପସ୍ଥିତିରେ ଅମର ପଟ୍ଟନାୟକ ବିଧିବଦ୍ଧ ଭାବେ ବିଜେପିରେ ଯୋଗ ଦେଇଛନ୍ତି। ବିଜେପି ରାଜ୍ୟ ପ୍ରଭାରୀ ବିଜୟ ସିଂ ତୋମର ଅମର ପଟ୍ଟନାୟକଙ୍କୁ ଦଳର ଟୋପି ପିନ୍ଧାଇ ଦଳକୁ ସ୍ବାଗତ କରିଛନ୍ତି। ଦଳର ଏହି ମିଶ୍ରଣ ପର୍ବରେ ଅନ୍ୟମାନଙ୍କ ମଧ୍ୟରେ ପୂର୍ବତନ ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତି, ବରିଷ୍ଠ ନେତ୍ରୀ ପିଙ୍କି ପ୍ରଧାନ ପ୍ରମୁଖ ମଧ୍ୟ ଉପସ୍ଥିତ ଥିଲେ।

ବିଜେପିର କାର୍ଯ୍ୟଶୈଳୀ ଓ ଓଡ଼ିଶାରେ ବିକାଶ ଧାରାରେ ଦଳର ଭୂମିକା ନେଇ ଉତ୍ସାହିତ ହୋଇ ସେ ବିଜେପିରେ ସାମିଲ ହୋଇଥିବା କହିଛନ୍ତି ଅମର ପଟ୍ଟନାୟକ। ନୂଆପଡ଼ାରେ ନବୀନ ପଟ୍ଟନାୟକ ନିର୍ବାଚନ ପ୍ରଚାରରେ ଯୋଗ ଦେଉଥିବା ବେଳେ ଅମର ପଟ୍ଟନାୟକ ବିଜେପିରେ ସାମିଲ ହେବା ଘଟଣା ବିଜେଡିକୁ ଅଡ଼ୁଆରେ ପକାଇଛି।
ଏନେଇ ଆଜି ସକାଳୁ ଚର୍ଚ୍ଚା ଆରମ୍ଭ ହୋଇଥିଲା। ତାଙ୍କ ବ୍ୟତୀତ ନୂଆପଡ଼ା ନିର୍ବାଚନ ମଣ୍ଡଳୀର କେତେକ ପ୍ରମୁଖ ବିଜେଡି ନେତା ବି ବିଜେପିରେ ସାମିଲ ହେବେ। ଆଜି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଏକ ବଡ଼ ଧରଣର ମିଶ୍ରଣ ପର୍ବ ଅନୁଷ୍ଠିତ ହେଉଛି। ଏଥିରେ ଓ ନୂଆପଡ଼ା ନିର୍ବାଚନ ମଣ୍ଡଳୀର କେତେକ ପ୍ରମୁଖ ବିଜେଡି ନେତା ପଦ୍ମ ଧରିବେ ବୋଲି କୁହାଯାଉଛି।












Click it and Unblock the Notifications