ଆସିଲା ବଡ ଅପଡେଟ ; ଏହି ସ୍ଥାନରେ ଲ୍ୟାଣ୍ଡଫଲ୍ କରିବ ବାତ୍ୟା ଦାନା ! ସୂଚନା ଦେଲା ପାଣିପାଗ ବିଭାଗ

ଆଜି ରାତିରୁ ଆସନ୍ତାକାଲି ସକାଳ ଭିତରେ ଭିତରକନିକା ଓ ଧାମରା ମଧ୍ୟରେ ତାହା ଲ୍ୟାଣ୍ଡଫଲ୍‌ କରିବ । ମାତ୍ର ଲ୍ୟାଣ୍ଡଫଲ୍ ପରେ ଏହାର ଗତିପଥ ସାମାନ୍ୟ ରିକର୍ଭ ହୋଇପାରେ। ଆଜି ଏପରି ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ ବିଭାଗ ନିର୍ଦ୍ଦେଶିକା ମନୋରମା ମହାନ୍ତି।

Cyclone Dana

ଗଣମାଧ୍ୟମ ପ୍ରତିନିଧିଙ୍କ ସହ ଆଲୋଚନା ବେଳେ ମନୋରମା ମହାନ୍ତି କହିଛନ୍ତି, ସିଭିୟର ସାଇକ୍ଲୋନିକ୍ ଷ୍ଟର୍ମ 'ଦାନା' ଏବେ ପାରାଦୀପଠାରୁ ୨୬୦ କିଲୋମିଟର ଦକ୍ଷିଣ ପୂର୍ବ ଓ ଧାମରାରୁ ୨୯୦ କିଲୋମିଟର ଦକ୍ଷିଣ-ଦକ୍ଷିଣ ପୂର୍ବ ଦିଗରେ, ସାଗର ଦ୍ୱୀପଠାରୁ ୩୫୦ ଦକ୍ଷିଣ-ଦକ୍ଷିଣ ପୂର୍ବ ଦିଗରେ ରହିଛି। ଏହା ବର୍ତ୍ତମାନ ଉତ୍ତର- ପଶ୍ଚିମ ଦିଗକୁ ଗତି କରୁଛି। ଗତ ୬ ଘଣ୍ଟା ଧରି ବାତ୍ୟା ଉତ୍ତର- ଉତ୍ତରପଶ୍ଚିମ ଦିଗରେ ଘଣ୍ଟାପ୍ରତି ୧୫ କିଲୋମିଟର ବେଗରେ ଗତି କରୁଛି।

ସେ କହିଛନ୍ତି, ବାତ୍ୟାର ଗତିପଥ ଯାହା ଥିଲା, ତାହା ରହିଛି। ବାତ୍ୟା 'ଦାନା' ଅତି ଭୀଷଣ ରୂପ ନେଇ ଆଜି ରାତିରୁ ଆସନ୍ତାକାଲି ସକାଳ ମଧ୍ୟରେ ଭିତରକନିଆ ଓ ଧାମରା ପାଖାପାଖି ଅତିକ୍ରମ କରିବ । ଲ୍ୟାଣ୍ଡଫଲ୍‌ ପରେ ଏହା ସାମାନ୍ୟ ପଶ୍ଚିମ ପଶ୍ଚିମ ଦକ୍ଷିଣ ଦିଗକୁ ରିକର୍ଭ କରିପାରେ ବୋଲି ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକା ।

ଲ୍ୟାଣ୍ଡଫଲ୍ ବେଳେ ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ପବନର ବେଗ ଘଣ୍ଟାପ୍ରତି ୧୦୦ରୁ ୧୨୦ କିଲୋମିଟର ରହିପାରେ ବୋଲି ଆକଳନ କରାଯାଇଛି। ତା'ସହ ସମୁଦ୍ରରେ ଉଚ୍ଚ ଜୁଆର ଆସିବା ସହ ଗଛ, ବିଦ୍ୟୁତ୍ ଖୁଣ୍ଟ ଓ କଚା ଘରକୁ ବାତ୍ୟା ବିପଦ ପହଞ୍ଚାଇବାର ଆଶଙ୍କା ରହିଛି। ଏହା ପ୍ରଭାବରେ ଆସନ୍ତା ୨ ଦିନ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନର ପ୍ରବଳ ବର୍ଷା ହେବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+