ବଙ୍ଗୋପସାଗରରେ ସୃଷ୍ଟି ହେଲା ସୁଦୃଶ୍ୟ ଲଘୁଚାପ, ୨୪ ଘଣ୍ଟାରେ ଘନୀଭୂତ

ବଙ୍ଗୋପସାଗରରେ ସୃଷ୍ଟିହେଲା ସ୍ପଷ୍ଟ ଚିହ୍ନିତ ଲଘୁଚାପ । ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହେଲା ସକ୍ରିୟ ଲଘୁଚାପ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ଘନୀଭୂତ ହୋଇ ଉତ୍ତର ଆଡ଼କୁ ଗତିକରିବ । ଏହା ପ୍ରଭାବରେ ଓଡ଼ିଶାରେ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ । ଆସନ୍ତା ୩୧ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି , ଝଡ଼ତୋଫାନ ହେବାର ସମ୍ଭାବନା ରହିଛି ।

low pressure

ଆଜି ଜଗତସିଂହପୁର, ପୁରୀ, କଟକ, କୋରାପୁଟ ଓ ରାୟଗଡ଼ା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହା ସହ ଅନ୍ୟ ୨୫ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେପଟେ, ଚଳିତ ଥର ଓଡ଼ିଶାକୁ ମୌସୁମୀ ସଅଳ ଛୁଇଁବ । କାଲି ସୁଦ୍ଧ‌ା ରାଜ୍ୟକୁ ଦକ୍ଷିଣ-ପଶ୍ଚିମ ମୌସୁମୀର ଆଗମନ ହେବ ବୋଲି ପାଣିପାଗ ବିଜ୍ଞାନୀ କହିଛନ୍ତି । ମୌସୁମୀ ସଅଳ ଆସିଥିବାରୁ ଦେଶରେ ଜୁନ୍‌ ମାସରେ ସ୍ବାଭାବିକଠାରୁ ଅଧିକ ବର୍ଷା ହେବ । ଫଳରେ ଦେଶରେ ସର୍ବୋଚ୍ଚ ତାପମାତ୍ରା ନିୟନ୍ତ୍ରଣରେ ରହିବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+