ବଲାଙ୍ଗୀରବାସୀଙ୍କୁ ବଡ ଉପହାର ; ୬୪ କୋଟି ଟଙ୍କାର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ବଲାଙ୍ଗୀର ଜିଲା ତୁଷୁରା ଏୟାରଫିଲ୍ଡକୁ ୨-ବି କ୍ଲାସ ଉନ୍ନତିକରଣ ପାଇଁ ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏକ ସ୍ବତନ୍ତ୍ର ବିମାନରେ ମୁଖ୍ୟମନ୍ତ୍ରୀ ତୁଷୁରା ଏୟାରଫିଲ୍ଡରେ ଓହ୍ଲାଇଥିଲେ। ତାଙ୍କୁ ଜିଲା ପ୍ରଶାସନ ପକ୍ଷରୁ ସ୍ବାଗତ କରାଯିବା ସହ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଥିଲା।

Mohan Charan Majhi

ପରେ ମୁଖ୍ୟମନ୍ତ୍ରୀଙ୍କ କରକମଳରେ ଏୟାରଫିଲ୍ଡକୁ ୨-ବି କ୍ଲାସ ଉନ୍ନତିକରଣ ପାଇଁ ୬୪ କୋଟି ଟଙ୍କାର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ଏହି କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତିମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ, ରାଜ୍ୟ କ୍ୟାବିନେଟ ମନ୍ତ୍ରୀ, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ, ସଂସଦୀୟ ବ୍ୟାପାର ବିଭାଗ, ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଭାଗ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ବଲାଙ୍ଗୀର ଲୋକ ସଭା ଏମ୍‌ ପି ସଙ୍ଗୀତା କୁମାରୀ ସିଂଦେଓ ଓ ଟିଟିଲାଗଡ ନିର୍ବାଚନମଣ୍ଡଳୀ ବିଧାୟକ ନବୀନ ଜୈନ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ ।

ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଅରବିନ୍ଦ ଡାକୁଆ, ଡିଆଇଜି ହିମାଂଶୁ ଲାଲ, ଅତିରିକ୍ତ ଜିଲାପାଳ ପବିତ୍ର ବେହେରା, ଅତିରିକ୍ତ ଏସ୍‌ପି ହେମନ୍ତ କୁମାର ପାଢୀ, ବଲାଙ୍ଗୀର ଉପଜିଲପାଳ ଆଲୋକ ପଟେଲ, ଜିଲା ପ୍ରକଳ୍ପ ଅଧିକାରୀ ପ୍ରଫୁଲ୍ଲ କୁଜୁର, ତହସିଲଦାର ଆର୍ତ୍ତତ୍ରାଣ ଖାତି, ଏନ୍‌ଏସି କାର୍ଯ୍ୟର୍ନିବାହୀ ଅଧିକାରୀ ଚିନ୍ମୟ ଆଚାର୍ଯ୍ୟ, ଗୁଡଭେଲା ବ୍ଲକ ବିଡିଓ ସୌମ୍ୟକାନ୍ତ ବନଗୋଲା, ଗୁଡଭେଲା ବ୍ଲକ ଉପାଧ୍ୟକ୍ଷ ଟୁକୁରାମ ପାଣିଗ୍ରାହୀ, ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ସମିତିସଭ୍ୟ ଅଶୋକ ଚନ୍ଦ୍ର ଦୋରାଙ୍କ ସହ ଅନ୍ୟ ଦଳୀୟ ସଦସ୍ୟ ଓ ସରକାରୀ ଅଧିକାରୀ ଉପସ୍ଥିତ ଥିଲେ। ଆଇନ ଶୃଙ୍ଖଳା ରକ୍ଷା ପାଇଁ ୩ ପ୍ଲାଟୁନ ପୋଲିସ ସହ ତୁଷୁରା ଥାନାଧିକାରୀ ମନୋଜ କୁମାର ପ୍ରଧାନ ଉପସ୍ଥିତ ଥିଲେ। ପ୍ରାୟ ୧୧ଟା ୪୦ ମିନିଟରେ ହେଲିକପ୍ଟର ଯୋଗେ ମୁଖ୍ୟମନ୍ତ୍ରୀ ବେଲପଡା ଗସ୍ତ କରିଛନ୍ତି। ସେଠାରେ ସେ ଅପର ଲାନ୍ଥ ଜଳସେଚନ ପ୍ରକଳ୍ପର ଶିଳାନ୍ୟାସ କରିବେ । ଏହାପରେ ଦିନ ତମାମ ଅନ୍ୟାନ୍ୟ କାର୍ଯ୍ୟକ୍ରମରେ ଯୋଗଦେବେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+