ବିଶ୍ୱନାଥ ପଣ୍ଡିତଙ୍କ ସ୍ମୃତିରେ କଟକର ପୁରୀ-ଅନୁଗୁଳ ବସଷ୍ଟାଣ୍ଡରେ ହେବ ଅତ୍ୟାଧୁନିକ ଲାଇବ୍ରେରୀ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ, ସମାଜବାଦୀ ନେତା ସ୍ୱର୍ଗତ ବିଶ୍ୱନାଥ ପଣ୍ଡିତଙ୍କ ସ୍ମୃତିରେ କଟକର ପୁରୀ -ଅନୁଗୁଳ ବସଷ୍ଟାଣ୍ଡ ବାଦାମବାଡିଠାରେ ଏକ ଅତ୍ୟାଧୁନିକ ଲାଇବ୍ରେରୀ ପ୍ରତିଷ୍ଠା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି । ଏଥିପାଇଁ ୩୦, ୫୮,୩୧,୧୦୦ ଟଙ୍କା ଖର୍ଚ୍ଚ ପ୍ରସ୍ତାବକୁ ମଧ୍ୟ ମୁଖ୍ୟମନ୍ତ୍ରୀ ମଞ୍ଜୁରୀ ଦେଇଛନ୍ତି ।

5T ସଚିବ ଶ୍ରୀ ଭି କେ ପାଣ୍ଡିଆନଙ୍କ କଟକ ଗସ୍ତ ସମୟରେ କଟକରେ ସ୍ଵର୍ଗତ ବିଶ୍ଵନାଥ ପଣ୍ଡିତଙ୍କ ସ୍ମୃତିରେ ଏକ ଅତ୍ୟାଧୁନିକ ଲାଇବ୍ରେରୀ ପ୍ରତିଷ୍ଠା ପାଇଁ କଟକବାସୀଙ୍କ ମତାମତକୁ ଗ୍ରହଣ କରି ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି । ଏହି ଲାଇବ୍ରେରୀ ରେ ଏକ ବଡ ରିଡ଼ିଂ ହଲ ମଧ୍ଯ ରହିବ । ବିଭିନ୍ନ ପ୍ରତିଯୋଗୀତା ମୂଳକ ପରୀକ୍ଷା ପାଇଁ ଛାତ୍ରଛାତ୍ରୀ ମାନେ ମଧ୍ଯ ସେଠାରେ ପ୍ରସ୍ତୁତି କରି ପାରିବେ ।

naveen_patnaik

ସୂଚନାଯୋଗ୍ୟ ଯେ ସ୍ୱର୍ଗତ ବିଶ୍ୱନାଥ ପଣ୍ଡିତ କଟକର ଡଗରପଡାଠାରେ ଜନ୍ମ ଗ୍ରହଣ କରିଥିଲେ । ସାଧୀନତା ସଂଗ୍ରାମରେ ଯୋଗ ଦେଇ ସେ କାରାବରଣ କରିଥିଲେ । ପରେ ସମାଜବାଦୀ ଆନ୍ଦୋଳନରେ ଯୋଗ ଦେଇ ଦଳିତ, ଶ୍ରମିକ ଓ ମଜ୍‌ଦୁରମାନଙ୍କ ସ୍ୱାର୍ଥ୍ୟର ସୁରକ୍ଷା ପାଇଁ ଜୀବନବ୍ୟାପି ସଂଗ୍ରାମ କରିଥିଲେ ।

ତାଙ୍କ ନାମରେ ଲାଇବ୍ରେରୀ ପ୍ରତିଷ୍ଠା ଦ୍ୱାରା ସ୍ୱର୍ଗତ ପଣ୍ଡିତଙ୍କର ସ୍ମୃତିକୁ ଉପଯୁକ୍ତ ସମ୍ମାନ ମିଳିବା ସହିତ ତାଙ୍କ ଅବଦାନ ସମ୍ପର୍କରେ ଜନସାଧାରଣ, ବିଶେଷକରି ଯୁବସମାଜ ଅବଗତ ହେବା ସହିତ ଅନୁପ୍ରାଣିତ ହେବେ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+