ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ବଳୟ ସୃଷ୍ଟି, ଆଜି ରାଜ୍ୟର ୮ଟି ଜିଲ୍ଲାରେ ବର୍ଷା ସମ୍ଭାବନା

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ଝଡତୋଫାନ, ବଜ୍ରପାତ ନେଇ ଆଜି ୮ ଜିଲ୍ଲାକୁ ସତକର୍ତା । ୮ ଜିଲ୍ଲା ଓ ୨୪ ତାରିଖ ୩ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ମୁତାବକ, ବିଷୁବ ଭାରତ ମହାସାଗର ଓ ସଂଲଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଉପରେ ଉପର ବାୟୁ ଘୂର୍ଣ୍ଣିବଳୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଏହାର ପ୍ରଭାବରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ଅଧିକ ସୁସ୍ପଷ୍ଟ ହେବ ।

rain

ଏହାର ପ୍ରଭାବରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର ଓ ଭଦ୍ରକ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସ‌ହ ୩୦ରୁ ୪୦ କିମି ବେଗରେ ପବନ ବ‌ହିବାର ସମ୍ଭାବନା ରହିଛି । ଏଣୁ ଏହିସବୁ ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୪ ତାରିଖ ଦିନ ମୟୂରଭଞ୍ଜ, ଯାଜପୁର ଓ କଟକ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ୩୦ରୁ ୪୦ କିମି ବେଗରେ ପବନ ବହିପାରେ । ଏହିସବୁ ଜିଲ୍ଲା ପାଇଁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହାପରେ ରାଜ୍ୟରେ ପାଗ ଶୁଖିଲା ରହିବ ଏବଂ ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ୨ରୁ ୩ ଡିଗ୍ରି ପର୍ଯ୍ୟନ୍ତ ବୃଦ୍ଧି ଦେଖାଯିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+