ବଙ୍ଗୋପସାଗରରେ ଦାନା ବାନ୍ଧୁଛି ପୁଣି ଏକ ଲଘୁଚାପ; ୨୪ ଓ ୨୫ରେ ସବୁଠୁ ଅଧିକ ବର୍ଷା ସମ୍ଭାବନା

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ପୁଣି ଏକ ଲଘୁଚାପ । ଆସନ୍ତା ୨୨ରୁ ୨୪ ତାରିଖରେ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ଏହା ପ୍ରଭାବରେ ଲଘୁଚାପ ସୃଷ୍ଟି ହେବ । ଫଳରେ ରାଜ୍ୟରେ ୨୩ ତାରିଖରୁ ପୁଣି ବର୍ଷା ବଢିବ। ୨୬ ତାରିଖ ପର୍ଯ୍ୟନ୍ତ ଜାରି ରହିବ ବର୍ଷା ପ୍ରଭାବ । ୨୪ ଓ ୨୫ରେ ସବୁଠୁ ଅଧିକ ବର୍ଷା ସମ୍ଭାବନା ରହିଛି ।

ଲଘୁଚାପଟି ଉତ୍ତର ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହେବ । ପରବର୍ତ୍ତୀ ସମୟରେ ଏହା ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହୋଇପାରେ । ଲଘୁଚାପଟି ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବାକୁ ଥିବାରୁ ପ୍ରଥମେ ଉତ୍ତର ଓଡ଼ିଶାରେ ଏହା ପ୍ରଭାବଲେ ପ୍ରବଳ ବର୍ଷା ହେବ । ପରବତ୍ତୀ ସମୟରେ ଏହା ଝାଡ଼ଖଣ୍ଡ ଓ ଛତିଶଗଡ଼ ମୁହାଁ ହେବାକୁ ଥିବାରୁ ଏହାର ସୀମାନ୍ତବର୍ତ୍ତୀ ଓଡ଼ିଶା ଜିଲ୍ଲା ଓ ଆଭ୍ୟନ୍ତରୀଣ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଜି ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି ।

Bay of Bengal
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+