ଆସନ୍ତା ୨୭ ତାରିଖରେ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା
ଗୋଟିଏ ନଯାଉଣୁ ଦାନା ବାନ୍ଧିଲାଣି ଆଉ ଏକ ଲଘୁଚାପ । ଆସନ୍ତା ୨୭ ତାରିଖରେ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି ।
ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ୨୭ ତାରିଖରେ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ପରବର୍ତ୍ତୀ ଦୁଇ ଦିନରେ ଏହା ଆହୁରି ଘନୀଭୂତ ହେବ ବୋଲି ସମ୍ଭାବନା ରହିଛି।
ଅନ୍ୟପକ୍ଷରେ ଆଜି ଆରବସାଗରରେ ସୃଷ୍ଟି ହୋଇଛି ଏକ ଲଘୁଚାପ । ଯାହା କ୍ରମଶଃ ଘନୀଭୂତ ହୋଇ ୩୬ ଘଣ୍ଟାରେ ଅବପାତରେ ପରିଣତ ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର ।ତେବେ ୨ଟି ଲଘୁଚାପର ପ୍ରଭାବ କ'ଣ ରହିବ, ସେନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିନାହିଁ। ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଆରବ ସାଗରରେ ସୃଷ୍ଟି ହୋଇଛି ଲଘୁଚାପ। ଯାହା କ୍ରମଶଃ ଘନୀଭୂତ ହୋଇ ଅବପାତରେ ପରିଣତ ହେବ। ଏପରି ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ,ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ପୂର୍ବ କେନ୍ଦ୍ରୀୟ ଆରବ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଘନୀଭୂତ ହୋଇ ଉତ୍ତର ଦିଗରେ ଗତି କରିବ। ପରେ ଏହା ୩୬ ଘଣ୍ଟାରେ ଆହୁରି ଘନୀଭୂତ ହୋଇ ଅବପାତରେ ପରିଣତ ହେବ।
ପୂର୍ବ କେନ୍ଦ୍ରୀୟ ଆରବ ସାଗର ପାର୍ଶ୍ୱବର୍ତ୍ତୀ ଉତ୍ତର କର୍ଣ୍ଣାଟକ-ଗୋଆ ଉପକୂଳ ଅଞ୍ଚଳରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟଟି ଲଘୁଚାପର ରୂପ ନେଇଥିବା ଜଣାଯାଇଛି।
ତେବେ ଲଘୁଚାପର ପ୍ରଭାବ ଓଡ଼ିଶା ଉପରେ ରହିବ କି ନାହିଁ ସେନେଇ ସ୍ପଷ୍ଟ ସୂଚନା ମିଳିନାହିଁ । ଆଜି ସକାଳେ ରାଜ୍ୟର ବିଭିନ୍ନ ସ୍ଥାନରେ ଆକାଶ ମେଘାଚ୍ଛନ୍ନ ଥିବାବେଳେ କିଛି କିଛି ସ୍ଥାନରେ ବର୍ଷା ହୋଇଥିବା ଦେଖିବାକୁ ମିଳିଛି। ଅନ୍ୟପପକ୍ଷରେ ଏଥର ଆଗୁଆ କେରଳ ଛୁଇଁପାରେ ମୌସୁମୀ ବାୟୁ । ବର୍ତ୍ତମାନ ମୌସୁମୀ ଆସିବା ପାଇଁ ପାଗ ଅନୁକୂଳ ଥିବା ଜଣାପଡିଛି । ସାଧାରଣତଃ ମୌସୁମୀ ବାୟୁ ଜୁନ ପ୍ରଥମ ସପ୍ତାହରେ କେରଳ ଛୁଇଁଥାଏ । ତେବେ ଏଥର ମେ ଶେଷ ସପ୍ତାହ ସୁଦ୍ଧା ମୌସୁମୀ କେରଳ ଛୁଇଁବା ନେଇ ଆକଳନ କରାଯାଉଛି ।












Click it and Unblock the Notifications