ଆଗାମୀ ୧୨ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା, ସତର୍କ ସୂଚନା ଜାରି କଲା ପାଣି ପାଗ ବିଭାଗ
ଆଗାମୀ ୧୨ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା । ପଶ୍ଚିମ କେନ୍ଦ୍ରୀୟ ପାର୍ଶ୍ଵବର୍ତ୍ତୀ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟର ପ୍ରଭାବ। ପରବର୍ତ୍ତୀ ୨୪ ଘଣ୍ଟାରେ ଘନୀଭୂତ ହୋଇ ଅବପାତରେ ପରିଣତ ହୋଇପାରେ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ।

ଅନ୍ୟପଟେ ଦକ୍ଷିଣ ଓଡ଼ିଶା ଓ ଆନ୍ଧ୍ର ପ୍ରଦେଶ ଉପକୂଳରେ ସକ୍ରିୟ ଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ଆଜି କୋରାପୁଟ ଓ ମାଲକାନଗିରିରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହା ସହହ ବର୍ଷା ଓ ପବନ ନେଇ ୨୨ଟି ଜିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୮ରୁ୨୦ ତାରିଖ ଭିତରେ ସମୁଦ୍ରକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି ।












Click it and Unblock the Notifications