ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର,ରାଜ୍ୟର ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ।

ଏହା ୨ରୁ ୩ ଦିନ ଯାଏଁ ଝାଡ଼ଖଣ୍ଡ ଓ ଉତ୍ତର ଛତିଶଗଡ଼ ଦେଇ ଗତି କରିବ । ଏହାର ପ୍ରଭାବରେ ଆସନ୍ତା 3 ଦିନ ଯାଏଁ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି । ପ୍ରକାଶଥାଉକି, ରାଜ୍ୟରେ କିଛି ଦିନ ହେବ ବର୍ଷା ଜାରି ରହିଛି । ଅନେକ ସ୍ଥାନରେ ବନ୍ୟା ପରିସ୍ଥିତି ମଧ୍ୟ ଦେଖାଦେଇଛି । ଏହାରି ଭିତରେ ଆଜି ବର୍ଷା ନେଇ ଅନେକ ଜିଲ୍ଲାକୁ ଆଲର୍ଟ ଜାରି କରାଯାଇଛି । ସୁନ୍ଦରଗଡ଼, କେନ୍ଦୁଝର ଓ ଝାରସୁଗୁଡ଼ା ଜିଲାକୁ ବର୍ଷା ନେଇ ଆଲର୍ଟ କରାଯିବା ସହିତ ପବନ ମଧ୍ୟ ବୋହିପାରେ ବୋଲି କୁହାଯାଇଛି ।

rain

ଆସନ୍ତା ଦୁଇଦିନ ଯାଏଁ ଭଦ୍ରକରୁ ଗଞ୍ଜାମ ଯାଏଁ ଉପକୂଳ ଜିଲ୍ଲାରେ ବର୍ଷା ହୋଇପାରେ ବୋଲି କୁହାଯାଇଛି । ସେହିପରି ସୁନ୍ଦରଗଡ଼, ଝାରସୁଗୁଡା, ସମ୍ବଲପୁର ଏବଂ ଦେବଗଡ଼ରେ ମଧ୍ୟ 8 ତାରିଖରେ ବର୍ଷା ନେଇ ଆଲର୍ଟ ଜାରି କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+