Get Updates
Get notified of breaking news, exclusive insights, and must-see stories!

ସୃଷ୍ଟି ହେଲା ଲଘୁଚାପ, ୧୨ ଘଣ୍ଟା ମଧ୍ୟରେ ଅବପାତର ରୂପ ନେବାର ସମ୍ଭାବନା ରହିଛି

୧୨ ଘଣ୍ଟା ମଧ୍ୟରେ ଅବପାତର ରୂପ ନେବାର ସମ୍ଭାବନା ରହିଛି

ଭୁବନେଶ୍ୱର: ସୁଦୃଶଃ ଲଘୁଚାପ କ୍ଷେତ୍ର ଦକ୍ଷିଣ-ପୂର୍ବ ପାର୍ଶ୍ଵବର୍ତ୍ତୀ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି । ଏହା ଉତ୍ତରପଶ୍ଚିମ ଦିଗରେ ଗତିକରି ପୂର୍ବକେନ୍ଦ୍ରୀୟ ପାର୍ଶ୍ଵବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଆଗାମୀ ୧୨ଘଣ୍ଟା ମଧ୍ୟରେ ଅବପାତରେ ପରିଣତ ହେବା ସମ୍ଭାବନା ରହିଛି ଏନେଇ ଆଞ୍ଚଳିକ ପାଣି ପାଗ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି ।

ODISHA.weather

ଜଡିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର 7.6କିମି ଯାଏଁ ବ୍ୟାପିଛି । ଓଡ଼ିଶା ଉପକୂଳରୁ କିଛି ଦୂରରେ ଗତି କରି ବଙ୍ଗ ମୁହାଁ ହେବ ବାତ୍ୟା ସିତ୍ରାଙ୍ଗ । ୨୫ ତାରିଖରେ ସ୍ଥଳଭାଗ ଛୁଇଁପାରେ । ୨୪ରୁ ୨୫ ତାରିଖ ମଧ୍ୟରେ ଓଡ଼ିଶା ଉପକୂଳ ଦେଇ ବାତ୍ୟା ଅତିକ୍ରମ କରିବ । ଯାହା ଫଳରେ ଉପକୂଳରେ ବର୍ଷାର ପରିମାଣ ବଢିବା ସହ ପବନର ବେଗ ମଧ୍ୟ ବଢିବ । ଯାହା ପ୍ରଭାବରେ ରାଜ୍ୟରେ ୨୩ ତାରିଖ ରାତିରୁ ଉପକୂଳ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି । ସେଥିପାଇଁ ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଜିଲ୍ଲାକୁ ପାଣି ପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୨୫ ତାରିଖ ପାଇଁ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଜିଲ୍ଲାକୁ ୟେଲୋ ୱାର୍ଣିଂ ଜାରି କରାଯାଇଛି ।

୨୫ ସନ୍ଧ୍ୟା ସୁଦ୍ଧା ପଶ୍ଚିମବଙ୍ଗ ଓ ବାଂଲାଦେଶ ମଧ୍ୟବର୍ତ୍ତୀ ଅଞ୍ଚଳରେ ସ୍ଥଳ ଭାଗ ଛୁଇଁପାରେ ବାତ୍ୟା । ଏହି ସମୟରେ ସମୁଦ୍ର ମଧ୍ୟରେ ୪୫ରୁ ୫୫ କିମି ବେଗରେ ପବନ ବହିପାରେ । ଏହି ବାତ୍ୟା ଓଡିଶା ସ୍ଥଳଭାଗ ନାହିଁ ବୋଲି ଏସଆରସି ପ୍ରଦୀପ ଜେନା କହିଛନ୍ତି। ଓଡ଼ିଶା ଉପକୂଳ ସହ ସମାନ୍ତରାଳ ଭାବେ ଗତି କରିବ । ଗତିପଥ ଅନୁସାରେ ଓଡ଼ିଶା ଉପକୂଳରୁ ପ୍ରାୟ ୨୦୦ କିଲୋମିଟର ଦୂରରେ ରହି ପଶ୍ଚିମବଙ୍ଗ ଓ ବାଂଲାଦେଶ ମୁହାଁହେବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+